ପ୍ରମୂଖ ଖବର
  • କଂଗ୍ରେସ ବିଧାୟକ ତାରା ବାହିନୀପତି ବିଧାନସଭାରୁ ୭ ଦିନ ପାଇଁ ନିଲମ୍ବିତ, ବିଶୃଙ୍ଖଳିତ ଆଚରଣ ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଚାଉଁରପୁର ଦ୍ବିତୀୟ ସେତୁରେ ଚପଲ ରଖି ଡେଇଁପଡିଲେ ମହିଳା, ଆତ୍ମହତ୍ୟାର କାରଣ ଅସ୍ପଷ୍ଟ
  • ||
  • IPLରେ ତମାଖୁ ବିଜ୍ଞାପନ ପ୍ରସାରଣ ମନା, ଚିଠି ଲେଖିଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ
  • ||
  • ବଜ୍ରକବାଟି ଛକ ନିକଟରେ ସିରିଜ୍ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଦୁଇ ବାଇକ୍ ଆରୋହୀ
  • ||
  • ବ୍ରହ୍ମପୁରର ଅଧିଷ୍ଠାତ୍ରୀ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୨ ମଧ୍ୟରାତ୍ରରେ ଶୁଭଖୁଣ୍ଟି ସ୍ଥାପନ ହେବ
  • ||
  • ମଦ ଦୁର୍ନୀତିରେ ଇଡି ଆକ୍ସନ; ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ଘରେ ରେଡ୍
  • ||
  • ଅଟୋ ଚାଳକଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ସ୍ଵାମୀ ସହ ମିଶି ପ୍ରେମିକା ରଚିଥିଲା ହତ୍ୟାକାଣ୍ଡ
  • ||
  • ସୋମବାରଠୁ ସଂସଦର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ, ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ମାର୍କ କାନି ହେବେ କାନାଡ଼ା ନୂଆ ପ୍ରଧାନମନ୍ତ୍ରୀ, ୮୬ ପ୍ରତିଶତ ଭୋଟ ପାଇ ଲିବେରାଲ୍ ପାର୍ଟିର ନେତା ନିର୍ବାଚିତ
  • ||
  • ରାଜ୍ୟରେ ଉପରମୁହାଁ ପାରଦ, ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୫ ଡିଗ୍ରୀ ବଢ଼ିବ: ସବୁ ଜିଲ୍ଲାପାଳଙ୍କୁ ସତର୍କ କଲେ ଏସ୍‌ଆରସି
  • ||

ଦିବ୍ୟାଙ୍ଗ ନାବାଳିକାକୁ ବଳାତ୍କାର ଘଟଣା , ଅଭିଯୁକ୍ତକୁ କୋର୍ଟ ଚାଲାଣ

Published By : Prameya | March 6, 2025 6:44 PM

ଟିକିରି,୬/୩ : ରାୟଗଡ଼ା ଜିଲ୍ଲା ଟିକିରି ଥାନା ଅନ୍ତର୍ଗତ ଜଣେ ଦିବ୍ୟାଙ୍ଗ ନାବାଳିକାକୁ ବଳାତ୍କାର ଘଟଣାରେ ଜଣେ ଅଭିଯୁକ୍ତକୁ ଗିରଫ କରି ଟିକିରି ପୋଲିସ ବୁଧବାର କୋର୍ଟ ଚାଲାଣ କରିଛି । ଅଭିଯୁକ୍ତ ଜଣକ ହେଉଛନ୍ତି କାଳିଆକୋଣା ଗ୍ରାମର ପ୍ରକାଶ ମାଝୀ । ସମ୍ପୃକ୍ତ ନାବାଳିକା ଜଣେ ମାନସିକ ରୋଗୀ ବୋଲି ଜଣାପଡ଼ିଛି । ପୋଲିସ୍ ସୂଚନା ଅନୁଯାୟୀ, ନାବାଳିକା ଜଣକ ସୋମବାର ମା’ ସହ ଗାଁ ନିକଟ ଜଙ୍ଗଲକୁ କାଠ ଆଣିବାକୁ ଯାଇଥିଲେ ।ଏହି ସମୟରେ ପ୍ରକାଶ ତାକୁ ଭୂଆଁ ବୁଲାଇ ଏକ କୁଡ଼ିଆକୁ ନେଇ ବଳାତ୍କାର କରିଥିଲେ। ଉକ୍ତ ସମୟରେ ମା’ ପହଞ୍ଚି ଝିଅକୁ ଉଦ୍ଧାର କରିଥିଲେ। ପରେ ଥାନାରେ ଲିଖିତ ଅଭିଯୋଗ କରିଥିଲେ।

ଅଭିଯୋଗ ପାଇ ଟିକିରି ପୋଲିସ୍ କେଶ ନଂ୩୭/୨୫ରେ ଏକ ମାମଲା ରୁଜୁ କରି ପକ୍ସୋ ଆକ୍ଟରେ ଗିରଫ କରି ଡାକ୍ତରୀ ପରୀକ୍ଷା ପରେ ଅଭିଯୁକ୍ତକୁ କୋର୍ଟ ଚାଲାଣ  କରିଛି । ପୋଲିସ୍ ନାବାଳିକାକୁ ମଙ୍ଗଳବାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣି ଡାକ୍ତରୀ ପରୀକ୍ଷା କରିଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.