ଛତ୍ରପୁର, ୦୯/୦୭: ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଭାରପ୍ରାପ୍ତ ମୁଖ୍ୟ ଯୋଗାଣ ଅଧିକାରୀ ପୁଷା ମୁଣ୍ଡା। ଛତ୍ରପୁର ନିକଟ ଜାତୀୟ ରାଜପଥରେ ତାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛି ବ୍ରହ୍ମପୁର ଦୁର୍ନୀତି ନିବାରଣ ଟିମ୍ ।
ଗଞ୍ଜାମ ଜିଲ୍ଲା ଭାରପ୍ରାପ୍ତ ମୁଖ୍ୟ ଯୋଗାଣ ଅଧିକାରୀ ପୁଷା ମୁଣ୍ଡା ଛତ୍ରପୁର ବ୍ୟାଙ୍କ୍ କଲୋନୀ ଭଡା ଘରୁ ଅଫିସ ଯାଉଥିବା ସମୟରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ଚଢ଼ାଉ କରିଥିଲା । ତାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ନଗଦ ଜବତ ହୋଇଛି । ଏହାଛଡ଼ା ଆଶୀର୍ବାଦ ଆପାର୍ଟମେଣ୍ଟରେ ଥିବା ତାଙ୍କ ଭଡ଼ା ଘରେ ମଧ୍ୟ ଭିଜିଲାନ୍ସ ଟମ୍ ରେଡ୍ ମାରିଛି । ସେ ନୂଆପଡା ଜିଲ୍ଲାକୁ ଯୋଗାଣ ଅଧିକାରୀ ଭାବେ ବଦଳି ହୋଇଥିଲା l