ପ୍ରମୂଖ ଖବର
  • ଘଟଗାଁ ମା' ତାରିଣୀଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ, ସମାଜର ପାଇଁ କଲେ ମଙ୍ଗଳ କାମନା
  • ||
  • ନବମ ଥର ପାଇଁ ନବୀନ ବିଜେଡି ମୁଖିଆ, ସାଙ୍ଗଠନିକ ନିର୍ବାଚନରେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
  • ||
  • IPL 2025: ଆଜି ରାଜସ୍ଥାନ ରୟାଲ୍ସ- ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ ଟକ୍କର, ବିଜୟ ପାଇଁ ବ୍ୟାକୁଳ ପରାଗ ବାହିନୀ
  • ||
  • ଆରପାରିରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି, ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ମେ ୭ ଯାଏ ୟୁଜିସି ନେଟ୍‌ ଆବେଦନ ସୁଯୋଗ, ଜୁନ୍‌ ୨୧ରୁ ୩୦ ମଧ୍ୟରେ ପରୀକ୍ଷା
  • ||
  • IPL 2024: ଆଜି କ୍ୟାପିଟାଲ୍ସକୁ ଭେଟିବ ଟାଇଟନ୍ସ, ଅହମ୍ମଦାବାଦରେ ସ୍ପିନ ଲଢ଼େଇ
  • ||
  • କଂଗ୍ରେସକୁ ଦୁର୍ବଳ କରିବାକୁ ସରକାରୀ କଳର ଅପବ୍ୟବହାରକୁ ବିରୋଧ, ଆଜି ଇଡି ଅଫିସ ଘେରିବ ଯୁବ କଂଗ୍ରେସ
  • ||
  • ସମ୍ୱଲପୁର : ଯାତ୍ରୀବାହୀ ବସ୍‌କୁ ପଛରୁ ପିଟିଲା ଟ୍ରକ୍‌, ଜଣେ ଆହତ
  • ||
  • ଯାଜପୁର : ବରଯାତ୍ରୀ ଗୋଷ୍ଠୀ ମଧ୍ୟରେ ଗାଡ଼ି ସାଇଡ୍‌ ମରାକୁ ନେଇ ବଚସା, ଫାଙ୍କା ଗୁଳିଚାଳନା କଲେ ଦୁର୍ବୃତ୍ତ
  • ||
  • ଶନିବାରଠୁ କମିବ କାଳବୈଶାଖୀ ବର୍ଷା, ୬ ଜିଲ୍ଲାକୁ ୨ ଦିନ ଯାଏ ବର୍ଷା ଆଲର୍ଟ: କେନ୍ଦ୍ରୀୟ ଓଡ଼ିଶାରେ ବଢ଼ିବ ତାତି
  • ||

ଉତ୍ତର ଚିଲିରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼

Published By : prameya | April 18, 2025 8:38 AM

ନୂଆଦିଲ୍ଲୀ,୧୮/୦୪: ମିଆଁମାର ଏବଂ ଭାରତ ପରେ, ଆଉ ଏକ ଦେଶରେ ଭୂମିକମ୍ପ ଝଟକା। ଆଜି ସକାଳେ ଉତ୍ତର ଚିଲିରେ  ଭୂମିକମ୍ପ ଅନୁଭବ ହୋଇଛି। ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍ ଜିଓସାଇନ୍ସ  ଅନୁଯାୟୀ, ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୭ ରେକର୍ଡ଼ କରାଯାଇଛି। ଭୂମିକମ୍ପର କେନ୍ଦ୍ରସ୍ଥଳ ପୃଥିବୀର ୧୭୮ କିଲୋମିଟର ଗଭୀରତାରେ ଥିଲା। ଯଦିଓ ଭୂମିକମ୍ପ ଯୋଗୁଁ ଏପର୍ଯ୍ୟନ୍ତ କୌଣସି ଜୀବନ କିମ୍ବା ସମ୍ପତ୍ତି କ୍ଷତିର ଖବର ନାହିଁ, ତଥାପି ଲୋକଙ୍କ ମଧ୍ୟରେ ଭୟର ବାତାବରଣ ରହିଛି। 

ତେବେ ଚିଲି ପୂର୍ବରୁ ମିଆଁମାରରେ ଭୋର ସମୟରେ ଭୂମିକମ୍ପ ହୋଇଥିଲା। ଗତକାଲି ମିଆଁମାରରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା ।ଯାହାର ତୀବ୍ରତା ରିକ୍ଟର ସ୍କେଲରେ ତୀବ୍ରତା ୪ ରେକର୍ଡ଼ କରାଯାଇଥିଲା। ଭୂମିକମ୍ପର କେନ୍ଦ୍ରସ୍ଥଳ ମିଆଁମାରରେ ହିଁ ଥିଲା।  କିନ୍ତୁ ମାର୍ଚ୍ଚ ୨୯ ତାରିଖରେ ୭ ରୁ ଅଧିକ ତୀବ୍ରତାର ଏକ ଭୂମିକମ୍ପ ଯୋଗୁଁ ସେବେଠାରୁ ଆଜି ପର୍ଯ୍ୟନ୍ତ ମିଆଁମାରରେ ନିରନ୍ତର ଭୂମିକମ୍ପ ଅନୁଭୂତ ହେଉଛି। ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜିର ରିପୋର୍ଟ ଅନୁଯାୟୀ, ଗତକାଲି ରାତିରେ ମେଘାଳୟରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି। ମେଘାଳୟର ପୂର୍ବ ଗାରୋ ହିଲ୍ସ ଅଞ୍ଚଳରେ ମଧ୍ୟରାତ୍ରିରେ ହୋଇଥିବା ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୨.୭ ଥିଲା। ଭୂମିକମ୍ପର କେନ୍ଦ୍ରସ୍ଥଳ ୧୦ କିଲୋମିଟର ଗଭୀରରେ ଥିବା ଜଣାପଡିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.