ପ୍ରମୂଖ ଖବର
  • ବାତ୍ୟା ପାଇଁ ଟ୍ୱିଟ୍‌ କରି ଚିନ୍ତା ପ୍ରକାଶ କରିଲେ କେନ୍ଦ୍ରମନ୍ତ୍ରୀ, ବ୍ୟାପକ କ୍ଷୟକ୍ଷତି ନହେବାକୁ ମହାପ୍ରଭୁଙ୍କ ପାଖରେ କରିଲେ ପ୍ରାର୍ଥନା
  • ||
  • ମାଡ଼ି ଆସୁଛି ବାତ୍ୟା 'ଦାନା', ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିଛି କେନ୍ଦ୍ରାପଡା ଅଗ୍ନିଶମ ବିଭାଗ
  • ||
  • ବାସୁଦେବପୁର : ବାତ୍ୟା 'ଦାନା'କୁ ନେଇ ପ୍ରଶାସନର ପ୍ରସ୍ତୁତି, ବାସୁଦେବପୁରରେ ପହଞ୍ଚିଲା ୩ ଟି ଓଡ୍ରାଫ ଟିମ୍‌
  • ||
  • ଉମରକୋଟ : ବସ୍‌ ଚାଳକଙ୍କୁ ଛୁରାମାଡ଼, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ସୃଷ୍ଟି ହେଲା ବାତ୍ୟା 'ଦାନା', ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ କରୁଛି ଗତି
  • ||
  • ବାତ୍ୟା ପାଇଁ ୨ ଦିନ ବନ୍ଦ ରହିବ ସୂର୍ଯ୍ୟ ମନ୍ଦିର
  • ||
  • ଲମତାପୁଟ : ଆମ୍ବୁଲାନ୍ସରୁ ୧୭୦ କେଜି ଗଞ୍ଜେଇ ଜବତ, ଡ୍ରାଇଭର ଫେରାର
  • ||
  • ବଲାଙ୍ଗୀର : ବୁଲେଟ୍-ଅଟୋ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରେ ଚାଲିଗଲା ଜଣେ ଡାକ୍ତରଙ୍କ ଜୀବନ
  • ||
  • ଭୋଗରାଇ : ବାତ୍ୟା 'ଦାନା' ପାଇଁ ଦୀଘା ଖାଲି କରିବାକୁ ପ୍ରଶାସନର ନିର୍ଦ୍ଦେଶ, ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ହୋଟେଲରେ ହେବନି କୌଣସି ବୁକିଂ
  • ||

ବୁଲେଟ୍-ଅଟୋ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରେ ଚାଲିଗଲା ଜଣେ ଡାକ୍ତରଙ୍କ ଜୀବନ

ବଲାଙ୍ଗୀର, ୨୩/୧୦: ବଲାଙ୍ଗୀର - ଟିଟିଲାଗଡ଼ ୨୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ବୁଲେଟ୍ ସହ ମୁହାଁମୁହିଁ ଧକ୍କା ହେଲା ବୀଜାଖମନ ନିକଟରେ ସଡ଼କ ଦୁର୍ଘଟଣାରେ ଜଣେ ଡାକ୍ତରଙ୍କ ମୃତ୍ୟୁ । ମୃତକ ଡାକ୍ତର ଜଣକ ଦେଓଗାଁ ଥାନା ହାତୀଶରା ଗାଁର ୨୮ ବର୍ଷୀୟ ଡାକ୍ତର ରବୀନ୍ଦ୍ର ରାୟ ବୋଲି ଜଣାପଡ଼ିଛି । 

ସୂଚନା ମୁତାବକ, ମଙ୍ଗଳବାର ଡାକ୍ତର ରବୀନ୍ଦ୍ର ରାୟ ବୁଲେଟରେ ଦେଓଗାଁ ଅଭିମୁଖେ ଯାଉଥିଲେ । ଏହି ସମୟରେ ବୀଜାଖମନ ନିକଟରେ ଅଟୋ ସହ ବୁଲେଟ୍ ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ଗୁରୁତର ହୋଇପଡ଼ିଥିଲେ ଡାକ୍ତର ରାୟ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବରା ଦେଇଥିଲେ । ଖବର ପାଇ ଘଟଣାସ୍ଥଳରୋ ଟାଉନ ପୋଲିସ ପହଞ୍ଚି  ଗୁରୁତର ଡାକ୍ତର ରାୟଙ୍କୁ ବଲାଙ୍ଗିର ଭୀମ ଭୋଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲା । ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟପଟେ ଦୁର୍ଘଟଣା ପରେ ଅଟୋଚାଳକ ଅଟୋ ଛାଡ଼ି ଫେରାର୍‌ ହୋଇଯାଇଛି । ଏନେଇ ଟାଉନ ପୋଲିସ ମାମଲା ରୁଜୁ କରି ତଦନ୍ତ କରୁଥିବା ଥାନା ଅଧିକାରୀ ଅବନୀ ସାହୁ କହିଛନ୍ତି । ସେପଟେ ଯୁବା ବୟସରେ ନିଜ ଡାକ୍ତର ପୁଅକୁ ହରାଇ ଭାଙ୍ଗି ପଡିଛନ୍ତି ରବୀନ୍ଦ୍ର ରାୟଙ୍କ ବାପା।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.