ପ୍ରମୂଖ ଖବର
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ଡ୍ରେନରେ ବୁଡ଼ି ମୃତ୍ୟୁ ଘଟଣା, ବିଏମସି ଡ୍ରେନେଜ ଡିଭିଜନର ସହକାରୀ ଯନ୍ତ୍ରୀ ନିଲମ୍ବିତ

ଭୁବନେଶ୍ୱର, ୨୦/୬ : ରାଜଧାନୀରେ ନାଳରେ ଭାସିଯାଇ ଗୋଟିଏ ଛୋଟ ପିଲା ମୃତ୍ୟୁ ଘଟଣାରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏହି ଘଟଣାର ତଦନ୍ତ ରିପୋର୍ଟ ହସ୍ତଗତ ହେବା ପରେ ଆଜି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‍ସି)ର ଡ୍ରେନେଜ ଡିଭିଜନରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର ଦାସଙ୍କୁ ନିଲମ୍ବନ କରାଯିବା ସହ ତାଙ୍କ ବିରୁଦ୍ଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

ପ୍ରକାଶ ଯେ, ଗତ ୧୮ତାରିଖ ଦିନ ୩ନମ୍ବର ୟୁନିଟ୍‍ ଅଞ୍ଚଳରେ ନାଳରେ ଭାସିଯାଇ ଜଣେ ୯ବର୍ଷର ନାବାଳକର ମୃତ୍ୟୁ ହୋଇଥିଲା । ନାଳରେ ଭାସୁଥିବା ଗୋଟିଏ ବେଲୁନ୍‍ ଆଣିବାକୁ ଯାଇ ନାବାଳକଟି ଏଭଳି ଦୁର୍ଘଟଣାର ଶିକାର ହୋଇଥିବାବେଳେ ରାଜ୍ୟ ସରକାର ଏହାକୁ ଗମ୍ଭୀରତାର ସହ ଗ୍ରହଣ କରିଥିଲେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ମୃତ ବାଳକର ପରିବାର ପାଇଁ ୪ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଥିଲେ । ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ଘଟଣାସ୍ଥଳ ପରିଦର୍ଶନ କରିବା ସହିତ କର୍ତ୍ତୃପକ୍ଷଙ୍କଠାରୁ ଏ ସଂକ୍ରାନ୍ତୀୟ ରିପୋର୍ଟ ତଲବ କରିଥିଲେ । ଏହି ଘଟଣାରେ ଦୋଷୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଥିଲେ । କର୍ତ୍ତୃପକ୍ଷ ମଧ୍ୟ ତୁରନ୍ତ ଘଟଣାର ସରଜମିନ ତଦନ୍ତ କରି ରିପୋର୍ଟ ଦେଇଥିଲେ । 

ରିପୋର୍ଟଟି ହସ୍ତଗତ ହେବା ପରେ ଆଜି ସରକାରଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଯେଉଁ ସ୍ଥାନରେ ପିଲାଟି ନାଳରେ ପଡ଼ି ଭାସି ଯାଇଥିଲା ସେହି ସ୍ଥାନରେ ବାଡ଼ ଲଗାଯାଇନଥିବା ରିପୋର୍ଟରେ ଦର୍ଶାଯାଇଥିଲା । ଏଭଳି ସମ୍ବେଦନଶୀଳ ସ୍ଥାନରେ ବାଡ଼ ନଲଗାଇବା ପାଇଁ ୫ନମ୍ବର ଡ୍ରେନ ଡିଭିଜନ ଦାୟିତ୍ୱରେ ଥିବା ସହକାରୀ ଯନ୍ତ୍ରୀ ଶ୍ରୀ ଦାସଙ୍କୁ ଦାୟୀ କରାଯାଇଛି । ତଦନୁଯାୟୀ ରାଜ୍ୟ ସରକାର କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ ସହିତ ଶ୍ରୀ ଦାସଙ୍କୁ ଆଜି ନିଲମ୍ବନ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.