ପ୍ରମୂଖ ଖବର
  • ନିର୍ବାଚନ ପୂର୍ବରୁ ନୀତୀଶ କୁମାରଙ୍କ ବଡ଼ ଘୋଷଣା, ଆସନ୍ତା ୫ ବର୍ଷ ମଧ୍ୟରେ ଏକ କୋଟି ଚାକିରି ଦେବେ ସରକାର
  • ||
  • ଆଇପିଏସ୍ ସୋନାଲି ମିଶ୍ର ଆରପିଏଫର ପ୍ରଥମ ମହିଳା ମହାନିର୍ଦ୍ଦେଶକ
  • ||
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ପାନୀୟ ଜଳ ଯୋଗାଣ ପାଇପ୍ ଚୋରି କରିନେଲେ ଦୁର୍ବୃତ୍ତ, ଗାଁରେ ଜଳ ଯୋଗାଣ ବାଧାପ୍ରାପ୍ତ

Published By : Swapna Ray | July 13, 2025 2:09 PM

ବାଉଁଶୁଣୀ, ୧୩।୭: ପାନୀୟ ଜଳ ଯୋଗାଣ ପାଇପ୍ ଚୋରି କରିନେଲେ ଦୁର୍ବୃତ୍ତ । ରବିବାର ସକାଳ ୮ଟା ସମୟରେ ବୌଦ୍ଧ ବ୍ଲକ ଅଁଳାପାଲି ଗ୍ରାମ ପଞ୍ଚାୟତର ଦନ୍ତାପାଲି ଗ୍ରାମକୁ ଆସିଥିବା ମେଗା ପାନୀୟ ଜଳ ଯୋଗାଣ ପାଇପ୍ ଦୁର୍ବୃତ୍ତମାନେ ଚୋରି କରି ନେଇଥିବା ଯୋଗୁଁ ପାନୀୟ ଜଳ ଯୋଗାଣ ବାଧାପ୍ରାପ୍ତ ହୋଇଛି । 

ମିଳିଥିବା ସୂଚନା ଅନୁଯାୟୀ, ଗତ ରାତିରେ ଗାଁକୁ ଆସିଥିବା ପାନୀୟ ଜଳ ଯୋଗାଣ ପାଇପ୍ ଲାଇନ୍‌ର କିଛି ଅଂଶ ଖେଳ ପଡ଼ିଆ ନିକଟରୁ ଦୁର୍ବୃତ୍ତମାନେ ଚୋରି କରି ନେଇଥିବା ଦେଖିବାକୁ ମିଳିଛି । ଫଳରେ ଗାଁକୁ ଜଳ ଯୋଗାଣ ବାଧାପ୍ରାପ୍ତ ହୋଇଛି । ପାନୀୟ ଜଳ ପଡ଼ିଆରେ ବୋହି ଯାଉଥିବା ବେଳେ ଗାଁରେ ପାନୀୟ ଜଳ ସମସ୍ୟା ଦେଖା ଦେଇଛି । ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ଦୁର୍ବୃତ୍ତଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ତୁରନ୍ତ ପାଇପ ଲାଇନ୍ ମରାମତି ପାଇଁ ଗ୍ରାମବାସୀ ଦାବି କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.