ପ୍ରମୂଖ ଖବର
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଭୁବନେଶ୍ଵରରେ ବ୍ୟାପିଲା ଝାଡ଼ାବାନ୍ତି, ୧୦୦ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

Published By : Rasmita Pradhan | April 15, 2025 11:26 AM

ଭୁବନେଶ୍ଵର, ୧୫/୦୪ : ଭୁବନେଶ୍ଵରରେ ବ୍ୟାପିଲା ଝାଡ଼ାବାନ୍ତି। ଭୁବନେଶ୍ୱର ୧୩ ନମ୍ବର ୱାର୍ଡ ନୀଳମାଧବ ନିବାସରେ ଅନେକ ଲୋକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। କିଛି ଲୋକ ନୀଳାଦ୍ରି ବିହାର ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ଆଉ କିଛି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ପାଣି ସମ୍ପରୁ ଦୂଷିତ ପାଣି ପିଇ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି।

ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁଯାୟୀ, ପାଣି ସମ୍ପ ଭିତରେ କାଦୁଅ ରହୁଛି। ସିମେଣ୍ଟ  ଅଖା, କାଠ, ବଲ୍ ବାହାରୁଛି। ଏହି ଦୂଷିତ ପାଣି ପିଇ ସ୍ଥାନୀୟ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ପାଖାପାଖି ୧୦୦ରୁ ଅଧିକ ଲୋକ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ ସ୍ୱାସ୍ଥ୍ୟ ବିଭାଗର ଟିମ୍ ପହଞ୍ଚି ଚିକିତ୍ସା କରିବା ସହ ଆକ୍ରାନ୍ତଙ୍କୁ ଔଷଧ ଦେଇଛି। ଗୁରୁତରଙ୍କୁମେଡିକାଲ ପଠାଯାଇଛି। ସ୍ୱାସ୍ଥ୍ୟ ବିଭାଗ ଟିମ୍ ଏନେଇ ଅନୁଧ୍ୟାନ କରୁଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.