ପ୍ରମୂଖ ଖବର
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଫେବୃୟାରୀ ୧୫ରେ ସରିବ ରାସନ କାର୍ଡ E-KYC ସମୟ ସୀମା, ୬ ଲକ୍ଷ ନୂଆ ହିତାଧିକାରୀ କରିଛନ୍ତି ଆବେଦନ

Published By : Harapriya Sethi | February 9, 2025 1:45 PM

ଭୁବନେଶ୍ୱର,୦୯/୦୨: ରାସନ କାର୍ଡ E-KYC ପାଇଁ ଫେବୃୟାରୀ ୧୫ ରେ ପୁରିବ କଣ୍ଟ । ବର୍ତ୍ତମାନ ସୁଦ୍ଧା ୩୭ ଲକ୍ଷ ୮୫ ହାଜର ୪୯୬ ଜଣ ଲୋକ କରିନାହାନ୍ତି E-KYC । ୬ ଦିନ ଭିତରେ ଅନ୍ୟ E-KYC କରି ଦେବାକୁ ପୁଣି ଅପିଲ କଲେ ଯୋଗାଣ ମନ୍ତ୍ରୀ । ୧୫ ପରେ ଆଉ E-KYC ଅବଧି ବଢ଼ାଇବ ନାହିଁ ରାଜ୍ୟ ସରକାର । ତାପରେ ବି ଯେଉଁମାନେ E-KYC କରିବେ ନାହିଁ, ସେଗୁଡିକୁ ସରେଣ୍ଡର ବୋଲି ଧରି ନିଆଯିବ । E-KYC ନକଲେ ସେହି କାର୍ଡ ଗୁଡ଼ିକୁ କାଟି ଦିଆଯିବ । ତଥାପି ଯଦି ଅଯୋଗ୍ୟ ମାନେ କାର୍ଡ ନଫେରାଇଲେ, ସରକାର କଠୋର କାର୍ଯ୍ୟାନୁଷ୍ଠାନ ନେବେ ବୋଲି ଚେତାଇ ଦେଲେ ମନ୍ତ୍ରୀ । ନୂଆ ଲୋକଙ୍କୁ ଯୋଡ଼ା ଯିବ । ୬ ଲକ୍ଷ ନୂଆ ହିତାଧିକାରୀ ଆବେଦନ କରିଛନ୍ତି । ଏନେଇ ଯୋଗାଣ ମନ୍ତ୍ରୀ କୃୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । 

ପ୍ରାୟ ୮ ଲକ୍ଷ ଆୟକର ଦେଉଥିବା ଲୋକ କାର୍ଡ ନେଇଥିଲେ ବି ରିପୋର୍ଟ ଆସିଛି । ସେମାନେ ସ୍ବାସ୍ଥ୍ୟ କାର୍ଡ ପାଇବା ପାଇଁ ରାସନ କାର୍ଡ ନେଇଥିଲେ । ଏହାର ରିପୋର୍ଟ ମନ୍ତ୍ରୀଙ୍କର ହସ୍ତଗତ ହୋଇଛି । ଏ ନେଇ ଅଧିକାରୀ ମାନଙ୍କୁ ସର୍ଭେ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସେହି କାର୍ଡ ଗୁଡ଼ିକ ମଧ୍ୟ କଟିବ । ଅଯୋଗ୍ୟ ହିତାଧିକାରୀ କାର୍ଡ ନେବା ନେଇ ଲିଖିତ ଅଭିଯୋଗ କଲେ, ଆକ୍ସନ ହେବ ବୋଲି କହିଲେ ମନ୍ତ୍ରୀ । ଚାକିରି କରିଥିବା ବା ଆୟକର ଦେଉଥିବା ଏବେ ସୁଦ୍ଧା ୧୨ ହାଜର ଅଯୋଗ୍ୟ ରାସନ କାର୍ଡ ଫେରାଇ ସାରିଲେଣି ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.