ପ୍ରମୂଖ ଖବର
  • ଶ୍ରୀଲୋକନାଥଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ସମ୍ପନ୍ନ, ରତ୍ନଭଣ୍ଡାର ଖୋଲିବାକୁ ଆସିଲା ଆଜ୍ଞାମାଳ
  • ||
  • ଚତୁର୍ଥ ଟି-ଟ୍ୱେଣ୍ଟ; ଜିମ୍ବାଓ୍ବେକୁ ୧୦ ୱିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ, ଆଜି ପଞ୍ଚମ ମୁକାବିଲା
  • ||
  • ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼, ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ସନ୍ଦିଗ୍ଧ ସୁଟର ମୃତ
  • ||
  • ପାଞ୍ଚ ଦଶନ୍ଧିର ଘଟିବ ଅନ୍ତ, ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଦିନ ୧ଟା ପରେ ଶୁଭ ମୁହୂର୍ତ୍ତରେ ଫିଟିବ ତାଲା
  • ||
  • ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା, ୧୮ରେ ଆଉ ଏକ ଘୂର୍ଣ୍ଣିବଳୟ
  • ||

ଭିଜିଲାନ୍ସ ଜାଲରେ ଦୁର୍ଗାପାଙ୍ଗା ଆରଆଇ, ୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ଫୁଲବାଣୀ,୧୦/୭ : ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକ ଦୁର୍ଗାପାଙ୍ଗାର ରାଜସ୍ୱ ନିରୀକ୍ଷକ ଦିଲ୍ଲୀପ ସାହୁ। ଜଣେ ବ୍ୟକ୍ତିଙ୍କ ଠାରୁ ଜମି ପଟ୍ଟା ପାଇଁ ଆବଶ୍ୟକୀୟ ମ୍ୟୁଟେସନ କରାଇ ଦେବା ପାଇଁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ତାଙ୍କ ନିକଟରୁ ସମସ୍ତ ଲାଞ୍ଚ ଟଙ୍କା ଜବତ ହୋଇଛି।

ସୂଚନା ଅନୁସାରେ, ଅଭିଯୋଗକାରୀ ତାଙ୍କର ଜମିପଟ୍ଟା ପାଇଁ ଆବଶ୍ୟକ ହେଉଥିବା ମ୍ୟୁଟେସନ ନିମନ୍ତେ କୋଟଗଡ ତହସିଲଦାରଙ୍କ ନିକଟରେ ଆବେଦନ କରିଥିଲେ। ଦୁର୍ଗାପାଙ୍ଗା ସେକ୍ସନର ଆରଆଇ ଦିଲ୍ଲୀପ ସାହୁ ଏହି କାମ କରାଇ ଦେବା ପାଇଁ ଆବେଦନକାରୀଙ୍କୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଅଭିଯୋଗକାରୀ ଏନେଇ ଭିଜିଲାନ୍ସର ଦ୍ଵାରସ୍ଥ ହୋଇଥିଲେ। ଆଜି ଆରଆଇ ଏହି ଲାଞ୍ଚ ଟଙ୍କା ଗ୍ରହଣ କରୁଥିବା ସମୟରେ ପୂର୍ବ ପ୍ରସ୍ତୁତି ପ୍ରକାରେ ଭିଜିଲାନ୍ସ ବିଭାଗର ଅଧିକାରୀମାନେ ତାଙ୍କୁ ଧରିଥିଲେ। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯିବା ସହିତ ଆରଆଇ ସାହୁଙ୍କୁ ଗିରଫ କରାଯାଇଛି। ଏନେଇ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ ୧୧/୨୪ରେ ଏକ ମାମଲା ରୁଜ୍ଜୁ କରାଯାଇ ଅଧିକ ତଦନ୍ତ ଚାଲିଛି। ଏଥିସହ ତାଙ୍କର ସମ୍ପତ୍ତି ଆକଳନ ପାଇଁ ଦୁଇଟି ସ୍ଥାନରେ ଚଢ଼ାଉ ଜାରି ରହିଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ମିଳିଛି।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.