ପ୍ରମୂଖ ଖବର
  • ପୁରୀ : ଅର୍ବାନ ହାଟର ବିକାଶ ମେଳା ଚଳଚଞ୍ଚଳ, ମେଳାରେ ଲାଗିଛି ବିଭିନ୍ନ ବିଭାଗର ୭୦ ଟି ଷ୍ଟଲ
  • ||
  • ଲଗାଣ ବର୍ଷାରେ ବେହାଲ ଯାଜପୁର ସହର; ଅଫିସ ପରିସରରେ ଜମିରହିଚି ପାଣି, ଭାଙ୍ଗିଲା ଦୋକାନ
  • ||
  • ୨୨ରେ ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାରିପଦାସ୍ଥ ଛଉ ପଡ଼ିଆରେ ଉଦ୍‌ଘାଟନ କରିବେ ବିକାଶ ମେଳ
  • ||
  • ଚଣ୍ଡିଖୋଲ : ଖୁଦୁରୁକୁଣୀ ମୂର୍ତ୍ତି ବିସର୍ଜନ ସମୟରେ ଅଘଟଣ, ପୋଖରୀରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ
  • ||
  • ଆନନ୍ଦପୁର : ପାରିବାରିକ କଳହର କରୁଣ ପରିଣତି, ବିଷ ପିଇ ଜୀବନ ହାରିଲେ ଦମ୍ପତି
  • ||
  • ବୌଦ୍ଧରେ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ପ୍ରଥମ ରୋଗୀ ଚିହ୍ନଟ, ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଲେ ଯୁବକ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ, ଚାଏ ପେ ଚର୍ଚ୍ଚାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
  • ||
  • କୋରାପୁଟ : ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଚଢାଉ; ୨୫ କିଲୋ ଗଞ୍ଜେଇ ଜବତ, ୨ ମହିଳା ଗିରଫ
  • ||
  • ସମ୍ବଲପୁର: ମେଜିକ୍ ନମ୍ବର ଛୁଇଁଲା ହୀରାକୁଦ ଜଳସ୍ତର, ସକାଳ ୯ଟା ସୁଦ୍ଧା ୬୩୦ ଫୁଟ୍ ଜଳସ୍ତର
  • ||
  • କଟକ : ରାତ୍ରିକାଳୀନ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା ଗ୍ରସ୍ତ; ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ, ଡ୍ରାଇଭର ଗୁରୁତର
  • ||
  • ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା: ଆଜି ରାଜଭବନ ଆଗରେ ଧାରଣା ଦେବେ ବିଜୁ ମହିଳା ଜନତ ଦଳ
  • ||
  • ଶ୍ରୀମନ୍ଦିର ରତ୍ନଭଣ୍ଡାର ଗୁପ୍ତ ସୁଡ଼ଙ୍ଗ ଖୋଜିବ ଏଏସ୍‌ଆଇ ଟିମ୍, ରାଡାର୍‌ ପେନିଟ୍ରେଟିଂ ସିଷ୍ଟମ୍‌ ସର୍ଭେ ହେବ
  • ||
  • ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ: ୨୩ରେ ଲଘୁଚାପ,୨୪ରେ ପ୍ରବଳ ବର୍ଷା ସମ୍ଭାବନା
  • ||

ପାରିବାରିକ କଳହର କରୁଣ ପରିଣତି, ବିଷ ପିଇ ଜୀବନ ହାରିଲେ ଦମ୍ପତି

ଆନନ୍ଦପୁର,୨୧/୦୯: ପାରିବାରିକ କଳହରୁ ବିଷ ପିଇ ଆତ୍ମହତ୍ୟା କଲେ ଦମ୍ପତି । ଏହି ଦମ୍ପତିଙ୍କ ପରିଚୟ ଅସ୍ପଷ୍ଟ ଥିବାବେଳେ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଥାନା ଅନ୍ତର୍ଗତ ସଢଙ୍ଗି ଗାଁରେ ଏଭଳି ଅଘଟଣ ଘଟିଛି ।

ସୂଚନା ମୁତାବକ, ସଢଙ୍ଗି ଗାଁରେ ଏକ ଦମ୍ପତିଙ୍କ ମଧ୍ୟରେ କୌଣସି ବ୍ୟକ୍ତିଗତ କାରଣରୁ କଳହ ସୃଷ୍ଟି ହୋଇଥିଲା । ଏହି କାରଣରୁ ଉଙୟଙ୍କ ମଧ୍ୟରେ ବଚସା ମଧ୍ୟ ହୋଇଥିଲା । ଶେଷରେ ଏଥିରେ ଉତ୍ୟକ୍ତ ହୋଇ ଗୁରୁବାରରେ ବିଷ ପିଇଥିଲେ ସ୍ୱାମୀ-ସ୍ତ୍ରୀ । ଏହା ଦେଖି ତାଙ୍କ ପରିବାର ଲୋକେ ତୁରନ୍ତ ଉଭୟଙ୍କୁ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଇଥିଲେ । ତେବେ ଗୁରୁବାରରେ ହିଁ ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଶନିବାର ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ସ୍ୱାମୀ । ଏନେଇ ପରିବାର ଲୋକେ ଆନନ୍ଦପୁର ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି ପୋଲିସ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.