ପ୍ରମୂଖ ଖବର
  • କଟକ : ମନ୍ଦିରରୁ ସୁନା ରୂପା ଅଳଙ୍କାର ଲୁଟ ଘଟଣା, ୩ ସନ୍ଦିଗ୍ଧ ଅଟକ
  • ||
  • ସମ୍ୱଲପୁର : ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ୍‌, ଜଣେ ମୃତ
  • ||
  • ବରଗଡ଼ : ଧନୁଯାତ୍ରା ପାଇଁ ଶିକ୍ଷାନୁଷ୍ଠାନ ସମୟରେ ପରିବର୍ତ୍ତନ, ସକାଳ ୮ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ ପାଠପଢା
  • ||
  • ଜାଡ଼ରେ ଥରୁଛି ପୂର୍ବ ଭାରତ: ୟୁପି-ବିହାରରେ ଆଖିବୁଜିଲେ ୧୦ ଜଣ
  • ||
  • ଇସ୍ତଫା ଦେବେ କନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ !
  • ||
  • ରାୟଗଡ଼ା ରେଳ ଡିଭିଜନ୍‌ ପ୍ରକଳ୍ପ, ଆଜି ଆଭାସିରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ
  • ||
  • କାମାକ୍ଷାନଗର : ରାମିଆଳ ନଦୀ ବ୍ରିଜ୍‌ ତଳକୁ ଖସିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଘନ କୁହୁଡ଼ିର ଚାଦର ତଳେ କଟକ, ଜନଜୀବନ ପ୍ରଭାବିତ
  • ||
  • ରାଜ୍ୟରେ ସାମାନ୍ୟ କମିପାରେ ଜାଡ଼ ,୨ରୁ ୩ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||
  • ଆଜିଠୁ ସାତକୋଶିଆରେ କୁମ୍ଭୀର ଗଣନା, ୧୭ ତାରିଖରେ ହେବ ପକ୍ଷୀ ଗଣନା
  • ||

ଶପଥ ନେଲେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ଶପଥ ପାଠ କରାଇଲେ ହାଇକୋର୍ଟର ମୁଖ୍ୟ ବିଚାରପତି

Published By : Prameya | January 3, 2025 10:16 AM

ଭୁବନେଶ୍ୱର ୦୩/୦୧: ଶପଥ ନେଲେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି। ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ରାଜଭବନର ଅଭିଷେକ ହଲ୍‌ରେ ସେ ବିଧିବଦ୍ଧ ଭାବେ ଶପଥ ନେଇଛନ୍ତି। ତାଙ୍କୁ ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଶପଥ ଗ୍ରହଣ କରାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକ ବର୍ଦ୍ଧନ ସିଂ ଦେଓ ଉପସ୍ଥିତ ଥିଲେ। 

ଓଡ଼ିଶାର ରାଜ୍ୟପାଳ ପଦରୁ ରଘୁବର ଦାସ ଇସ୍ତଫା ଦେବା ପରେ କେନ୍ଦ୍ର ସରକାର ଡ. କମ୍ଭମପତିଙ୍କୁ ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦେଇଥିଲେ । ୭୧ ବର୍ଷିୟ ଡ. କମ୍ଭମପତି ପୂର୍ବରୁ ମିଜୋରାମ୍‌ ରାଜ୍ୟପାଳ ଥିଲେ । ଜଣେ ଇଞ୍ଜିନିୟର ଓ ଶିକ୍ଷକ ଭାବେ ସେ ବେଶ୍‌ ପରିଚିତ । ଆନ୍ଧ୍ର ବିଶ୍ୱବିଦ୍ୟାଳୟର ଆସୋସିଏଟ୍‌ ପ୍ରଫେସର ଭାବେ ଦୀର୍ଘ ୨୪ ବର୍ଷର ଅନୁଭୂତି ତାଙ୍କ ପାଖରେ ରହିଛି । ଏହାଛଡ଼ା ଆନ୍ଧ୍ରରେ ୧୯୯୯ରେ ବିଧାୟକ, ୨୦୧୪ରେ ରାଜ୍ୟ ବିଜେପି ସଭାପତି ଦାୟିତ୍ୱ ସହ ସାଂସଦ ଭାବେ ନିର୍ବାଚିତ ହୋଇ କାମ କରିଛନ୍ତି । ୨୦୧୮ରୁ ୨୦୨୨ ପର୍ଯ୍ୟନ୍ତ ଦଳର ଜାତୀୟ କାର୍ଯ୍ୟକାରିଣୀରେ କାମ କରିଛନ୍ତି । ତାଙ୍କୁ ମିଜୋରାମ୍‌ ରାଜଭବନ ତରଫରୁ ଭାବବିହ୍ୱଳ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। 


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.