ଜହ୍ନ।ପଙ୍କ, ୭/୪: ବୌଦ୍ଧ ବ୍ଲକ ମୁର୍ଶୁଣ୍ଢୀ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ଓଡ଼ିଆ ପକ୍ଷ ପାଳନ ଅବସରରେ ବର୍ଣ୍ଣବୋଧ ବଣ୍ଟନ-ବର୍ଣ୍ଣବୋଧ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ସାଧାରଣ ସଭାରେ ଅନୁଷ୍ଠିତ ସାଧାରଣ ସଭାରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର, ଜିଲ୍ଲା ସଂସ୍କୃତି ଅଧିକାରୀ ଅକୃର ଜାନୀ ମଞ୍ଚାସୀନ ଥିଲେ। ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରୀତାକାନ୍ତୀ ବଲିଆର ସିଂ କାର୍ଯ୍ୟକ୍ରମରେ ସଂଯୋଜନା କରିଥିଲେ।
ଏହି ଅବସରରେ ଅତିଥିମାନେ ଉପସ୍ଥିତ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କୁ ମଧୂସୁଦନ ରାଓଙ୍କ ଓଡ଼ିଆ ବର୍ଣ୍ଣବୋଧ ବଣ୍ଟନ କରାଯାଇଥିଲା। ସେହିପରି ଜିଲ୍ଲାପାଳ ଓ ଅନ୍ୟ ଅତିଥିମାନେ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଗୋପାଳ କୃଷ୍ଣ ମଲ୍ଲିକ, ସମନ୍ୱିତ ଶିଶୁ ବିକାଶ ଅଧିକାରୀ ୱାହିଦା ବେଗମ, ସିଆରସିସି ରଶ୍ମି ରଞ୍ଜନ ଦାଶ ଓ ଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ। ଶେଷରେ ଗୋଷ୍ଠି ଶିକ୍ଷା ଅଧିକାରୀ ଉପେନ୍ଦ୍ର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।