ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ଜିଲ୍ଲାସ୍ତରୀୟ ସର୍ଗିଫୁଲ ମହୋତ୍ସବ ଉଦଘାଟିତ

Published By : Prameya | November 28, 2024 6:30 PM

ଫିରିଙ୍ଗିଆ, ୨୮।୧୧ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ମୁଖ୍ୟାଳୟ ଠାରେ ଥିବା ଆଦିବାସୀ ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ନେଡିପଦର ସରକାରି ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ଜୀବନ କୌଶଳ ଶିକ୍ଷା ତଥା ଜନଜାତି ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ସର୍ଗିଫୁଲ ମହୋତ୍ସବ ଉଦଘାଟିତ ହୋଇଯାଇଛି I କାର୍ଯ୍ୟକ୍ରମ ଟି ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଜନଜାତି, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ୱାରା ଆୟୋଜନ କରାଯାଇଥିବା ବେଳେ କନ୍ଧମାଳ ଆଦିବାସୀ ଉନ୍ନୟନ ବିଭାଗ କାର୍ଯ୍ୟକ୍ରମ ଟିକୁ ପରିଚାଳନା କରୁଛନ୍ତି I 

ତେବେ ଜିଲ୍ଲା ମଙ୍ଗଳ ଅଧିକାରୀ ରବିନାରାୟଣ ମିଶ୍ର ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ର ଉଦ୍ଘାଟନୀ ଉତ୍ସବରେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।  ଦେଶର ସାମଗ୍ରୀକ ବିକାଶ ରେ ଶିକ୍ଷାର ଉପାଦେୟତା ଜରୁରୀ ଓ ଛାତ୍ରଛାତ୍ରୀ ଶୃଙ୍ଖଳିତ ହେବା ଆବଶ୍ୟକ ବୋଲି ବକ୍ତବ୍ୟ ପ୍ରଦାନ କରିଥିଲେ I ଅନ୍ୟମାନଙ୍କ ମାଧ୍ୟ୍ୟରେ ଫିରିଙ୍ଗିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅନୁପ ଅଭିଷେକ ବେହେରା ମୁଖ୍ୟ ବକ୍ତା ଭାବରେ ଯୋଗଦେଇଥିବା ବେଳେ ବ୍ଲକ ଅଧକ୍ଷା ନମିତା କହଁର, ଫିରିଙ୍ଗିଆ ସରପଞ୍ଚ ଜଳନ୍ଧର କହଁର, ସମିତି ସଭ୍ୟା ମୌସୁମୀ ପ୍ରଧାନ, ପଳାବୃଡି ସରପଞ୍ଚ ଲୀଳାବତୀ ମଳିକ, ସାଂସଦ ପ୍ରତିନିଧି ଗୋଲକ ବିହାରୀ କହଁର, ବରିଷ୍ଠ ବିଜେପି ନେତା ତଥା ସାଂସଦ ପ୍ରତିନିଧି ଦୁର୍ଗାମାଧବ ଆଚାର୍ଯ୍ୟ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଲିଙ୍ଗରାଜ ଦଳବେହେରା, ସହକାରୀ ଜିଲ୍ଲା ମଙ୍ଗଳ ଅଧିକାରୀ ରଂଜିତା ଲେଙ୍କା, ସରସ୍ବତୀ ଯାନୀ, ବାଲିଗୁଡା ର ସହକାରୀ ଜିଲ୍ଲା ମଙ୍ଗଳ ଅଧିକାରୀ ରମେଶ ଚନ୍ଦ୍ର ପ୍ରଧାନ, ଫିରିଙ୍ଗିଆ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଇପ୍ସିତା ଜେନା ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ I 

ଅନ୍ୟପଟେ କାର୍ଯ୍ୟକ୍ରମ କୁ ବରିଷ୍ଠ ଶିକ୍ଷାବିତ ସୁଧୀର କୁମାର ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ବରିଷ୍ଠ ଶିକ୍ଷକ ତ୍ରିଲୋଚନ ପଣ୍ଡା ଅତିଥି ପରିଚୟ ପ୍ରଦାନ କରିଥିଲେ I ତେବେ ଏହି ଦୁଇ ଦିବାସୀୟ କାର୍ଯ୍ୟକ୍ରମ ରେ ନେଡିପଦର ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ରଂଜନ କୁମାର ପାଢ଼ୀ ଙ୍କ ସହ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ସିଂ ଓ ଗୋଛାପଡା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ରମେଶ କୁମାର ସାହୁ ଙ୍କ ପ୍ରତକ୍ଷ ତତ୍ୱାବଧାନ ରେ କାର୍ଯ୍ୟକ୍ରମ ଟି ଆରମ୍ଭ ହୋଇଥିବା ବେଳେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ରୁ ଆସିଥିବା ଶିକ୍ଷକ ଶିକ୍ଷୟିତ୍ରୀ ମାନେ  ମିଳିତ ଭାବେ ପରିଚାଳନା କରୁଛନ୍ତି I

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.