ପ୍ରମୂଖ ଖବର
  • ବଦଳିବ ମେଟ୍ରୋ ରେଳ ପ୍ରକଳ୍ପର ଡିପିଆର୍, ତ୍ରିଶୁଳିଆ ନୁହେଁ କଟକ ଯାଏ ବିସ୍ତୃତ ହେବ ମେଟ୍ରୋ କରିଡର
  • ||
  • ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ଘରେ ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍, ପରିବାରବର୍ଗଙ୍କର ହେଲା ବୟାନ ରେକର୍ଡ
  • ||
  • ଆମେରିକାର ଫ୍ଲୋରିଡାରେ ମର୍ମନ୍ତୁଦ ଦୁର୍ଘଟଣା, ଗୋଟିଏ ପରିବାରର ୩ ମୃତ
  • ||
  • ୨୪ରୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟ, ୪ ଦିନ ମିଳିବନି ବ୍ୟାଙ୍କ ସେବା
  • ||
  • ସ୍ୱର୍ଗଦ୍ୱାରରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ ସମ୍ପନ୍ନ
  • ||
  • ୧୯ରୁ ମାଟ୍ରିକ୍‌ ଖାତା ଦେଖା: ଆଜି କେନ୍ଦ୍ରରେ ଯୋଗ ଦେବେ ୧୨ ହଜାର ଶିକ୍ଷକ, ମୂଲ୍ୟାୟନ ବେଳେ କ୍ୟାମ୍ପସ୍‌ ବାହାରକୁ ଯିବା ମନା
  • ||
  • କାଳବୈଶାଖୀ ଆଣିବ ଆଶ୍ୱସ୍ତି, କାଲିଠୁ ଖସିବ ତାତି: ଆଜି ଝାରସୁଗୁଡ଼ା ଓ ବୌଦ୍ଧକୁ ଅରେଞ୍ଜ, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଜୀବନରେ ଶୃଙ୍ଖଳା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ: ଜଷ୍ଟିସ୍ ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ

Published By : Prameya | March 17, 2025 9:00 PM

ଭୁବନେଶ୍ୱର, ୧୭।୩ : ପ୍ରତ୍ୟେକ ଦିନ, ପ୍ରତ୍ୟେକ ମୁହୂର୍ତ୍ତ ଏବଂ ପ୍ରତ୍ୟେକ କ୍ଷଣରୁ ଶିକ୍ଷା ଗ୍ରହଣ କରାଯାଇପାରିବ। ଶିକ୍ଷା ଗ୍ରହଣ ପ୍ରକ୍ରିୟା ସବୁବେଳେ ଜାରି ରଖିବା ଜରୁରୀ। ଏଥି ସହିତ ଜୀବନରେ ଶୃଙ୍ଖଳା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି ମତ ବ୍ୟକ୍ତ କରିଛନ୍ତି ଜାତୀୟ ମାନବାଧିକାରୀ କମିଶନର ସଦସ୍ୟ ଡକ୍ଟର ଜଷ୍ଟିସ୍ ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ। ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ (ଏସ୍‌ଏନ୍‌ଆଇଏଲ୍‌)ର ୯ମ ବାର୍ଷିକ ଉତ୍ସବ ‘ଜଷ୍ଟିସିଆ ୩.୦-୨୦୨୫’ର ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଡକ୍ଟର ଜଷ୍ଟିସ୍ ଷଢ଼ଙ୍ଗୀ ଆଇନ୍ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଏହି ଉପଦେଶ ଦେଇଛନ୍ତି।

ଝାଡ଼ଖଣ୍ଡ ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ତଥା ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଥିବା ଜଷ୍ଟିସ୍ ଷଡ଼ଙ୍ଗୀ ଛାତ୍ରଛାତ୍ରୀମାନଙ୍କୁ ନିଜ ଆଇନ୍ ପେସାର ଅନୁଭୂତି ବଖାଣିଥିଲେ। ଏହି ବୃତ୍ତିରେ ଧୈର୍ଯ୍ୟର ଯଥେଷ୍ଟ ଗୁରୁତ୍ୱ ରହିଛି ବୋଲି କହିଥିଲେ। ବୃତ୍ତିଗତ ଯାତ୍ରା ବେଶ ଜଟିଳ। ତେଣୁ ନିଜକୁ ବଂଚାଇ ରଖିବାର କଳା ଆହରଣ କରିବା ଉଚିତ୍ ବୋଲି ସେ ଛାତ୍ରଛାତ୍ରୀଙ୍କୁ କହିଥିଲେ। 

ସୋଆକୁ ଉଚ୍ଚ ପ୍ରଶଂସା କରି ଜଷ୍ଟିସ୍ ଷଢ଼ଙ୍ଗୀ କହିଛନ୍ତି ଯେ ଛାତ୍ରଛାତ୍ରୀମାନେ ଭବିଷ୍ୟତରେ ଏହି ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରିଥିବାରୁ ଗର୍ବ ଅନୁଭବ କରିବା ଉଚିତ୍‌। ସାମାନ୍ୟ ସଫଳତାରେ ଉଲ୍ଲସିତ ନ ହୋଇ ଆହୁରି ଅଧିକ ସଫଳତା ସାଉଁଟିବା ଦିଗରେ ପ୍ରଚେଷ୍ଟା ଜାରି ରଖିବା ଆବଶ୍ୟକ ।  ଜଣେ ଆଇନଜୀବୀର ଯାତ୍ରା କେବେ ଶେଷ ହୁଏ ନାହିଁ ବୋଲି ସେ ମନ୍ତବ୍ୟ ଦେଇଥିଲେ। ଏସ୍‌ଏନ୍‌ଆଇଏଲ୍‌ର ୫ ଜଣ ଛାତ୍ରଛାତ୍ରୀ ଓଡ଼ିଶା ନ୍ୟାୟିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ନେଇ ବିଶ୍ୱବିଦ୍ୟାଳୟକୁ ସେ ଶୁଭେଚ୍ଛା ଜଣାଇଥିଲେ। 

ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ନିଜ ବୃତ୍ତି ପ୍ରତି ଏକାଗ୍ରତା ଓ ଭଲ ପାଇବା ରହିଲେ ଛାତ୍ରଛାତ୍ରୀମାନେ ଆଗକୁ ଯାଇପାରିବେ ବୋଲି କହିଥିଲେ। ନିଜର ବୃତ୍ତିଗତ ଯାତ୍ରା ବିଶ୍ୱବିଦ୍ୟାଳୟରୁ ହିଁ ଆରମ୍ଭ ହୋଇଥାଏ ବୋଲି ପ୍ରଫେସର ନନ୍ଦ କହିଥିଲେ। 

କାର୍ଯ୍ୟକ୍ରମରେ ଏସ୍‌ଏନ୍‌ଆଇଏଲ୍‌ର ଡିନ୍ ପ୍ରଫେସର ଏସ.ଏ.କେ. ଆଜାଦ ସ୍ୱାଗତ ଭାଷଣ ଦେଇଥିଲେ। ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ମଧ୍ୟ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା କୃତୀ ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ। ଶେଷରେ ଏସ୍‌ଏନ୍‌ଆଇଏଲ୍‌ର ଆସିଷ୍ଟାଣ୍ଟ ପ୍ରଫେସର ଆକାଶ ତ୍ରୀଖା ଧନ୍ୟବାଦ ଅର୍ପଣ କରିଥିଲେ। 

ଏହି କାର୍ଯ୍ୟକ୍ରମରେ ସୋଆର ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ, ଇନ୍‌ଷ୍ଟିଚ୍ୟୁଟ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସ ଆଣ୍ଡ ଆନିମଲ୍ ହଜ୍‌ବ୍ୟାଣ୍ଡରୀ (ଆଇଭିଏସ୍‌ଏଏଚ୍‌)ର ଡିନ୍ ପ୍ରଫେସର ସୁଶାନ୍ତ କୁମାର ଦାସ, ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଣ୍ଟର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି, ସୋଆର ନିର୍ଦ୍ଦେଶକ ଇଣ୍ଟରନ୍ୟାସ୍‌ନାଲ୍ ରିଲେସନ୍ସ ମହେନ୍ଦ୍ର ପ୍ରସାଦ ଓ ବିଭିନ୍ନ ବିଭାଗୀୟ ନିର୍ଦ୍ଦେଶକ, ବରିଷ୍ଠ କର୍ମକର୍ତ୍ତା, ଏସ୍‌ଏନଆଇଏଲ୍‌ର ବିଭିନ୍ନ ବିଭାଗର ମୁଖ୍ୟଙ୍କ ସମେତ ସିନିୟର ପ୍ରଫେସର ଡକ୍ଟର ମଧୁସୁଦନ ଦାସ, ଫ୍ୟାକଲ୍ଟି ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.