ପ୍ରମୂଖ ଖବର
  • ରାଜଧାନୀରେ ବୁଲିଲା ଖଣ୍ଡା, ବାଇକ୍‌ ପାର୍କିଂକୁ ନେଇ ରକ୍ତପାତ
  • ||
  • ଉଗ୍ର ହେଉଛି ଇରାନ-ଇସ୍ରାଏଲ ଲଢେଇ; ଇସ୍ରାଏଲକୁ ସମର୍ଥନ କଲେ...ଆମେରିକା ସମେତ ଅନ୍ୟ ଦେଶକୁ ଇରାନର ଚେତାବନୀ
  • ||
  • ମଞ୍ଚେଶ୍ଵରରୁ ୨ ନାବାଳିକା ଶିଶୁ ଶ୍ରମିକ ଉଦ୍ଧାର
  • ||
  • ବଲାଙ୍ଗୀର : ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ ଥାନା ୫୭ ନଂ ଜାତୀୟ ରାଜପଥ ଖଜୁରୀପଡା ଠାରେ ଦୁର୍ଘଟଣା, ବୋଲେରୋ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ ୭ ଆହତ
  • ||
  • ଆଜି ପହିଲି ରଜ; ସବୁଠି ଉତ୍ସାହ, ପୋଡ଼ପିଠା ବାସ୍ନାରେ ମହକୁଛି ଗାଁଠୁ ସହର
  • ||
  • ରଜକୁ ଭିଜାଇବ ବର୍ଷା: ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ ଜାରି
  • ||

କଳାହାଣ୍ଡିରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦଘାଟିତ

Published By : Rasmita Pradhan | June 13, 2025 12:47 PM

ଭବାନୀପାଟଣା,୧୩।୬: ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଲାଲବାହାଦୂର୍ ଶାସ୍ତ୍ରୀ ଷ୍ଟାଡିୟମ୍ ଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦଘାଟିତ ହୋଇଯାଇଛି। ରାଜ୍ୟସଭା ସାଂସଦ ସୁଜିତ୍ କୁମାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଏହି ମେଳାର ଉଦଘାଟନ କରିଛନ୍ତି। ସମ୍ମାନିତ ଅତିଥି ଭାବେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟଯୋଶୀ ଯୋଗ ଦେଇଥିବା ବେଳେ ରାଜ୍ୟ ସରକାରଙ୍କ ଏକ ବର୍ଷରେ ହୋଇଥିବା ଜନକଲ୍ୟାଣକାରୀ ଯୋଜନା ଓ ବିଭିନ୍ନ ଉନ୍ନୟନମୂଳକ ବିକାଶର ରିପୋର୍ଟ କାର୍ଡ ଉପସ୍ଥାପିତ କରିଛନ୍ତି। ସେ କହିଛନ୍ତି ଯେ, ମୋହନ ସରକାର ରାଜ୍ୟର ବିକାଶ ଦିଗରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରି ଜନସାଧାରଣଙ୍କ ପ୍ରିୟଭାଜନ ହୋଇପାରିଛନ୍ତି। ପ୍ରଗତିର ନୂତନ ସୂର୍ଯ୍ୟୋଦୟ,୨୦୩୬ ସୁଦ୍ଧା ବିକଶିତ ଓଡ଼ିଶାର ଅଭ୍ୟୁଦୟ ଲକ୍ଷ୍ୟକୁ ପୂରଣ କରିବା ନିମନ୍ତେ ସେ ସହଯୋଗ କାମନା କରିଛନ୍ତି। 

ଏହି କାର୍ଯ୍ୟକ୍ରମରେ ଜିଲ୍ଳାପାଳ ପାୱାର ସଚିନ ପ୍ରକାଶ ଅତିଥି ପରିଚୟ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉତ୍ତର ବନଖଣ୍ଡ ଅଧିକାରୀ ରମେଶ, ଦକ୍ଷିଣ ବନଖଣ୍ଡ ଅଧିକାରୀ ଆର କଲାଇ ଭନନ୍ ଉପସ୍ଥିତ ଥିଲେ। ଜିଲ୍ଲା ପରିଷଦ ସିଡିଇଓ ଦୟାମୟ ପାଢ଼ୀ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି ବିକାଶ ମେଳା ଅବସରରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ପ୍ରଦର୍ଶନୀ ଆୟୋଜନ କରାଯାଇଛି। 

ଏହା ପୂର୍ବରୁ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ କଳାହାଣ୍ଡି ଜିଲ୍ଲାସ୍ତରୀୟ ‘ବିକାଶ ବାହନ’ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା। ଏହି ଅବସରରେ କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଲୋକସଭା ସାଂସଦ ମାଳବିକା ଦେବୀ, ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟଯୋଶୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ଜିଲ୍ଲାପାଳ ପାୱାର ସଚିନ ପ୍ରକାଶଙ୍କ ସମେତ ଜିଲ୍ଲାର ସମସ୍ତ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ‘ବିକାଶ ବାହନ’ ର ଶୁଭାରମ୍ଭ କରିଥିଲେ। ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସମ୍ବନ୍ଧରେ ରାଜ୍ୟବାସୀଙ୍କୁ ଅବଗତ କରାଇବା ସହ ଅପହଞ୍ଚ ଅଞ୍ଚଳରେ ରହୁଥିବା ଲୋକଙ୍କ ପାଖରେ ଏହି ସରକାରୀ ଯୋଜନାର ସୁଫଳ ପହଞ୍ଚାଇବାରେ ବଳିଷ୍ଠ ଭୂମିକା ଗ୍ରହଣ କରିବ ବୋଲି ମତପ୍ରକାଶ ପାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.