ପ୍ରମୂଖ ଖବର
  • ଗୁରୁବାର ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ସାଢେ ୬ଟାରୁ ରାତି ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ଜଳେଶ୍ବର: ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ୱର ଜିଲ୍ଲା ବନ୍ଦ ଡାକରା, ଦିନ ୨ଟା ପର୍ଯ୍ୟନ୍ତ ଚକଅଖ ବନ୍ଦ
  • ||
  • ନୂଆପଡ଼ା: ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||
  • ମୟୂରଭଞ୍ଜ: ରକ୍ତ ସମ୍ପର୍କରେ ରକ୍ତ ଛିଟା; ବୃଦ୍ଧ ବାପା ଓ ମାଆଙ୍କୁ ହତ୍ୟାକଲା ମଦ୍ୟପ ପୁଅ
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଘରେ ପଶିଲା କାର୍; ଜଣେ ମୃତ, ୪ଆହତ
  • ||
  • ଓଡ଼ିଶା ବନ୍ଦ ପାଇଁ ଟିଏଲ୍‌ଟି ନିଯୁକ୍ତି ପରୀକ୍ଷା ସ୍ଥଗିତ, ୧୮ରେ ହେବ ପରୀକ୍ଷା
  • ||
  • ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ୧୯ ଯାଏ ଢାଳିବ
  • ||
  • ଆମେରିକାର ଟାରିଫ୍‌ ଛାଟରେ ଚିନ୍ତାରେ ଏସୀୟ ଦେଶ : ପୋଷାକ ରପ୍ତାନିରେ ଲାଭ ଉଠାଇପାରିବ ଭାରତ
  • ||
  • ନୂଆପଡ଼ା : ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||

ରାୟଗଡ଼ାରେ ଡବଲ୍‌ ମର୍ଡର, ଜମିଜମା ବିବାଦକୁ ନେଇ ହତ୍ୟା ହୋଇଥିବା ସନ୍ଦେହ

Published By : Harapriya Sethi | May 3, 2025 7:46 AM

ଭୁବନେଶ୍ୱର,୦୩/୦୫: ରାୟଗଡା ଜିଲ୍ଲା ପଦ୍ମପୁର ଥାନା ଲିକିଟିପଦର ପଞ୍ଚାୟତ ସାରିଗାଡାରେ ଡବଲ୍ ମର୍ଡର । ପଞ୍ଚାୟତ ସରପଞ୍ଚଙ୍କ ସ୍ୱାମୀ ଅଗାଧୁ ଗମାଙ୍ଗ ଓ ଶ୍ୱଶୁର ସୁମ ଗମାଙ୍ଗଙ୍କୁ ନିର୍ମମ ହତ୍ୟା । ଘର ଦାଣ୍ଡରେ ପଡିଛି ବାପ ଓ ପୁଅଙ୍କ ରକ୍ତାକ୍ତ ମୃତଦେହ । ଜମିଜମା ବିବାଦରୁ ଏହି ହତ୍ୟାକାଣ୍ଡ ହୋଇଥିବା ନେଇ ସନ୍ଦେହ କରୁଛି ପୋଲିସ। 

ସୂଚନା ମୁତାବକ, ସରପଞ୍ଚଙ୍କ ପରିବାର ଲୋକେ ଘରେ ଥିଲେ । ଏହି ସମୟରେ କିଛି ଲୋକ ଘରେ ପଶି ସେମାନଙ୍କ ସହ ଯୁକ୍ତିତର୍କ କରିଥିଲେ । ପରେ ଏହି ବଚସା ଉଗ୍ରରୂପ ନେଇଥିଲା । ସରପଞ୍ଚଙ୍କ ପରିବାର ଲୋକଙ୍କୁ ମାରଣାଅସ୍ତ୍ରରେ ଆକ୍ରମଣ କରିଥିଲେ । ଏହା ଦେଖି ସରପଞ୍ଚ ଜୀବନ ବିକଳରେ ଦୌଡି ପଳାଇଥିଲେ । ହେଲେ ଆକ୍ରମଣର ଶିକାର ହୋଇଥିଲେ ପଞ୍ଚାୟତ ସରପଞ୍ଚଙ୍କ ସ୍ୱାମୀ ଅଗାଧୁ ଗମାଙ୍ଗ ଓ ଶ୍ୱଶୁର ସୁମ ଗମାଙ୍ଗ । ଆକ୍ରମଣର ଶିକାର ହୋଇ ଘର ଦାଣ୍ଡରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ି ରହି ଉଭୟ ଜୀବନ ହାରିଥିଲେ । ଏନେଇ ଖବର ପାଇବା ପରେ ରାତିରେ ଘଟଣାସ୍ଥଳରେ ପଦ୍ମପୁର ପୋଲିସ ପହଞ୍ଚିଛି । ଘଟଣାସ୍ଥଳରେ ପହଞ୍ଚି ଉଭୟ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ତଦନ୍ତ ପରେ ଏହି ହତ୍ୟାକାଣ୍ଡର ପ୍ରକୃତ କାରଣ  ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.