ଛତ୍ରପୁର,୨୯/୦୫: ଗଞ୍ଜାମ ଜିଲ୍ଲାରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଖଣି ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବ୍ରହ୍ମପୁର ସାଂସଦ ଡ. ପ୍ରଦୀପ ପାଣିଗ୍ରାହୀ, ଆସିକା ସାଂସଦ ଅନିତା ଶୁଭପ୍ରିୟଦର୍ଶନୀ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନସାମନ୍ତରା, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ନାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ୱାଇଁ ମଞ୍ଚାସୀନ ଥିଲେ । ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ଦେବ ଦତ୍ତ ପଣ୍ଡା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।
ଏହି ବୈଠକରେ ଜଳସେଚନ, ସ୍ୱାସ୍ଥ୍ୟ, କୃଷି, ରାଜସ୍ୱ ସମେତ ଅନ୍ୟାନ୍ୟ ବିଭାଗ ବିଷୟରେ ଆଲୋଚନା ହୋଇଥିଲା । ବର୍ଷା, ବନ୍ୟା ପୂର୍ବ ପ୍ରସ୍ତୁତି ନେଇ ଆଲୋଚନା ହୋଇଥିଲା । ଜଳସେଚନ, କ୍ଷୁଦ୍ରଜଳସେଚନ ବିଭାଗର କାର୍ଯ୍ୟ ଉପରେ ଅସନ୍ତୋଷ ପ୍ରକାଶ କରିଥିଲେ ସାଂସଦ ଓ ବିଧାୟକ । ଏହାର ସମସ୍ତ ରିପୋର୍ଟ ଆସନ୍ତା ୨ଦିନ ମଧ୍ୟରେ ଦେବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।