ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପରଲୋକରେ ଡ଼ାକ୍ତର ମଳୟ ବେହେରା

Published By : Suraj Kumar | July 9, 2025 10:48 PM

ଭବାନୀପାଟଣା,୯।୭: କଳାହାଣ୍ଡି ଜିଲାର ସୁନାମ ଧନ୍ୟ ଅନ୍ୟତମ ଭୂମିପୁତ୍ର ଡ଼ାକ୍ତର ମଳୟ ବେହେରାଙ୍କ ବୁଧବାର ପ୍ରତ୍ୟୁଷରେ ଭବାନୀପାଟଣାସ୍ଥିତ ମହାବୀରପଡା ବାସଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ମସ୍ତିଷ୍କଜନିତ ରୋଗ କାରଣରୁ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। 

ସେ ସ୍ବର୍ଗତ ପ୍ରଫେସର ଭୁବନେଶ୍ୱର ବେହେରାଙ୍କ ଜ୍ୟେଷ୍ଠ ପୁତ୍ର ହୋଇଥିବାବେଳେ ଭୁବନେଶ୍ୱର ମହାନଗର ନିଗମର ପ୍ରଥମ କମିଶନର ହୋଇଥିବା ବିନୟ ବେହେରାଙ୍କ ବଡ଼ ଭାଇ ଅଟନ୍ତି। ଡାକ୍ତର ବେହେରା କଳାହାଣ୍ଡି ଜିଲା ମୁଖ୍ୟ ଚିକିତ୍ସା ଅଧିକାର (ସିଡ଼ିଏମଓ) ରହିବା ସହ ପଦୋନ୍ନତି ହୋଇ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ମଧ୍ୟ ରହିଥିଲେ। ତାଙ୍କ ପରଲୋକ ଖବର ଶୁଣି କଳାହାଣ୍ଡି ଜିଲାରେ ଶୋକର ଛାୟା ଖେଳି ଯାଇଛି। ନିଜ ପୈତୃକ ଗ୍ରାମ ଜୁନାଗଡ଼ ବ୍ଲକ ମୁଣ୍ଡରାଗୁଡାଠାରେ ତାଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ଜଣାପଡିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.