ପ୍ରମୂଖ ଖବର
  • ସୁଭଦ୍ରା ଯୋଜନା ପ୍ରଥମ ପର୍ଯ୍ୟାୟ ଦ୍ବିତୀୟ କିସ୍ତି ତାରିଖ ଘୋଷଣା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
  • ||
  • ବୈପାରୀଗୁଡା : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା କନିଷ୍ଠ ଯନ୍ତ୍ରୀ, ୫ ହଜାର ଟଙ୍କା ଜବତ
  • ||
  • ଯାଜପୁର : ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ବାଲିପାଟଣା : ଠିକାଦାର ଲାଇସେନ୍ସ ପାଇଁ ପଦ ହରାଇଲେ ସରପଞ୍ଚ, ବହିଷ୍କାର କଲେ ଖୋର୍ଦ୍ଧା ଜିଲ୍ଲାପାଳ
  • ||
  • ଓଡ଼ିଶାରେ କମିବ ରେଳ ଦୁର୍ଘଟଣା: ରେଳ ରାସ୍ତାରେ ଲାଗିବ କବଚ ସୁରକ୍ଷା ପ୍ରଣାଳୀ,ଟେଣ୍ଡର ପ୍ରକ୍ରିୟା ଆରମ୍ଭ
  • ||
  • ଲମତାପୁଟ : ସିକ୍ରେଟ ଚାମ୍ବରରେ ଗଞ୍ଜେଇ ଚାଲାଣ,୯୦ କେଜି ଗଞ୍ଜେଇ ଜବତ
  • ||
  • ଶ୍ରୀମନ୍ଦିରରେ ଅବଢ଼ାର ହେବ ମାନ ପରୀକ୍ଷଣ, ନିଯୁକ୍ତ ହେବେ ଫୁଡ଼ ଇନ୍ସପେକ୍ଟର
  • ||
  • ପୁଣି ମ୍ୟାଜିକ ନମ୍ୱର ଛୁଇଁଲା ହୀରାକୁଦ ଜଳଭଣ୍ଡାର, ୭ ଗେଟ୍‌ ଦେଇ ଜଳ ନିଷ୍କାସିତ
  • ||
  • ଆନନ୍ଦପୁର : ଅଟୋ ଧକ୍କାରେ ସ୍କୁଲ ଛାତ୍ରୀ ଗୁରୁତର, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଜଗତସିଂହପୁର : ଆଜି ଠାରୁ ସିରିଞ୍ଜ ଛାଡ଼ ଆନ୍ଦୋଳନ, ଓଡିଶା ନର୍ସିଂ ଆସୋସିଏସନ ଜଗତସିଂହପୁର ଶାଖାର ୧୦ ଦଫା ଦାବି
  • ||
  • ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ, ଓଡ଼ିଶା ସମେତ ୯ ରାଜ୍ୟକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି
  • ||
  • ବୁଡ଼ିଲା ପଞ୍ଚଲିଙ୍ଗେଶ୍ୱର ଶୈବପୀଠ; ପୂଜା ମଣ୍ଡପ ଉପରେ ଆଣ୍ଠୁଏ ଉପରେ ଝରପାଣି, ଭକ୍ତଙ୍କୁ ଦର୍ଶନ ମନା
  • ||
  • ବେତନଟୀ : କପିଳାସ ଜଙ୍ଗଲକୁ ପଠାଗଲା ନରହନ୍ତା ଦନ୍ତା, ୮ଘଣ୍ଟାର ଅପରେସନ ପରେ ହୋଇଥିଲା ଟ୍ରାଙ୍କୁଲାଇଜ୍‌
  • ||
  • ଚାନ୍ଦବାଲି : ଧରାପଡ଼ିଲେ ବାଇକ୍ ଲୁଟେରା;୨ ଗିରଫ, ଜଣେ ଫେରାର
  • ||
  • ୨୦୨୬ ମାଟ୍ରିକ୍‌ ପରୀକ୍ଷା ପଞ୍ଜୀକରଣ, ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ
  • ||
  • କମୁନି ଦାଦନ ଦୁଃଖ, ସୁରଟରେ ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ବୌଦ୍ଧ ଯୁବକ
  • ||
  • ସାଂଘାତିକ ହେବ ରୋଗୀସେବା: ଆଜିଠୁ ନର୍ସିଂ ଅଫିସରଙ୍କ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ, ୩୦ ଜିଲ୍ଲା ହସ୍ପିଟାଲରେ ରୋଗୀସେବା ବାଧାପ୍ରାପ୍ତ
  • ||
  • ଜଳେଶ୍ବର : ବିପଦ ସଙ୍କେତ ତଳେ ଜଳକା ନଦୀର ଜଳସ୍ତର, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା
  • ||
  • ଶୁକ୍ରବାରଠୁ କମିବ ବର୍ଷା ପରିମାଣ, ଉତ୍ତର ଓଡ଼ିଶାର କାଁ ଭାଁ କିଛି ସ୍ଥାନରେ ବର୍ଷିବ: ୬ରେ ପୁଣି ଲଘୁଚାପ ସମ୍ଭାବନା
  • ||

ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର, ଆବାସ ଯୋଜନାକୁ ନେଇ ସର୍ବାଧିକ ଅଭିଯୋଗ ପଞ୍ଜିକୃତ

ଫିରିଙ୍ଗିଆ, ୨୩।୯ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଭାଗୃହ ପରିସରରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।  ପ୍ରତ୍ୟେକ ମାସର ତୃତୀୟ ସୋମବାର ଏହି ଅଭିଯୋଗ ଶୁଣାଣି ଶିବିର ଫିରିଙ୍ଗିଆ ବ୍ଲକ ରେ ଅନୁଷ୍ଠିତ ହେଉଛି। ଫିରିଙ୍ଗିଆ ବ୍ଲକ  ବିଡିଓ ଅନୁପ ଅଭିଷେକ ବେହେରା ଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ସହ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ ପାତ୍ର ମଧ୍ୟ ଉପସ୍ଥିତ ରହି ଅଭିଯୋଗକାରୀଙ୍କ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ I ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ସହ ଆଦିବାସୀ ଉନ୍ନୟନ ବିଭାଗର ପ୍ରକଳ୍ପ ପ୍ରଶାସକ,ଉଦ୍ୟାନ ଓ କୃଷି ବିଭାଗ, ସାଧାରଣ ବଣ୍ଟନ ବିଭାଗ, ଜଳ ଓ ପରିମଳ ବିଭାଗ, ପଶୁ ସମ୍ପଦ ବିଭାଗ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ, ଶିକ୍ଷା ବିଭାଗ, ବନ ବିଭାଗ ସହ ସମସ୍ତ ବିଭାଗ ର ଅଧିକାରୀ  ଉପସ୍ଥିତ ଥିଲେ I 

ତେବେ ଏହି ଶିବିରରେ ସମୁଦାୟ ୨୮୫ ଟି ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିବା ବେଳେ ବିଶେଷ କରି ଆବାସ ଯୋଜନା ବିଷୟରେ ସର୍ବାଧିକ ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିଲା I ଏହି କାର୍ଯ୍ୟକ୍ରମ କ୍ରମରେ ବିଭିନ୍ନ ପଞ୍ଚାୟତର ସରପଞ୍ଚମାନେ ମଧ୍ୟ ଉପସ୍ଥିତ ଥିଲେ।  ବ୍ଲକ ଅଧୀନରେ ଥିବା ସମୁଦାୟ ୨୪ଟି ପଂଚାୟତର ବିଭିନ୍ନ ଗ୍ରାମାଞ୍ଚଳମାନଙ୍କରୁ ଶତାଧିକ ଲୋକ ନିଜ ନିଜ ଅଭିଯୋଗ ଜିଲ୍ଲାପାଳଙ୍କ ଆଗରେ ଉପସ୍ଥାପନ କରିଥିଲେ I ଜିଲ୍ଲାପାଳ ମଧ୍ୟ୍ୟ ସମସ୍ୟା ଗୁଡିକର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ I 

ପ୍ରତ୍ୟେକ ମାସରେ ଏହିଭଳି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ  ଫିରିଙ୍ଗିଆ ବ୍ଲକରେ ଅନୁଷ୍ଠିତ ହୋଇଆସୁଛି। ଅନେକ ଲୋକ ବିଭିନ୍ନ ସମସ୍ୟା ପାଇଁ ବାରମ୍ବାର ଆସୁଥିଲେ ମଧ୍ୟ୍ୟ ପ୍ରଶାସନ ତରଫରୁ କୌଣସି ପଦକ୍ଷେପ ନିଆଯାଉନଥିବା ଅଭିଯୋଗ  କରିଥିଲେ। ଅଭିଯୋଗଗୁଡିକର  ସଠିକ ତଦନ୍ତ କରି ଉଚିତ ପଦକ୍ଷେପ ନିଆଯାଉ ବୋଲି ଦାବି କରିଥିଲେ I କାର୍ଯ୍ୟକ୍ରମରେ ବ୍ଲକରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ଜୟପ୍ରକାଶ ଜେନା ଙ୍କ ସହ ଏପିଓ ସୁମନ୍ତ ଉଠାଣ ସିଂ, ଭବାନୀ ପ୍ରସାଦ ଦେଓ, ଜିତେନ୍ଦ୍ର ଆଚାର୍ଯ୍ୟ ଙ୍କ ସହ ସମସ୍ତ କନିଷ୍ଠ ଯନ୍ତ୍ରୀ, ସମସ୍ତ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରି, ପଞ୍ଚାୟତ ଏକାଉଣ୍ଟର ଅଧିକାରୀ ମାନେ ଓ ବ୍ଲକ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ I

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.