ପ୍ରମୂଖ ଖବର
  • ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ରଥଯାତ୍ରା ନୀତି ନିର୍ଘଣ୍ଟ ଉପରେ ବାଜିଲା ମୋହର
  • ||
  • ବାଂଲାଦେଶକକୁ ୮ରନ୍‌ରେ ପରାସ୍ତ କଲା ଆଫଗାନିସ୍ତାନ, ସେମିରେ ଦକ୍ଷିଣ ଆଫ୍ରିକାକୁ ଭେଟିବ
  • ||
  • ଶୌଚ ପାଇଁ ଯାଇଥିବା ବେଳେ ମହିଳାଙ୍କୁ ଦଂଶନ କଲା ସାପ, ଚାଲିଗଲା ଜୀବନ
  • ||
  • ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ହାର୍ଡକୋର ମାଓବାଦୀ ନିହତ
  • ||
  • ଲୋକସଭା ବାଚସ୍ପତି ନିର୍ବାଚନ: ଆଜି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ NDA, ମଧ୍ୟାହ୍ନ ୧୨ଟାରେ ସୁଦ୍ଧା ନାମାଙ୍କନ
  • ||
  • ଲୋକସଭା ବାଚସ୍ପତି ନିର୍ବାଚନ,ଆଜି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ NDA, ୧୨ଟାରେ ନାମାଙ୍କନ
  • ||
  • ରାଜ୍ୟରେ ଜୁଲାଇ ୧୫ ଯାଏ ନିଅଣ୍ଟିଆ ବର୍ଷା: ଦୁର୍ବଳ ହେବ ଘୂର୍ଣ୍ଣିବଳୟ, ସକ୍ରିୟ ହେଉନି ମୌସୁମୀ
  • ||

ପାନୀୟ ଜଳ ସମସ୍ୟା ନେଇ ରାସ୍ତାରୋକ କଲେ ଗ୍ରାମବାସୀ

ଫୁଲବାଣୀ, ୧୦/୬ : ଖଜୁରୀପଡ଼ା ବ୍ଲକ ଗୁଦାରୀ ପଞ୍ଚାୟତରେ ପାନୀୟ ଜଳ ସମସ୍ୟା। ବାରମ୍ବାର ଅଭିଯୋଗ ସତ୍ତ୍ଵେ କୌଣସି ସମାଧାନ ହେଉନଥିବାରୁ ସୋମବାର ସକାଳୁ ଗ୍ରାମବାସୀମାନେ ରାସ୍ତାରୋକ କରିଛନ୍ତି। ଗୁଦାରୀ ଆରଆଇ ଅଫିସ୍ ନିକଟସ୍ଥ ଫୁଲବାଣୀ-ଭୁବନେଶ୍ୱର ମୂଖ୍ୟରାସ୍ତା ଅବରୋଧ କରାଯାଇଛି। ଫଳରେ ଏହି ରାସ୍ତା ଦେଇ ଯାତାୟତ ବାଧାପ୍ରାପ୍ତ ହୋଇଛି। 

ଲୋକଙ୍କ ଅଭିଯୋଗ ଅନୁଯାୟୀ, ପଞ୍ଚାୟତରେ ବହୁ ଦିନ ହେଲା ପାନୀୟ ଜଳ ସମସ୍ୟା ରହିଛି। ଏନେଇ ଗ୍ରାମବାସୀ ପଞ୍ଚାୟତ ଠାରୁ ଆରମ୍ଭ କରି ଗୋଷ୍ଠୀ ଉନୟନ୍ନ ଅଧିକାରୀ ଏବଂ ଜିଲ୍ଲାପାଳଙ୍କୁ ଲିଖିତ ଅଭିଯୋଗ ଦେଲାପରେ ବି କୌଣସି ସମାଧାନ ହେଉନି। ଫଳରେ ଗ୍ରାମବାସୀମାନେ ପାନୀୟଜଳ ପାଇବାରୁ ବଞ୍ଚିତ ହେଉଛନ୍ତି। ତେଣୁ ଖୁବ୍‌ଶୀଘ୍ର ପାନୀୟ ଜଳ ସମସ୍ୟା ସମାଧାନ ପାଇଁ ଲୋକେ ଦାବୀ କରିଛନ୍ତି। ଶତାଧିକ ପୁରୁଷ ଓ ମହିଳା ହାଣ୍ଡି, ବାଲଟି ରଖି ରାସ୍ତା ଅବରୋଧ କରି ରହିଛନ୍ତି। ପୁଲିସ ଓ ପ୍ରଶାସନିକ ଅଧିକାରୀମାନେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପାଇଁ ଚେଷ୍ଟା କରୁଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.