ପ୍ରମୂଖ ଖବର
  • ୨୦୨୬ ସୁଦ୍ଧା ମୂଳପୋଛ ହେବ ନକ୍ସଲବାଦ; ୧୦ ବର୍ଷରେ ୨୯ ଜିଲ୍ଲା ନକ୍ସଲମୁକ୍ତ, ଗୃହମନ୍ତ୍ରୀଙ୍କ ବଡ଼ ଘୋଷଣା
  • ||
  • ଦୋଳମୁଣ୍ଡାଇ ଛକରେ ଭୟଙ୍କର ଅଗ୍ନିକାଣ୍ଡ: ହୁ ହୁ ହୋଇ ଜଳିଲା ସୋ' ରୁମ୍‌, ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ
  • ||
  • ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଲାଲ ସଂଗଠନକୁ ବଡ଼ ଝଟକା, ୧୩ ସକ୍ରିୟ ମାଓବାଦୀଙ୍କୁ ବାନ୍ଧିଲା ପୋଲିସ
  • ||
  • ଓଡ଼ିଶା ପୁଲିସର ୯୦ ତମ ପ୍ରତିଷ୍ଠା ଦିବସ, ମୁଖ୍ୟ ଅତିଥି ଭାବେ ଯୋଗଦେବେ ପୁଲିସ୍‌ ମହାନିର୍ଦ୍ଦେଶକ
  • ||
  • ଆଇପିଏଲ୍ ୨୦୨୫: ଆଜି ପଞ୍ଜାବ କିଙ୍ଗ୍‌ସକୁ ଭେଟିବ ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ, ସଂଘର୍ଷପୂର୍ଣ୍ଣ ହେବ ମ୍ୟାଚ୍
  • ||
  • ପାର୍କ ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଖୋଜୁଛି ପୋଲିସ
  • ||
  • ପଶ୍ଚିମବଙ୍ଗରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ, ଚାଲିଗଲା ୭ ଜୀବନ, ମୃତକଙ୍କ ମଧ୍ୟ ୩ ମହିଳାଙ୍କ ସମେତ ୪ ଶିଶୁ
  • ||
  • କଟକରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ: ଆଜି ମଧୁବାବୁଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପର ଶୁଭ ପଡ଼ିବ
  • ||
  • ଏପ୍ରିଲ ୧ ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନକୁ ପୂରିଲା ୮୯ ବର୍ଷ
  • ||
  • ଏପ୍ରିଲରେ ପ୍ରଚଣ୍ଡ ତାତି, ଜୁନ୍‌ ଯାଏ ଜାଳିବ ଖରା: ଏବେ କାଳବୈଶାଖୀ ଆଣିବ ଆଶ୍ୱସ୍ତି, ୮ରୁ ହୁ ହୁ ବଢ଼ିବ ତାତି
  • ||

କେନ୍ଦୁଝରରେ ଜିଲ୍ଲା ସ୍ତରୀୟ ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ, ସଦର ବ୍ଲକର ୨୭୩ ହିତାଧିକାରୀଙ୍କୁ ମିଳିଲା ଅନ୍ତ୍ୟୋଦୟ ଗୃହ

Published By : Harapriya Sethi | March 30, 2025 12:57 PM

କେନ୍ଦୁଝର ସଦର,୩୦/୩: କେନ୍ଦୁଝର ଓ.ଏସ.ଏମ.ଇ ଖେଳ ପଡିଆ ଠାରେ ସଦର ବ୍ଲକ୍ ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ ହୋଇଯାଇଅଛି । ଆୟୋଜିତ କାର୍ଯ୍ୟକ୍ରମରେ ସଦର ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡାଙ୍କ ସଭାପତିତ୍ତ୍ଵ ସଭାରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝର ଲୋକ ସଭା ସାଂସଦ ଅନନ୍ତ ନାୟକ ଯୋଗ ଦେଇ ଅନ୍ତ୍ୟୋଦୟ ଗୃହ ପାଇଁ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି। ଏଥିରେ କେନ୍ଦୁଝର ଜିଲ୍ଲାପାଳ ବିଶାଲ ସିଂ, ଉପଜିଲ୍ଲାପାଳ ଉମାଶଙ୍କର ଦଳେଇ, କେନ୍ଦୁଝର ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ କାର୍ଯ୍ଯ ନିର୍ବାହୀ ଅଧିକାରୀ କୁମାର ନାଗ ଭୂଷଣ ଅତିଥି ଭାବେ ଯୋଗ ଦେଇଥିଲେ। 

ସଦର ନିର୍ବାଚମଣ୍ଡଳୀର ସମସ୍ତ ସରପଞ୍ଚ ସମିତି ସଭ୍ୟ ସଭ୍ୟାଙ୍କ ସମେତ ମୁଖ୍ୟ ମନ୍ତ୍ରୀ ସଦର ବ୍ଲକ ପ୍ରତିନିଧି ଧନୁର୍ଜୟ ମହାନ୍ତ ପ୍ରମୁଖ ଉପସ୍ଥିତ ଥିଲେ । ସଦର ବ୍ଲକର ୨୭୩ ଜଣଙ୍କୁ ଅନ୍ତ୍ୟୋଦୟ ଗୃହ ପାଇଁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଅଛି। ଏହି ଅବସରରେ ଭବାନୀପାଟଣା ଠାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରାଜ୍ୟ ସ୍ତରୀୟ ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭକୁ ଏଲଇଡି ମାଧ୍ୟମରେ ଉପସ୍ଥିତ ଲୋକେ ଦେଖିଛନ୍ତି । କାର୍ଯ୍ୟକ୍ରମକୁ ସଦର ବ୍ଲକର ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାଗବତ ନାଏକ, ବିପିସି ପିଙ୍କୁ ବେହେରା, ଗ୍ରାମ୍ୟ ଗୃହ ନିର୍ମାଣ କାର୍ଯ୍ୟ ପରିଚଳିକା ରଶ୍ମିରାଣୀ ମହାନ୍ତ ପ୍ରମୁଖ ମଞ୍ଚ ପରିଚାଳନାରେ ସହୋଯୋଗ କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.