ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଜିଲ୍ଲାସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ବିକଶିତ ଓଡ଼ିଶା ପାଇଁ କର୍ମଶାଳା, ଜିଲ୍ଲାର ବିକାଶରେ ଜନ ଭାଗିଦାରିତାକୁ ଗୁରୁତ୍ୱାରୋପ

Published By : Gurupada Nath | June 15, 2025 11:35 PM

ମାଲକାନଗିରି, ୧୫/୬ : ଭାରତକୁ ଏକ ବିକଶିତ ସମୃଦ୍ଧ ରାଷ୍ଟ୍ର କରିବା ଲାଗି ଭିଜନ ୨୦୪୭ର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଭାରତ ସହ ଓଡ଼ିଶା କିଭଳି ସମକକ୍ଷ ହେବ ଏବଂ ପୂର୍ବଦୋୟର ବିକାଶ ହେବ ସେଥି ନିମନ୍ତେ ଭିଜନ ୨୦୩୬ର ଲକ୍ଷ୍ୟ ରଖାଯାଇଛି। ମାଲକାନଗିରି ଜିଲ୍ଲାର ସମସ୍ତ ବୁଦ୍ଧିଜୀବୀ ତତ୍ ସହିତ କଳା ସଂସ୍କୃତି, ଶିଳ୍ପ, କ୍ରୀଡ଼ା, ବ୍ୟବସାୟ, କୃଷି, ଶିକ୍ଷା ଇତ୍ୟାଦି କ୍ଷେତ୍ରର ବ୍ୟକ୍ତି ବିଶେଷଙ୍କୁ ନେଇ ମତ୍ସ୍ୟ ଓ ପ୍ରାଣୀସମ୍ପଦ ଏବଂ ସୂକ୍ଷ୍ମ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି।

ବିଭିନ୍ନ କ୍ଷେତ୍ରର ବ୍ୟକ୍ତି ବିଶେଷଙ୍କ ପରାମର୍ଶକୁ ନେଇ ୨୦୩୬ ସୁଦ୍ଧା ମାଲକାନଗିରିକୁ ଏକ ବିକଶିତ ଜିଲ୍ଲା ଭାବେ ଗଢି ତୋଳିବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରିବା ପାଇଁ ଏହି କର୍ମଶାଳା ଆୟୋଜନ କରାଯାଇଛି ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ସରକାରଙ୍କ ବିଭିନ୍ନ ଯୋଜନାକୁ ବିକାଶ ମେଳା ମାଧ୍ୟମରେ ଲୋକଙ୍କ ପାଖରେ ପହଞ୍ଚେଇବାର ପ୍ରୟାସ କରାଯାଇଛି। କୃଷି, ମହିଳା ସଶକ୍ତିକରଣ, ଆବାସ ଯୋଜନା, ରାସନ କାର୍ଡ, ଭତ୍ତା  ଇତ୍ୟାଦି ସମସ୍ତ ଯୋଜନାକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଜିଲ୍ଲା ପ୍ରଶାସନ ତତ୍ପର ରହିଛି। ରାସ୍ତା, ସ୍ବାସ୍ଥ୍ୟ, ପାନୀୟ ଜଳ, ଜନଜାତି ଉନ୍ନୟନ ସହ ଜିଲ୍ଲାର ସମସ୍ତ ମୌଳିକ ଆବଶ୍ୟକତାକୁ ଗୁରୁତ୍ବ ଦିଆଯାଇଛି ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।

ଆଗାମୀ ଦିନରେ ଦକ୍ଷିଣ ଓଡ଼ିଶାର ସମସ୍ତ ଜିଲ୍ଲାକୁ ନେଇ  ନୂତନ ଉଦ୍ୟୋଗୀ ସୃଷ୍ଟି ନିମନ୍ତେ ଏକ ଆଞ୍ଚଳିକ କର୍ମଶାଳା ଆୟୋଜନ କରାଯିବ। ଯେଉଁଥିରେ କେନ୍ଦ୍ର ସୂକ୍ଷ୍ମ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ ବିଭାଗ ତରଫରୁ ରିସର୍ସ ପରସନ୍ ଯୋଗ ଦେଇ ତାଲିମ ପ୍ରଦାନ କରିବେ। ମାଲକାନଗିରି ଜିଲ୍ଲାର ୭ ଟି ଜିଲ୍ଲାରୁ ୭୦ ଜଣ ଯୁବକ ଚୟନ ହୋଇ ଏଥିରେ ଭାଗ ନେବେ ବୋଲି ସାଂସଦ ବଳଭଦ୍ର ମାଝୀ ସୂଚନା ଦେଇଛନ୍ତି। ଆୟୋଜିତ ଏହି କର୍ମଶାଳା ରେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ ଓ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ନରେଶ ଚନ୍ଦ୍ର ଶବର ଉପସ୍ଥିତ ଥିଲେ। ଜିଲ୍ଲାପାଳ ଶ୍ରୀ ପାଟିଲ ଏହି କର୍ମଶାଳାର ଆଭିମୁଖ୍ୟ ସମ୍ପର୍କରେ ସମସ୍ତଙ୍କୁ ସୂଚନା ଦେଇ ସ୍ବାଗତ ଜଣାଇଥିଲେ। ପରିଶେଷରେ  ଶ୍ରୀ ଶବର ଧନ୍ୟବାଦ ଅର୍ପଣ କରିଥିଲେ। ଏହି କର୍ମଶାଳାରେ ଜିଲ୍ଲାର ସମସ୍ତ ଅଧିକାରୀ, ବିଭିନ୍ନ କ୍ଷେତ୍ରରେ ଦକ୍ଷତା ଥିବା ବ୍ୟକ୍ତି ବିଶେଷ ଓ ଜିଲ୍ଲାର ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.