ପ୍ରମୂଖ ଖବର
  • ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ସୂର୍ଯ୍ୟମନ୍ଦିର, ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ
  • ||
  • ବ୍ରହ୍ମପୁର : ଏମ୍‌କେସିଜି ମେଡିକାଲ କଲେଜରେ ରାଗିଂ ଅଭିଯୋଗ, ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ଡିନ୍‌
  • ||
  • ଝାରପଡ଼ା ଜେଲ୍‌ରେ ଗଣ୍ଡଗୋଳ; ବାଜିଲା ଆଲାରାମ୍‌, ଘଟଣାର ତଦନ୍ତ ପାଇଁ ଜେଲ୍‌ ଡିଜିଙ୍କ ନିର୍ଦ୍ଦେଶ
  • ||
  • ଝାରସୁଗୁଡା : ରେଳଡବାରୁ ମିଳିଲା ମହିଳାଙ୍କ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • କେନ୍ଦ୍ରାପଡା : ବାତ୍ୟା ସମ୍ପର୍କରେ ପ୍ରତିକ୍ରିୟା ରଖିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଆକଳନ ହେବ ଚାଷର କ୍ଷୟକ୍ଷତି
  • ||
  • ପୁରୀ: ଲଜ୍‌ରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ରେଜିଷ୍ଟର୍‌ ନେଇଗଲା ପୁଲିସ
  • ||
  • ବାଲେଶ୍ୱରରେ ବାତ୍ୟା ପ୍ରଭାବ; ଘର ଉପରେ ଭାଙ୍ଗିଲା ନଡ଼ିଆ ଗଛ, ଜଣେ ଗୁରୁତର
  • ||
  • ଭୁବନେଶ୍ୱର: ୨୮ ରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି ସ୍ଥଗିତ
  • ||
  • ଭଦ୍ରକ : ତାଣ୍ଡବ ରଚିଲା ବାତ୍ୟା 'ଦାନା', ୧୬ ନମ୍ୱର ଜାତୀୟ ରାଜପଥରେ ଯାତାୟତ ବାଧାପ୍ରାପ୍ତ
  • ||
  • ଦୁଇ ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ, ଭୁବନେଶ୍ୱରରୁ ଅପହରଣ କରି ଭଞ୍ଜନଗର ନେଇଥିଲେ :୨ ଅଭିଯୁକ୍ତ ଗିରଫ, କାର୍‌ ଜବତ
  • ||
  • ରାତି ଅଧରେ ପଶିଲା ‘ଦାନା’, ଆଜି ରାତି ସାଢ଼େ ୧୧ଟା ଯାଏ ବାତ୍ୟା ପ୍ରକୋପ: ହାଟଡିହି, ତେଲକୋଇ ଦେଇ ଯିବ
  • ||
  • ଭଦ୍ରକରେ ମଧ୍ୟ ରାତ୍ରିରେ କରାଳ ରୂପ ଦେଖାଇଲା ‘ଦାନା’, ଭୟଭୀତ ଅବସ୍ଥାରେ ଲୋକେ
  • ||
  • ବାଲେଶ୍ୱରରେ ବାତ୍ୟାର ପ୍ରଭାବ, ଲ୍ୟାଣ୍ଡଫଲ୍‌ ପରେ ସମୁଦ୍ରରେ ଉଚ୍ଚ ଜୁଆର ସହ ଲାଗି ରହିଛି ବର୍ଷା
  • ||
  • ନଭେମ୍ବର ୫ରେ ଘୂର୍ଣ୍ଣିବଳୟ ସମ୍ଭାବନା: ଆଜି ପ୍ରବଳ ବର୍ଷା ଆଶଙ୍କା,୯ ଜିଲ୍ଲାରେ ରେଡ୍‌ ଆଲର୍ଟ, ୨୭ରୁ ପାଗ ଫିଟିବ
  • ||

ଜିଲ୍ଲାରେ ଦୀର୍ଘସ୍ଥାୟୀ କୀଟନାଶକ ଉପଚାରିତ ମଶାରୀ ବଣ୍ଟନ ନେଇ ବୈଠକ ଅନୁଷ୍ଠିତ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ୩୮୦୯୯୩ଟି ଦୀର୍ଘସ୍ଥାୟୀ କୀଟନାଶକ ଉପଚାରିତ ମଶାରୀ (ଏଲଏଲଆଇଏନ୍) ବଣ୍ଟନ ପାଇଁ ଜିଲ୍ଲା ସ୍ତରୀୟ ସମନ୍ଵୟ କମିଟି ବୈଠକ। ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପରିଷଦ ସଭାଗୃହ ଠାରେ ଉକ୍ତ ବୈଠକ ଅନୁଷ୍ଠିତ ହୋଇ ଯାଇଛି l ଆଜିର ଏହି ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଏବଂ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼. ବ୍ରଜବନ୍ଧୁ ଦାଶ, ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ ( ମଶା ବାହିତ) ଡ଼. କବିତା ସ୍ୱାଇଁ ଓ ସମସ୍ତ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ଅଧିକାରୀ ଏହି ସଭାରେ ଉପସ୍ଥିତ ରହି ଆଲୋଚନା କରିଥିଲେ।

ମାଲକାନଗିରି ଜିଲ୍ଲାରେ ପୁଣି ମ୍ୟାଲେରିଆ ଜ୍ଵର ବୃଦ୍ଧି ପାଉ ଥିବାରୁ ଜିଲ୍ଲାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୪୧୫୯୯୩ଟି ମଶାରୀ ଯୋଗାଇ ଦେଇଛନ୍ତିl ଜିଲ୍ଲାରେ ୧୨୪୯ଟି ମଶାରୀ ବିତରଣ କେନ୍ଦ୍ରରେ ୩୮୦୯୯୩ଟି ମଶାରୀ ବଣ୍ଟନ କରାଯିବl ଜିଲ୍ଲାରେ ୨୨୪୨ ରାଜସ୍ୱ ଓ ପଡାଗ୍ରାମରେ ଆସନ୍ତା ନଭେମ୍ବର ୧୮ ରୁ ଡିସେମ୍ବର ୨୧ ପର୍ଯ୍ୟନ୍ତ ଏହି ମଶାରୀ ବଣ୍ଟନ କାର୍ଯ୍ୟକ୍ରମ ଚାଲିବ ବୋଲି ନିଷ୍ପତ୍ତି ନିଆ ଯାଇଛି।

ଏହି ବୈଠକରେ  ଅନ୍ୟମାନଙ୍କ ମଧ୍ୟରେ ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ତପନ ନାରାୟଣ ରଥ, ଜିଲ୍ଲା ପରିବହନ ଅଧିକାରୀ ଭାଗିରଥୀ ନାୟକ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମିଳା ମାଝୀ,,ଅତିରିକ୍ତ ବନ ଖଣ୍ଡିୟ ଅଧିକାରିଣୀ ମୁନ ସୁନ ଖେମୁଡୁ, ଜିଲ୍ଲା ଶିକ୍ଷା ଅଧିକାରି, ଜିଲ୍ଲା ମଙ୍ଗଳ ଅଧିକାରୀ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ,ଓ ସ୍ୱାସ୍ଥ୍ୟ ବିଭାଗର ଜିଲ୍ଲା ପ୍ରକଳ୍ପ ପରିଚାଳିକା ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ ଓ ପରାମର୍ଶ ଦାତା ଉପସ୍ଥିତ ଥିଲେ।

ଏହି ସଭାକୁ ଜିଲ୍ଲା ମଶା ବାହିତ ପରାମର୍ଶଦାତା ଅଜିତ କୁମାର ଦଳାଇ ପରିଚାଳନା କରିଥିଲେ ଏବଂ ଜିଲ୍ଲାର ମଶାରୀ ବଣ୍ଟନର କାର୍ଯ୍ୟ ସୂଚୀ ଯୋଜନା କମିଟି ସମ୍ମୁଖରେରେ ଉପସ୍ଥାପନା କରିଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.