ପ୍ରମୂଖ ଖବର
  • ଭୁବନେଶ୍ୱର : ସହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
  • ||
  • ଚୌଦ୍ବାର ନିର୍ଗୁଣ୍ଡିରେ ନିକଟରେ ସରିଲା ରେଲୱେ ଟ୍ରକ୍‌ ମରାମତି, ଖୁବ୍‌ଶୀଘ୍ର ଚାଳଚଳ କରିବ ଟ୍ରେନ୍
  • ||
  • ଆନନ୍ଦପୁର : ଟ୍ରଲର୍-ହାଇୱା ମୁହାଁମୁହିଁ ଧକ୍କା: ଡ୍ରାଇଭର୍ ମୃତ, ହେଲପର୍ ଗୁରୁତର
  • ||
  • କଟକ : ଇଦ୍ ଉଲ୍ ଫିତର ଓ ରାମ ନବମୀ ଉତ୍ସବ ପାଇଁ ତିଗିରିଆ ପୋଲିସ୍ ପକ୍ଷରୁ ଫ୍ଲାଗମାର୍ଚ୍ଚ
  • ||
  • ଭୁବନେଶ୍ୱର : ଜମି ବାଡ଼ି ବିବାଦକୁ ନେଇ ବନଦୂର୍ଗା ବସ୍ତି ପାଲଟିଲା ରଣକ୍ଷେତ୍ର, ସାନ ଭାଇକୁ ଗୁଣ୍ଡା ଲଗାଇ ହାଣିଲା ବଡ ଭାଇ
  • ||
  • ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତ, ଅପରାହ୍ନ ୫ ଟାରୁ ରାତି ୧୦ଟା ସର୍ବସାଧାରଣ ଦର୍ଶନ ମନା
  • ||
  • ସୋମବାରଠୁ ରାଜ୍ୟରେ କମିବ ତାତିର ପ୍ରକୋପ, ଏପ୍ରିଲ ୨ରୁ ୫ ଯାଏ ଓଡ଼ିଶାରେ ବର୍ଷା ସମ୍ଭାବନା
  • ||

ଲାଞ୍ଚ ନେବା ଅଭିଯୋଗରେ ଡାକ୍ତରଙ୍କୁ ତିନି ବର୍ଷ ଜେଲ୍

Published By : Prameya | March 28, 2025 7:10 PM

ଫୁଲବାଣୀ,୨୮/୩ : ସରକାରୀ କାର୍ଯ୍ୟ ପାଇଁ ଲାଞ୍ଚ ନେବା ଅଭିଯୋଗରେ ଆଜି ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଜନୈକ ଡାକ୍ତରଙ୍କୁ ତିନି ବର୍ଷ ସଶ୍ରମ ଜେଲଦଣ୍ଡ ଆଦେଶ ଦେଇଛନ୍ତି । ଏଥିସହ ତାଙ୍କୁ ୫ ହଜାର ଟଙ୍କା ଜରିମାନା କରାଯାଇଛି । ଜରିମାନା ଅନାଦେୟ ଅଧିକ ତିନି ମାସ ଜେଲ ଭୋଗିବାକୁ ପଡ଼ିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଡାକ୍ତର ଜଣକ ହେଲେ ଫିରିଙ୍ଗିଆର ତତ୍କାଳୀନ ବ୍ଲକ ଜନସ୍ବାସ୍ଥ୍ୟ ଅଧିକାରୀ ଡ. ନିଶିଥ ନିଶାନ୍ତ ମାଲୁ।

ସୂଚନା ଅନୁଯାୟୀ, ୨୦୨୧ ମସିହାରେ ଡ. ମାଲୁ ଫିରିଙ୍ଗିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଇନଚାର୍ଜ ଭାବେ କାର୍ଯ୍ୟରତ ଥିଲେ। ସେଠାରେ ବହୁମୂଖୀ ସ୍ୱାସ୍ଥ୍ୟ କର୍ମୀ ଥିବା ବେଣୁପାଣି ଦିଗାଲଙ୍କ ଆରସିଏମ ବିଲ କରିଦେବା ପାଇଁ ସେ ୭ ହଜାର  ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ବେଣୁପାଣି ଭିଜିଲାନ୍ସ ବିଭାଗକୁ ଜଣାଇଥିଲେ। ୨୦୨୧ ମାର୍ଚ୍ଚ ୩୧ ତାରିଖ ଦିନ ଡ ମାଲୁ ଏହି ଲାଞ୍ଚ ଟଙ୍କା ଗ୍ରହଣ କରୁଥିବାବେଳେ ପୂର୍ବ ପ୍ରସ୍ତୁତି ଅନୁଯାୟୀ ବ୍ରହ୍ମପୁର ଭିଜିଲାନ୍ସ ଟିମ଼ ତାଙ୍କୁ ମାଡି ବସିଥିଲେ l 

ଏ ନେଇ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ ୭/୨୧ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତ ଡାକ୍ତରଙ୍କୁ କୋର୍ଟ ଚାଲାଣ କରାଯାଇଥିଲା।  ଆଜି  ଏହି ମାମଲାର ଶୁଣାଣୀ କରି ଭିଜିଲାନ୍ସ ଅଦାଲତ ବିଚାରପତି ସମର ବିଳାସ ବେହେରା ସାକ୍ଷ୍ୟ ପ୍ରମାଣ ଆଧାରରେ ଉପରୋକ୍ତ ରାୟ ଶୁଣାଇଛନ୍ତି। ମାମଲାଟିକୁ ସ୍ବତନ୍ତ୍ର ପିପି ଭି ଭି ରାମଦାସ ପରିଚାଳନା କରୁଥିଲେ। ସୂଚନାଯୋଗ୍ୟ, ଅଭିଯୁକ୍ତ ଡ. ମାଲୁ ବର୍ତ୍ତମାନ ତାଳଚେର ଉପଖଣ୍ଡ ଚିକିତ୍ସାଳୟରେ ମେଡିକାଲ ଅଫିସର ଭାବେ କାର୍ଯ୍ୟରତ ଅଛନ୍ତି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.