ପ୍ରମୂଖ ଖବର
  • ପଦ୍ମପୁର : ଶିକ୍ଷକ ଦାବିରେ ସ୍କୁଲରେ ପଡ଼ିଲା ତାଲା, ବିଦ୍ୟାଳୟ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅବିଭାବକ
  • ||
  • ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିର୍ବାଚନ ପ୍ରଚାର ହେବେ ସାମିଲ୍
  • ||
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ମହାସମାରୋହରେ ପାଳିତ ହେଲା ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ

ମାଲକାନଗିରି,୨୧/୬ : ମାଲକାନଗିରି ଜିଲ୍ଲାରେ ମହାସମାରୋହରେ ପାଳିତ ହୋଇଛି ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ । ସମଗ୍ର ଜିଲ୍ଲା ଯୋଗ ମୟ ହୋଇ ଉଠିଥିଲା । ଆଜି ଜିଲ୍ଲା ପ୍ରଶାସନ ଦ୍ବାରା ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି । ଜିଲ୍ଲାପାଳ ସଚିନ ପାୱାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଯୋଗ ଶିବିରକୁ ଉଦଘାଟନ କରିଥିଲେ । ଏହି ଅବସରରେ ସେ କହିଥିଲେ ଯେ, ଶରୀର ଏବଂ ମନର ଶାନ୍ତି ପାଇଁ ଯୋଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଯୋଗ କରିବା ଦ୍ଵାରା ଶରୀର ସୁସ୍ଥ ରହେ । ଦୈନିକ ଯୋଗ କରିବା ଦ୍ୱାରା ଶାରୀରିକ ଏବଂ ମାନସିକ ରୋଗ ଦୂରରେ ରହିଥାଏ । ବଢୁଥିବା ଚାପକୁ ହ୍ରାସ କରିବା ଏବଂ ଜୀବନଶୈଳୀରେ ଉପୁଜୁଥିବା ସମସ୍ୟାକୁ ଯୋଗ ସହିତ ଦୂର କରାଯାଇପାରିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଛନ୍ତି । ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ବନଖଣ୍ଡ ଅଧିକାରୀ ପ୍ରତାପ କଟ୍ଟାପଲ୍ଲୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ତପନ ନାରାୟଣ ରଥ ଓ ବିଏସଏଫ୍ ଡେପୁଟି କମାଣ୍ଡାଣ୍ଟ, ଶୁଭଞ୍ଜନ ମହାପାତ୍ର, ଉପଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ ଉପସ୍ଥିତ ଥିଲେ । 

ଜିଲ୍ଳାସ୍ତରୀୟ ଯୋଗ ଦିବସରେ ୪୬୫ଜଣ ପଞ୍ଜିକରଣ କରିଥିବାବେଳେ ୩୩୭ଜଣ ପୁରୁଷ ଓ ୧୨୮ଜଣ ମହିଳା ଏବଂ ୧୮ ବର୍ଷରୁ କମ୍ ୬୦ଜଣ ଏଥିରେ ଭାଗ ନେଇଥିଲେ। ସେହିପରି ୨୩ ଜଣ ବରିଷ୍ଠ ନାଗରିକ ମଧ୍ଯ ଏଥିରେ ଅଂଶ ଗ୍ରହଣ କରିଥିଲେ । ସଦର ମହକୁମାର ବିଭିନ୍ନ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଆଓମା ଗୁରୁକୁଳର ଅନ୍ତେବାସୀ ଓ ବିଏସଏଫ୍ ଯବାନ ଉପସ୍ଥିତ ରହି ଯୋଗକରିଥିଲେ। ଜିଲ୍ଲା କ୍ରୀଡା ଅଧିକାରୀ, ମାଧବ ପାଙ୍ଗିଙ୍କ ତତ୍ତ୍ଵାବଧାନରେ ଏବଂ ଜିଲ୍ଲା କ୍ରୀଡ଼ା ବିଭାଗର କର୍ମଚାରୀଙ୍କ ସହଯୋଗରେ କାର୍ଯ୍ୟକ୍ରମ ସଫଳ ଭାବେ ଆୟୋଜନ ହୋଇପାରିଛି । କ୍ରୀଡା ଓ ଯୁବ ସେବା ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ଜିଲ୍ଲା ପରିଷଦ କାର୍ଯ୍ୟାଳୟର କର୍ମଚାରୀ ସହଯୋଗ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅର୍ଥ ପରିଚାଳକ, ମାନସ ମିଶ୍ର, ଜିଲ୍ଲା ଦକ୍ଷତା ବିକାଶ ଅଧିକାରୀ ମନସ୍ଵି ସେଠୀ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ପ୍ରମିଳା ମାଝୀ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସସ୍ମିତା ସ୍ୱାଇଁଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁ ଯୋଗ ଗୁରୁ ବିନାଶ କୁମାର ମିଶ୍ର ପରିଚାଳନା କରିଥିଲେ । ସେହିଭଳି ମାଲକାନଗିରି ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା, ଯୁବ ରେଡ଼କ୍ରସ ଏବଂ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ମିଳିତ ଆନୁକୂଲ୍ୟରେ ମହାବିଦ୍ୟାଳୟ ପରିସରରେ ମହାଆଡମ୍ବର ସହକାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି l ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଲିଙ୍ଗରାଜ ମିଶ୍ର ଯୋଗଦେଇ ଉପସ୍ଥିତ ଛାତ୍ରଛାତ୍ରୀ, ସ୍ବେଛାସେବୀ ଏବଂ କର୍ମଚାରୀମାନଙ୍କୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରିବାର ଉଦ୍ଦେଶ୍ୟ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରି ନିଜର ମତ ରଖିଥିଲେ l 

ଏହି କାର୍ଯ୍ୟକ୍ରମର ପ୍ରଶିକ୍ଷକ ତଥା ମହାବିଦ୍ୟାଳୟର ଖେଳ ଶିକ୍ଷକ ଅଭିମନ୍ୟୁ ଦଳବେହେରା ଯୋଗ ପ୍ରଶିକ୍ଷଣ ଦେବା ସହିତ ଯୋଗ ମାଧ୍ୟମରେ କିପରି ବ୍ୟକ୍ତିମାନଙ୍କୁ ସେମାନଙ୍କ ସ୍ୱାସ୍ଥ୍ୟ ଏବଂ କଲ୍ୟାଣକୁ ପ୍ରାଥମିକତା ଦିଆଯାଇ ପାରିବ ଏବଂ ଯୁବପିଢ଼ିର ଶାରୀରିକ ଏବଂ ମାନସିକ ସୁସ୍ଥତାକୁ ପ୍ରୋତ୍ସାହିତ କରାଯାଇପାରିବ ସେ ବିଷୟରେ ବିଶ୍ଳେଷଣ କରିଥିଲେ l 

ଅନ୍ୟମାନଙ୍କ ମଧ୍ୟରେ ଯୁବ ରେଡ଼କ୍ରସର ଜିଲ୍ଲା ଆବାହକ ତଥା ସମ୍ପାଦକ ଡକ୍ଟର ରଞ୍ଜନ ସ୍ବାଇଁ ଉପସ୍ଥିତ ରହି ନିୟମିତ ଯୋଗ ଅଭ୍ୟାସ କରିବାକୁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ l ଏହା ବ୍ୟତୀତ ଜିଲ୍ଲାର ବିଭିନ୍ନ ସରକାରୀ ବେସରକାରୀ ଅନୁଷ୍ଠାନ, ଶିକ୍ଷା ଅନୁଷ୍ଠାନ ଗୁଡିକରେ ମଧ୍ୟ ଯୋଗ ଦିବସ ପାଳିତ ହୋଇଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.