ପ୍ରମୂଖ ଖବର
  • ବ୍ରହ୍ମପୁର : ବାଇକ୍ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ୍, ଜଣେ ମୃତ
  • ||
  • ସମ୍ୱଲପୁର : ଜମିବାଡ଼ି ବିବାଦରୁ ରକ୍ତପାତ, ଛୁରାମାଡ଼ରେ ଜଣେ ଗୁରୁତର
  • ||
  • ଇଂଲଣ୍ଡ ଟୁର୍‌ ପାଇଁ ଭାରତୀୟ ଦଳ ଘୋଷଣା; ଶୁବମନ୍ କ୍ୟାପ୍ଟେନ୍‌, ପନ୍ତ ଉପ-ଅଧିନାୟକ, ସାମି ଆଉଟ୍
  • ||
  • ରାଜା ଚକ୍ର ଓ ଦୁଇ ସହଯୋଗୀ କେନ୍ଦୁଝର କୋର୍ଟରେ ହାଜର, ବୋଲ୍ ନେଇ ହେବ ଶୁଣାଣି
  • ||
  • ପୁରୀ: ବଢ଼ିବ ଜଗତଗୁରୁ ଶଙ୍କାରାଚାର୍ଯ୍ୟଙ୍କ ସୁରକ୍ଷା ବ୍ୟବସ୍ଥା, ପୁରୀ ଏସ୍‌ପି ବିନୀତ୍ ଅଗ୍ରୱାଲଙ୍କ ସୂଚନା
  • ||
  • ବାଲେଶ୍ୱର : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • କଟକ : ତିଗିରିଆରେ ବଢି ଚାଲିଛି ଖଣି ମାଫିଆଙ୍କ ରାଜ୍‌, ଏକକାଳୀନ ୧୬ଟି ସ୍ଥାନରେ ଚଢାଉ
  • ||
  • ସମ୍ବଲପୁରରୁ ହାତୀ ଶାବକର ମୃତଦେହ ଉଦ୍ଧାର, କିଛି ଦିନ ତଳେ ମୃତ୍ୟୁ ହୋଇଥିବା ଅନୁମାନ
  • ||
  • ବଲିଉଡ଼ରୁ ଆସିଲା ଦୁଃଖଦ ଖବର; ଆଉ ନାହାନ୍ତି ସଲମାନ ଖାନ୍‌ଙ୍କ କୋ-ଷ୍ଟାର ମୁକୁଲ ଦେବ
  • ||
  • କଳାହାଣ୍ଡି : ଟ୍ରକ୍‌ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଡ୍ରାଇଭର ଅଟକ
  • ||
  • କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ଆକଳନର ୮ ଦିନ ପୂର୍ବରୁ ବର୍ଷିଲା
  • ||
  • ମୟୂରଭଞ୍ଜ : ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌, ଯୁବକ ମୃ
  • ||
  • 'ତୁମକୁ ସୁରକ୍ଷା ଉପରେ କହିବାର ଅଧିକାର ନାହିଁ ଭାଷଣ ବନ୍ଦ କର'; UNSCରେ ପାକ୍‌ ଉପରେ ବର୍ଷିଲା ଭାରତ
  • ||
  • ଛତିଶଗଡ଼ ବିଜାପୁର ପୁଲିସକୁ ବଡ଼ ସଫଳତା, ଏସ୍‌ପିଙ୍କ ନିକଟରେ ଅସ୍ତ୍ର ଛାଡ଼ି ଆତ୍ମସମର୍ପଣ କଲେ ୨୪ ମାଓବାଦୀ
  • ||
  • ଆରବସାରଗରେ ଅବପାତରେ ପରିଣତ ହେଲା ଲଘୁଚାପ, ଆଗାମୀ କିଛି ଘଣ୍ଟା ମଧ୍ୟରେ ସ୍ଥଳଭାଗ ଛୁଇଁବ ସମ୍ଭାବନା
  • ||
  • ଯାଜପୁର: ଜାରକା-କୁଆଖିଆ ରାସ୍ତାରେ ଆମ୍ବୁଲାନ୍ସ ଦୁର୍ଘଟଣା, ଜଣେ ମୃତ, ୨ ଆହତ
  • ||
  • ନେଲଗୁଣ୍ଡା -ଇନ୍ଦ୍ରାବତୀ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ
  • ||
  • ଆପଲ୍‌କୁ ଟ୍ରମ୍ପଙ୍କ ନାଲିଆଖି; ଆଇଫୋନ୍ ସମେତ ବିଦେଶୀ ସ୍ମାର୍ଟଫୋନ୍ ଉପରେ ୨୫% ଟାରିଫ୍‌
  • ||
  • ୱାନ୍‌ ବିଗ୍‌ ବିଉଟିଫୁଲ ବିଲ୍‌ ପାସ୍‌: ଆମେରିକାରୁ ଭାରତ ଟଙ୍କା ପଠାଇଲେ ୩.୫% ଟିକସ,୨୦୨୬ ଜାନୁଆରୀରୁ ଲାଗୁ
  • ||
  • IPL 2025: ଆଜି କିଙ୍ଗ୍‌ସ- କ୍ୟାପିଟାଲ୍ସ ମଧ୍ୟରେ ଲଢ଼େଇ, ପଏଣ୍ଟ ତାଲିକାର ଶୀର୍ଷକୁ ଉଠିବାକୁ ଚେଷ୍ଟା କରିବ ପଞ୍ଜାବ
  • ||
  • ବାଲିପାଟଣା : ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୩ ଗୁରୁତର
  • ||
  • ଖୋର୍ଦ୍ଧା : ୧୦ ହଜାର ଲାଞ୍ଚ ନେଇ ଧରାପଡିଲେ ୨ ପୋଲିସ ବାବୁ, ବାଙ୍କୋଇ ସ୍ଥିତ ବାସଭବନରେ ଚଢାଉ
  • ||
  • ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆବେଦନ, ଜୁନ୍‌ ୩୦ ଯାଏ ଚାଲିବ, ଜୁଲାଇ ୭ରେ ପ୍ରଥମ ମେଧା ତାଲିକ
  • ||
  • ଆଜି ନୀତି ଆୟୋଗ ବୈଠକରେ ଯୋଗଦେବେ, କାଲି ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ସାମିଲ ଦେବେ
  • ||
  • ଆସନ୍ତା ୨୯ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା, ୩୦ରୁ ୪୦କିମି ବେଗରେ ପବନ ବହିବ, ବଜ୍ରପାତର ଆଶଙ୍କା
  • ||
  • ଅନୁଗୁଳ: ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ, ୪ ଶିକାରୀ ଅଟକ
  • ||

ନବରଙ୍ଗପୁରଠାରେ ନୂତନ ରାସନ୍ କାର୍ଡ ବଣ୍ଟନ; ମୁଖ୍ୟ ଅତିଥି ରୂପେ ଯୋଗଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ

Published By : Bijay Swain | May 24, 2025 7:41 PM

ନବରଙ୍ଗପୁର, ୨୪/୫: ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସଭାଗୃହରେ ନୂତନ ଖାଉଟି କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗ ଦେଇ ଜିଲ୍ଲାର ବିଭିନ୍ନ ବ୍ଲକରୁ ଆସିଥିବା ୪୬ ଜଣଙ୍କୁ ନୂତନ ରାସନ୍ କାର୍ଡ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ ନବରଙ୍ଗପୁର ଗୌରୀଶଙ୍କର ମାଝୀ, ମାନ୍ୟବର ବିଧାୟକ ଝରି ଗାଁ ନରସିଂହ ଭତରା, ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ, ମୂଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦର ୱାନ, ସାଂସଦ ପ୍ରତିନିଧି କୁଞ୍ଜ ବିହାରୀ ଦାସ ପ୍ରମୁଖ ମଞ୍ଚାସିନ ଥିଲେ। 

ପ୍ରଥମେ ଜିଲ୍ଲା ଯୋଗାଣ ଅଧିକାରୀ ଅଜୟ ମଲ୍ଲିକ ସ୍ଵାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ଉପରେ ବିଶେଷ ତଥ୍ୟ ରଖିଥିଲେ। ମୁଖ୍ୟ ଅତିଥି ନିଜ ବକ୍ତବ୍ୟରେ ଉପସ୍ଥିତ ଜିଲ୍ଲାର ନୂତନ ରାସନ୍ କାର୍ଡ ହିତାଧକାରୀଙ୍କୁ ସ୍ବାଗତ ଜଣାଇ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାକୁ ଉଲ୍ଳେଖ କରିବା ସହ ଏଥିରେ ସାମିଲ ହୋଇ ସୁବିଧା ପାଇବାକୁ କହିଥିଲେ। ପୂର୍ବରୁ ଉକ୍ତ କାର୍ଯ୍ୟକ୍ରମରେ ମାନ୍ୟବର ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ବିଜ୍ଞାନ କାରିଗରୀ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଯୋଗ ଦେବାର ନିର୍ଦ୍ଧାରିତ ହୋଇଥିଲା କିନ୍ତୁ ହେଲିକପ୍ଟର ଉଡାଣରେ କିଛି ବୈଷୟିକ ତ୍ରୁଟି ଦେଖାଦେବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ମୁଖ୍ୟ ଅତିଥି ରୂପେ ଯୋଗଦେଇଥିଲେ।

ନବରଙ୍ଗପୁର ଜିଲ୍ଲାରେ ବର୍ତ୍ତମାନ ୧୦,୦୭୨ ଜଣଙ୍କୁ ନୂତନ ରାସନ୍ କାର୍ଡ ପ୍ରଦାନ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫୭୨୦ ଜଣ ଆବେଦନକାରୀ ନିଜର ନାମ ପଞ୍ଜିକରଣ କରିଛନ୍ତି। ସେଥିମଧ୍ୟରୁ ୩୨୦୦ ଜଣଙ୍କ ଆବେଦନ ପତ୍ର ଯାଞ୍ଚ ପ୍ରକ୍ରିୟା କରି ନୂତନ ରାସନ୍ କାର୍ଡ ପ୍ରଦାନ କରିବା ପାଇଁ ପଦକ୍ଷେପ ନିଆଯାଉଛି। ଶେଷରେ ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ହିତାଧିକାରୀ ମାନଂକ ସହ ବିଭିନ୍ନ ବିଭାଗୀୟ ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି, ଯୋଗାଣ ବିଭାଗର କର୍ମଚାରୀ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.