ପ୍ରମୂଖ ଖବର
  • ରାଉରକେଲା : ପାରିବାରିକ କଳହର କରୁଣ ପରିଣତି , ୨ ଝିଅକୁ ବିଷ ଦେଇ ନିଜେ ବିଷ ପିଇଲା ମା’
  • ||
  • ରାଜ୍ୟରେ ଖୋଲିବ ୫ ନୂଆ ଏନସିସି ଛାତ୍ରୀ ବାଟାଲିୟନ
  • ||
  • ଆମେରିକାର ପୋଲ୍ ଖୋଲିଲା ଏହି ରିପୋର୍ଟ, ଇରାନର କେବଳ ଗୋଟିଏ ପରମାଣୁ ଠିକଣା ହୋଇଥିଲା ଧ୍ବଂସ
  • ||
  • ବିନିକା : ମହାନଦୀରୁ ମିଳିଲା ଏକ କୁଇଣ୍ଟାଲର ବୋଦା ମାଛ
  • ||
  • ପ୍ରତିବନ୍ଧକର ଧମକ ଦେଇଥିଲେ ନାଟୋ ମୁଖ୍ୟ, କଡ଼ା ଜବାବ ଦେଲା ଭାରତ
  • ||
  • ଏଫଏମ କଲେଜ ଘଟଣା ପରେ ଆକ୍ସନରେ ସରକାର; ଜିଏମ୍ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ
  • ||
  • କଣ୍ଟାବଞ୍ଜି: ରାୟପୁର- ବିଶାଖପାଟଣା ପାସେଞ୍ଜର ଟ୍ରେନର ଏକ ବଗିର ଯାନ୍ତ୍ରିକ ତ୍ରୁଟି,ଦୀର୍ଘ ସମୟ ଧରି ଅଟକିଥିଲା ଟ୍ରେନ
  • ||
  • ନୂଆପଡ଼ା : ସାହାଜଟ ସେବାଶ୍ରମରେ ଅଘଟଣ, ଗଛରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀ ଛାତ୍ର
  • ||
  • କେନ୍ଦ୍ରାପଡ଼ା : ଖରସ୍ରୋତାକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଓଡ଼ିଶା ବନ୍ଦ; ସାଲେପୁର କଂଗ୍ରେସରେ ଫାଟ, ସମର୍ଥକଙ୍କ ମଧ୍ୟରେ ଛକାପଞ୍ଝା
  • ||
  • କୋଣାର୍କ : ଓଡ଼ିଶା ବନ୍ଦ ଡାକରାର ପ୍ରଭାବ; ପର୍ଯ୍ୟଟକଶୂନ୍ୟ କୋଣାର୍କ ଓ ଚନ୍ଦ୍ରଭାଗା
  • ||
  • କଳାହାଣ୍ଡି : କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ, ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ
  • ||
  • ଆଲାସ୍କା ଦ୍ୱୀପରେ ୭.୩ ତୀବ୍ରତାର ଭୂମିକମ୍ପ ଅନୁଭୂତ, ସୁନାମି ଚେତାବନୀ ଜାରି
  • ||
  • ସପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡ; ଜିଅନ୍ତା ଜଳି ୫୦ ମୃତ, ଅନେକ ଆହତ
  • ||
  • ଖଲ୍ଲିକୋଟ : ୧୬ ନଂ ଜାତୀୟ ରାଜପଥ ନାରାୟଣୀ ଛକରେ ଓଲଟିଲା କାର୍, ଜଣେ ମୃତ ୮ ଗୁରୁତର
  • ||
  • ଓଡ଼ିଶା ବନ୍ଦ, ଚକଅଖ ଜାମ୍, ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ, ବାମପନ୍ଥୀ ଦଳ
  • ||
  • ଗୁରୁବାରଠୁ କମିବ ବର୍ଷାର ପରିମାଣ, ୨୩ ଜିଲ୍ଲାରେ ବଜ୍ରଘାତ ଆଶଙ୍କା; ୨୦ରୁ ଅନେକ ସ୍ଥାନରେ ବର୍ଷା ସମ୍ଭାବନା
  • ||

ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଅଚାନକ ମନମୁଣ୍ଡା ସିଏଚସି ପରିଦର୍ଶନ, 'ବନ୍ଦ'ରେ ସ୍ୱାସ୍ଥ୍ୟସେବା ପରଖିଲେ

Published By : Ankita S | July 17, 2025 3:06 PM

ବୌଦ୍ଧ,୧୭/୦୭: ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମଏଓ ) ଡାକ୍ତର ପ୍ରଦୀପ କୁମାର ଗୁରୁ ଆଜି ଅଚାନକ ମନମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିଛନ୍ତି । ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ନ୍ୟାୟ ଦାବିରେ ଓଡ଼ିଶା ବନ୍ଦ ପାଳନ ହୋଇଥିବାବେଳେ ଜିଲ୍ଲାର ସବୁଠୁ ବଡ ଓ ଗୁରୁତ୍ୱପୂର୍ଣ୍ଣ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ମନମୁଣ୍ଡାକୁ ବିନା ସୂଚନାରେ ଅଚାନକ ପରିଦର୍ଶନ କରିଥିଲେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ।

ବିନା ସୂଚନାରେ ' ସିଏଚସି ' ପରିଦର୍ଶନ କରି ସ୍ୱାସ୍ଥ୍ୟକେନ୍ଦ୍ର ପରିସର ସଫା ସୁତୁରା ଥିବା ଦେଖି ସିଡିଏମ ଏଣ୍ଡ ପିଏଚଓ  ଡ଼ାକ୍ତର ପ୍ରଦୀପ ଗୁରୁ ଖୁସିବ୍ୟକ୍ତ କରିଥିଲେ । ଏହାପରେ ଓପିଡି, ଆଇପିଡି, ନିରାମୟ, ରକ୍ତ ପରୀକ୍ଷାଗାର, ଲେବର ରୁମ୍, ଔଷଧ ଷ୍ଟକ୍ ରୁମ୍ ଇତ୍ୟାଦି ପରିଦର୍ଶନ କରିଥିଲେ । ରୋଗୀମାନଙ୍କୁ ସେବା ସମ୍ପର୍କରେ ପଚାରି ବୁଝିଥିଲେ । 

ସେହିପରି ସିଏଚସି ଅଧ୍ୟକ୍ଷ ଡାକ୍ତର ମହେନ୍ଦ୍ର କୁମାର ସାଏଙ୍କ ସମେତ ଅନ୍ୟ ଡାକ୍ତର ଏବଂ କର୍ମଚାରୀ ତଥା ବିପିଏମ ରାକେଶ କୁମାର ମହାପାତ୍ରଙ୍କୁ ସୁବିଧା, ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ ।  ସିଡିଏମଓ ଡ଼ାକ୍ତର ଗୁରୁ  ସିଏଚସିର ବିଭିନ୍ନ ରେଜିଷ୍ଟର ମଗାଇ ତନ୍ନ ତନ୍ନ କରି ତନଖି ଥିଲେ। ସେବା ଓ ଅନ୍ୟାନ୍ୟ ସମସ୍ତ ବ୍ୟବସ୍ଥା ସନ୍ତୋଷ ଜନକ ଥିବା ମତପ୍ରକାଶ କରିଥିବା ଜାଣିବାକୁ ମିଳିଛି । ତେବେ ଏହି ସିଏଚସିର ବିକାଶ ଓ ଉତ୍ତମ ସେବା ଉପରେ ଅଧିକ କଣ କରାଯାଇ ପାରିବ ସେ ଦିଗରେ  ଚେଷ୍ଟା କରାଯିବ ବୋଲି  କହିଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସାଧୀକାରୀ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.