ପ୍ରମୂଖ ଖବର
  • ଉପରାଷ୍ଟ୍ରପତିଙ୍କ ଇସ୍ତଫା ଗ୍ରହଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଗତକାଲି ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ପଦରୁ ଇସ୍ତଫା ଦେଇଥିଲେ ଜଗଦୀପ ଧନଖଡ଼
  • ||
  • ଖୁବ୍‌ଶୀଘ୍ର ନିଲାମ ହେବ ରାଜ୍ୟର ୨୨ ଖଣି, ସୂଚନା ଦେଲେ ଖଣି ମନ୍ତ୍ରୀ ବିଭୂତି ଜେନା
  • ||
  • ଆଠଗଡ଼: ଯୁବତୀଙ୍କ ଅନ୍ତରଙ୍ଗ ଭିଡିଓ ଭାଇରାଲ୍‌ ଅଭିଯୋଗ, ଯୁବକ ଗିରଫ
  • ||
  • ଭୁବନେଶ୍ବର: ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ସଂଗଠନ ସ୍ଥିତିି ନେଇ ହୋଇପାରେ ଆଲୋଚନା
  • ||
  • ବଳଙ୍ଗାରେ ନାବାଳିକାଙ୍କୁ ଜାଳିଦେବା ମାମଲା, ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ଦିଲ୍ଲୀ ଯିବେ କ୍ରାଇମବ୍ରାଞ୍ଚ ଓ ପୁଲିସ ଟିମ୍
  • ||
  • ଭୁବନେଶ୍ବର: ସହିଦ ନଗରରେ ରହୁଥିବା IT ଅଫିସରଙ୍କ ଘରୁ ଲୁଟ୍, ଲକ୍ଷାଧିକ ଟଙ୍କା ଓ ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ମାଞ୍ଚେଷ୍ଟର ଟେଷ୍ଟରେ ବଦଳିବ ଟିମ୍ ଇଣ୍ଡିଆ ଚୂଡ଼ାନ୍ତ ଏକାଦଶ; କୁଲଦୀପ, କାମ୍ବୋଜ, ସର୍ଦୁଲ ପ୍ରତିଦ୍ୱନ୍ଦ୍ୱିତା
  • ||
  • ଢ଼େଙ୍କାନାଳ: ଗୋରୁ ବୋଝେଇ କଣ୍ଟେନର ଜବତ : ୧୮ ଗୋରୁ ଉଦ୍ଧାର, ଡ୍ରାଇଭର୍ ଫେରାର
  • ||
  • ମାଲକାନଗିରିରେ ପ୍ରବଳ ବର୍ଷା; ଯୋଡ଼ାମ୍ବ ସ୍ୱାସ୍ଥ୍ୟକେନ୍ଦ୍ରରେ ୩ ଫୁଟରେ ପାଣି, ରୋଗୀ ଓ କର୍ମଚାରୀ ହନ୍ତସନ୍ତ
  • ||
  • ଭାରତରେ ୭୦,୦୦୦ କୋଟି ନିବେଶ କରିବ ନୟାରା ଏନର୍ଜି: ଇୟୁର କଟକଣାକୁ ବେଆଇନ ଦର୍ଶାଇଲା କମ୍ପାନି
  • ||
  • ପୁରୀ: ସମଙ୍ଗ ପାର୍କିଂରେ ରୋମିଓଙ୍କ ଉତ୍ପାତ: ଧରାପଡ଼ିଲେ ୨, ଖସିଗଲେ ୪
  • ||
  • ନୂଆଦିଲ୍ଲୀ : ଆଜି ବସିବ କେନ୍ଦ୍ର କ୍ୟାବିନେଟ୍ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ୨୩ରୁ ପ୍ରବଳ ବର୍ଷା, ୨୪ରେ ଲଘୁଚାପ; ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଆଲର୍ଟ
  • ||

ହରିୟାଣାରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୩.୨ ରେକର୍ଡ

Published By : Anindita Ratha | July 22, 2025 8:03 AM

ନୂଆଦିଲ୍ଲୀ,୨୨/୦୭: ଭୂକମ୍ପ ଝଟକାରେ ଥରିଲା ହରିୟାଣା। ସକାଳ ୬ଟାରେ ହରିୟାଣାର ଫରିଦାବାଦରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଯାହାର ରିକ୍ଟର ସ୍କେଲରେ ତୀବ୍ରତା  ୩.୨ ରେକର୍ଡ କରାଯାଇଛି। ଫଳରେ ଅଧିକାଂଶ ଲୋକ ଭୟଭୀତ ହୋଇ ଘରୁ ବାହାରକୁ ପଳାଇଥିଲେ ।  ତେବେ ଏହି ଭୂମିକମ୍ପ ନେଇ କୌଣସି କ୍ଷୟକ୍ଷତି ହେବାର ସୂଚନା ନାହିଁ । 

ସୂଚନା ଅନୁଯାୟୀ, ଭୂମିକମ୍ପର କେନ୍ଦ୍ରସ୍ଥଳ ଫରିଦାବାଦର ଦକ୍ଷିଣ ପୂର୍ବରେ ୧୬ କିଲୋମିଟର ଏବଂ ଭୂମିଠାରୁ ଗଭୀରତା ୫ କିଲୋମିଟର ଥିଲା। ତେବେ  ଗତ ଗୋଟିଏ ସପ୍ତାହ ମଧ୍ୟରେ ହରିୟାଣାରୁ ଅନେକ ଭୂମିକମ୍ପର ରିପୋର୍ଟ ଆସିଛି। ତୃତୀୟ ଭୂମିକମ୍ପ ୧୬ ଜୁଲାଇରେ ହୋଇଥିଲା ଏବଂ ଆଜି ଚତୁର୍ଥ ଥର ପାଇଁ ପୃଥିବୀ ଥରି ଉଠିଛି। ବୁଧବାର ରାତିରେ ହରିୟାଣାର ରୋହତକ ଜିଲ୍ଲାରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଥିଲା। ବୁଧବାର ରାତି ପ୍ରାୟ ୧୨ଟା ୪୬ ମିନିଟରେ ୩.୩ ତୀବ୍ରତାର ଏକ ଭୂମିକମ୍ପ ରେକର୍ଡ କରାଯାଇଥିଲା। ଏହାର କେନ୍ଦ୍ରସ୍ଥଳ ରୋହତକରୁ ୧୫ କିଲୋମିଟର ପୂର୍ବରେ ୧୦ କିଲୋମିଟର ଗଭୀରତାରେ ଥିଲା। ସେହିପରି ୧୧ ଜୁଲାଇରେ  ରୋହତକ ନିକଟସ୍ଥ ଜିଲ୍ଲା ଝାଜ୍ଜରରେ ସମାନ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ଏହାର ଗୋଟିଏ ଦିନ ପୂର୍ବରୁ ଝାଜ୍ଜରରେ ୪.୪ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ସେହି ସମୟରେ ଦିଲ୍ଲୀରେ ମଧ୍ୟ ମୃଦୁ ଭୂମିକମ୍ପ ଯୋଗୁଁ ଭୂମି କମ୍ପିତ ହୋଇଥିଲା। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.