ପ୍ରମୁଖ ଖବର
  • ବୁଧବାର ଅରୁଣ ଗୋଭିଲ, ଗୁରୁବାର ପୁଣି ଓଡିଶା ଆସିବେ ଜେ.ପି ନଡ୍ଡା
  • ||
  • ପ୍ରଯୋଜକ ବିଜୟ ପଟ୍ଟନାୟକଙ୍କ ପରଲୋକ, ଚିକିତ୍ସାଧୀନ ଅବସ୍ଥାରେ ତ୍ୟାଗ କଲେ ଶେଷ ନିଶ୍ୱାସ
  • ||
  • ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଦୁର୍ଘଟଣା : ଜଣେ ଆହତ, ଅଳ୍ପକେ ବର୍ତ୍ତିଲେ ୨୦ ପୋଲିସ କର୍ମଚାରୀ
  • ||
  • ରଥଖଳା ହାଲ୍‌ଚାଲ୍‌...ଶ୍ରୀନୃସିଂହ ଚତୁର୍ଦ୍ଦଶୀ ତିଥିରେ ଗୁଜ ଅନୁକୂଳ, ଖୋଳା ହେବ ଯନ୍ତା ଗାଡ଼
  • ||
  • ସ୍ୱାତୀ ମାଲିୱାଲଙ୍କୁ ମାଡ଼ ମାମଲା: ସିଏମ୍‌ ହାଉସ୍‌ରେ ବିଭବଙ୍କୁ ନେଇ ସିନ୍‌ ରିକ୍ରିଏଟ୍‌
  • ||
  • ମଦ ନୀତି ଦୁର୍ନୀତି ମାମଲା: କେଜ୍‌ରିୱାଲଙ୍କୁ ପୁଣି ୧୪ ଦିନ ରିମାଣ୍ଡରେ ନେବାକୁ ଇଡିର ଆବେଦନ
  • ||
  • IPL ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମୁହାଁମୁହିଁ ହେବେ କୋଲକାତା- ହାଇଦ୍ରାବାଦ, ରନ୍‌ ବର୍ଷା କରିବେ ବ୍ୟାଟିଂ ପାୱାର ହାଉସ୍‌
  • ||
  • ବାତ୍ୟା ହେବନି..ଅବପାତ ହୋଇ ମିଆଁମାର ଯିବ: ଜିଏଫଏସ୍
  • ||

ରାଜନୈତିକ କାର୍ଯ୍ୟକ୍ରମରେ ଯୋଗ ଦେବା ପଡ଼ିଲା ମହଙ୍ଗା, ଚାକିରିରୁ ବହିଷ୍କୃତ ହେଲେ ଠିକା କର୍ମଚାରୀ

ଚାନ୍ଦବାଲି, ୩୦।୪: ରାଜନୈତିକ ଦଳ କାର୍ଯ୍ୟକ୍ରମରେ ଯୋଗ ଦେବା ଚାନ୍ଦବାଲି ଜଳ ସମ୍ପଦ ବିଭାଗର ଜଣେ ଠିକା କର୍ମଚାରୀ ପରମେଶ୍ୱର ମହାଳିକଙ୍କୁ ମହଙ୍ଗା ପଡ଼ିଛି । ନିର୍ବାଚନ ଆଚରଣ ବିଧି ଉଲଘଂନ ନେଇ ବିଜେପି ପକ୍ଷରୁ ଜୟନ୍ତ କୁମାର ଜେନା ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିବା ପରେ ବିଭାଗ ପକ୍ଷରୁ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ଜଳ ସମ୍ପଦ ବିଭାଗର ଯନ୍ତ୍ରୀ ବାଣିଶ୍ରୀ ନାୟକ ସୂଚନା ଦେଇଛନ୍ତି । 

ଭଦ୍ରକ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳଙ୍କୁ ଉକ୍ତ କର୍ମଚାରୀଙ୍କ ସମ୍ପର୍କରେ ଚଳିତ ମାସ ୨୨ ତାରିଖରେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନରଙ୍କ ପତ୍ର ସଂଖ୍ୟା ୬୨୧୫/୨୦୨୪ ଜରିଆରେ ତଥ୍ୟ ମଗାଯିବା ପରେ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି ।ଅଭିଯୋଗକାରୀ ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ଜୈନିକ କର୍ମଚାରୀ ଏକ ରାଜନୀତିକ ଦଳର ମିଶ୍ରଣ ପର୍ବରେ ଯୋଗ ଦେଇଥିଲେ । ଯାହାର ଫଟୋ ଓ ଭିଡିଓ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା । ଏହି ଫଟୋ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗକାରୀ ଉପସ୍ଥାପନ କରିବା ପରେ ତାଙ୍କ ବିରୋଧରେ ଏନେଇ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି ।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.