ପ୍ରମୂଖ ଖବର
  • କଳିଙ୍ଗନଗର : ମଝିଆଁ ଭାଇର ଖଣ୍ଡା ଚୋଟରେ ବଡ଼ ଭାଇ ଗୁରୁତର
  • ||
  • ପାଟଣାଗଡ଼ : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • ହୃତଘାତରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପତ୍ନୀ ବିୟୋଗ, ଚାରୁଶୀଳା ଆଚାର୍ଯ୍ୟଙ୍କ କରାଯିବ ଚକ୍ଷୁଦାନ
  • ||
  • ସବୁ ପିକନିକ୍‌ ସ୍ପଟ୍‌ ହେବ ପ୍ଲାଷ୍ଟିକ ମୁକ୍ତ, ସହରର ପ୍ରମୁଖ ସ୍ଥାନରେ ଲାଗିବ କ୍ଳଥ୍‌ ବ୍ୟାଗ୍‌ ଭେଣ୍ଡିଂ ମେସିନ୍‌
  • ||
  • ଭୁବନେଶ୍ୱର : ସବୁ ପିକନିକ୍‌ ସ୍ପଟ୍‌ ହେବ ପ୍ଲାଷ୍ଟିକ ମୁକ୍ତ, ସହରର ପ୍ରମୁଖ ସ୍ଥାନରେ ଲାଗିବ କ୍ଳଥ୍‌ ବ୍ୟାଗ୍‌ ଭେଣ୍ଡିଂ ମେସିନ୍‌
  • ||
  • କଟକ : ପିଇବା ପାଣି ପାଇଁ ରାସ୍ତାରୋକ; ଗରା ଓ ବାଲଟି ଧରି ରାସ୍ତାରେ ବସିଲେ ମହିଳା
  • ||
  • ଗୁରୁବାର ସୁଦଶା ବ୍ରତ: ଜାଣନ୍ତୁ ସୁଦଶା ବ୍ରତର ମାହାତ୍ମ୍ୟ, ପୂଜା ବିଧି
  • ||
  • ଗଞ୍ଜାମ : ଅଜଣା ଗାଡି ଧକ୍କାରେ ଆଇନଜୀବୀ ମୃତ, ଥାନାରେ ମାମଲା ରୁଜୁ
  • ||
  • ବିଶିଷ୍ଟ ପରିବେଶବିତ୍ ମେଧା ପାଟେକର ଅଟକ,କାଶୀପୁର ବ୍ଲକରେ ହେବାକୁ ଥିବା ଜନ ସମାବେଶରେ ହୋଇଥାନ୍ତେ ସାମିଲ
  • ||
  • ରଥ ଖଳା ହାଲ୍‌ଚାଲ୍‌: ପଡ଼ିଲା ରଥର ପ୍ରଥମ ଫ୍ରେମ୍, ଆଗକୁ ଦଣ୍ଡା କଣ୍ଟା ଅନୁକୂଳ
  • ||
  • କଟକ : ମହୁମାଛି ଆକ୍ରମଣରେ ବୃଦ୍ଧା ମୃତ, ଜଣେ ଗୁରୁତର
  • ||
  • ଆଗକୁ ବଢ଼ିବାର ନାଁ ନେଉନି ମୌସୁମୀ: ଭୀଷଣ ଗ୍ରୀଷ୍ମପ୍ରବାହ ଆଲର୍ଟ, ୭ରେ କିଛି ସ୍ଥାନରେ ୪୨ ଡିଗ୍ରୀ ଟପିବ ତାତି
  • ||
  • କଳାହାଣ୍ଡି : ଟ୍ରକ୍‌କୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍‌; ଜଣେ ମୃତ, ୫ ଗୁରୁତର
  • ||

ମାଓଗଡ଼ ତୁଳସୀ ପାହାଡ଼ରେ ଜିଲ୍ଲାପାଳ, ଏସପି ପହଞ୍ଚି ଉନ୍ନୟନ କାର୍ଯ୍ୟ ତଦାରଖ କଲେ

Published By : Gurupada Nath | June 3, 2025 11:15 PM

ମାଲକାନଗିରି,୩/୬ : ମାଲକାନଗିରି ଜିଲ୍ଲା ମାଥିଲି ଥାନାସ୍ଥ ଟେମୁରପାଲି ପଞ୍ଚାୟତର ମାଓଗଡ଼ ଭାବେ ପରିଚିତ ତୁଳସୀପାହାଡ଼ ଉପରେ ଥିବା ଦୁର୍ଗମ ତୁଳସୀ ଆଦିବାସୀ ଗ୍ରାମକୁ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଏସପି ବିନୋଦ ପାଟିଲ ଆଜି ଗସ୍ତ କରିଛନ୍ତି। ମାଥ୍‌ଲି ବ୍ଲକର ଦୁର୍ଗମ ତୁଳସୀ ପାହାଡ଼ ଗ୍ରାମ ଗସ୍ତ କରି ସେଠାରେ ଚାଲିଥିବା ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ । ସେଠାରେ ଚାଲିଥିବା ରାସ୍ତା, ବ୍ରିଜ କାମ ବର୍ଷା ପୂର୍ବରୁ ନିର୍ଦ୍ଧାରିତ ସମୟରେ ସାରିବା ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ଜିଲ୍ଲାପାଳ । 

ସେହିଭଳି ତୁଳସୀ ପାହାଡ଼ରେ ଥିବା ଗ୍ରାମବାସୀଙ୍କ ପାଖରେ ସରକାରଙ୍କ ସମସ୍ତ ସୁବିଧା କିଭଳି ପହଂଚି ପାରିବ ସେନେଇ ମାଥୁଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରମୋଦ ବେହେରାଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମାଓପ୍ରବଣ ଦୁର୍ଗମ ଅପହଞ୍ଚ ତୁଳସୀ ଗ୍ରାମରେ ଜିଲ୍ଲାପାଳ ଓ ଏସପି ଏବଂ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀଙ୍କୁ ଦେଖି ଗ୍ରାମବାସୀମାନେ ଖୁସିରେ ସେମାନଙ୍କୁ ଗ୍ରାମ ଭିତରକୁ ପାଛୋଟି ନେଇଥିଲେ, ଜିଲ୍ଲାପାଳ, ଏସପି ଗ୍ରାମବାସୀଙ୍କୁ ସେମାନଙ୍କ ସୁବିଧା ଓ ଅସୁବିଧା କଥା ପଚାରି ବୁଝିଥିଲେ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.