ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

କୋଚି ବିମାନବନ୍ଦରରେ ଡ୍ରଗ୍ସ ଜବତ: କୋକେନ କ୍ୟାପସୁଲ ଗିଳି ଚୋରା ଚାଲାଣ କରୁଥିବା ବେଳେ ଧରା ପଡିଲେ ବ୍ରାଜିଲୀୟ ଦମ୍ପତି

Published By : Bijay Swain | July 12, 2025 8:09 PM

Image courtesy: mathrubhumi

କୋଚି: ନେଡୁମ୍ବାସେରୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବଡ଼ ଧରଣର ଡ୍ରଗ୍ସ ଚୋରା ଚାଲାଣ ଘଟଣାରେ ଜଣେ ବ୍ରାଜିଲୀୟ ଦମ୍ପତିଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ଦମ୍ପତି କୋକେନ ଭର୍ତ୍ତି ୫୦ଟି କ୍ୟାପସୁଲ ଗିଳି ଭାରତକୁ ଚୋରା ଚାଲାଣ କରିବାକୁ ଚେଷ୍ଟା କରୁଥିବା ବେଳେ କଷ୍ଟମ ବିଭାଗ ସେମାନଙ୍କୁ ଗିରଫ କରିଥିବା ଜଣାପଡିଛି। ଶନିବାର କଷ୍ଟମ ଅଧିକାରୀମାନେ ସନ୍ଦେହ ଆଧାରରେ ଦମ୍ପତିଙ୍କୁ ଅଟକ ରଖି ସ୍କାନିଂ କରିବା ବେଳେ ଏହି ଘଟଣା ସାମ୍ନାକୁ ଆସିଛି।

ସୂଚନା ମୁତାବକ, ସ୍କାନିଂ ସମୟରେ ଅଧିକାରୀମାନେ ଦମ୍ପତିଙ୍କ ମଧ୍ୟରୁ ଜଣଙ୍କ ପେଟରେ ପ୍ରାୟ ୫୦ଟି କ୍ୟାପସୁଲ ଥିବା ଜାଣି ଆଶ୍ଚର୍ଯ୍ୟ ହୋଇଥିଲେ। ଏହି କ୍ୟାପସୁଲଗୁଡ଼ିକରେ କୋକେନ ଭର୍ତ୍ତି ଥିବା ସନ୍ଦେହ କରାଯାଉଛି। ତେବେ ପେଟରେ ତିବା ଏହି କ୍ୟାପସୁଲ ଗୁଡିକୁ ବାହାର କରିବା ପାଇଁ ଉଭୟ ଅଭିଯୁକ୍ତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି।

କଷ୍ଟମ ବିଭାଗ ଏବଂ କେରଳ ପୋଲିସର ମିଳିତ ଅପରେସନରେ ଏହି ଗିରଫ କରାଯାଇଛି। ଅଧିକାରୀମାନେ ଏହି ଚୋରା ଚାଲାଣ ନେଟୱାର୍କର ଅନ୍ୟ ସଦସ୍ୟମାନଙ୍କୁ ଚିହ୍ନଟ କରିବା ପାଇଁ ତଦନ୍ତ ଜାରି ରଖିଛନ୍ତି। ଏହି ଘଟଣା କେରଳରେ ବୃଦ୍ଧି ପାଉଥିବା ମାଦକ ଦ୍ରବ୍ୟ ଚୋରା ଚାଲାଣ ସମସ୍ୟା ଉପରେ ଆଲୋକପାତ କରିଛି। ତେବେ ଅଭିଯୁକ୍ତଙ୍କ ପେଟରୁ କ୍ୟାପସୁଲ ଗୁଡିକ ବାହାରିବା ପରେ ସମ୍ପୂର୍ଣ୍ଣ ଘଟଣା ସ୍ପଷ୍ଟ ହେବ ବୋଲି ଜଣାପଡିଛି।

ଏହା ପୂର୍ବରୁ ମଧ୍ୟ କୋଚି ଏବଂ ତିରୁଅନନ୍ତପୁରମ ବିମାନବନ୍ଦରରେ ଏକାଧିକ ମାଦକ ଦ୍ରବ୍ୟ ଜବତ ଘଟଣା ସାମ୍ନାକୁ ଆସିଛି। ତଦନ୍ତକାରୀମାନେ ଏହି ମାମଲାରେ ଅଧିକ ସୂଚନା ସଂଗ୍ରହ କରିବାକୁ ଚେଷ୍ଟା କରୁଛନ୍ତି। ଯେଉଁଥିରେ ଏହି ସମ୍ଭାବିତ କୋକେନର ଉତ୍ସ କେଉଁଠି ଏବଂ ଏହାର କେଉଁ ସ୍ଥାନକୁ ଚାଲାଣ କରାଯାଉଥିଲା ତାହା ମୁଖ୍ୟ ବିଷୟ ରହିଛି। ତେବେ ଅଧିକ ତଥ୍ୟ ପାଇଁ ତଦନ୍ତ ଫଳାଫଳକୁ ଅପେକ୍ଷା କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.