ପ୍ରମୂଖ ଖବର
  • ଭୁବନେଶ୍ୱର : ସହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
  • ||
  • ଚୌଦ୍ବାର ନିର୍ଗୁଣ୍ଡିରେ ନିକଟରେ ସରିଲା ରେଲୱେ ଟ୍ରକ୍‌ ମରାମତି, ଖୁବ୍‌ଶୀଘ୍ର ଚାଳଚଳ କରିବ ଟ୍ରେନ୍
  • ||
  • ଆନନ୍ଦପୁର : ଟ୍ରଲର୍-ହାଇୱା ମୁହାଁମୁହିଁ ଧକ୍କା: ଡ୍ରାଇଭର୍ ମୃତ, ହେଲପର୍ ଗୁରୁତର
  • ||
  • କଟକ : ଇଦ୍ ଉଲ୍ ଫିତର ଓ ରାମ ନବମୀ ଉତ୍ସବ ପାଇଁ ତିଗିରିଆ ପୋଲିସ୍ ପକ୍ଷରୁ ଫ୍ଲାଗମାର୍ଚ୍ଚ
  • ||
  • ଭୁବନେଶ୍ୱର : ଜମି ବାଡ଼ି ବିବାଦକୁ ନେଇ ବନଦୂର୍ଗା ବସ୍ତି ପାଲଟିଲା ରଣକ୍ଷେତ୍ର, ସାନ ଭାଇକୁ ଗୁଣ୍ଡା ଲଗାଇ ହାଣିଲା ବଡ ଭାଇ
  • ||
  • ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତ, ଅପରାହ୍ନ ୫ ଟାରୁ ରାତି ୧୦ଟା ସର୍ବସାଧାରଣ ଦର୍ଶନ ମନା
  • ||
  • ସୋମବାରଠୁ ରାଜ୍ୟରେ କମିବ ତାତିର ପ୍ରକୋପ, ଏପ୍ରିଲ ୨ରୁ ୫ ଯାଏ ଓଡ଼ିଶାରେ ବର୍ଷା ସମ୍ଭାବନା
  • ||

ମିଆଁମାରରେ ବଡ଼ ଧରଣର ଭୂକମ୍ପ

Published By : Prameya | March 28, 2025 4:49 PM

ନୂଆଦିଲ୍ଲୀ, ୨୮/୩ : ମିଆଁମାରରେ ବଡ଼ ଧରଣର ଭୂକମ୍ପ । ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୭.୨ ରେକର୍ଡ କରାଯାଇଛି । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ୍) ଅନୁଯାୟୀ ଶୁକ୍ରବାର (୨୮ ମାର୍ଚ୍ଚ)ରେ ଭୂକମ୍ପ ଅନୁଭୂତ ହୋଇଛି । ମିଆଁମାରରେ ଦୁଇଟି ଲଗାତାର ଭୂମିକମ୍ପ ଅନୁଭୂତ ହୋଇଛି । ପ୍ରଥମେ ୭.୦ ଦ୍ଵିତୀୟ ୭.୨ ତୀବ୍ରତା ରେକର୍ଡ କରାଯାଇଛି। 

ଭୂକମ୍ପ ଏତେ ଶକ୍ତିଶାଳୀ ଥିଲା ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଙ୍କକକ୍‌ରେ ମଧ୍ୟ ସେମାନେ ଅନୁଭବ ହୋଇଥିଲା। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ପୃଥିବୀର ୧୦ କିଲୋମିଟର ଗଭୀରରେ ଥିଲା। ମିଆଁମାରର ମାଣ୍ଡାଲେରେ ଥିବା ଆଭା ସେତୁ, ଇରାୱାଡି ନଦୀରେ ଭୁଶୁଡ଼ି ପଡ଼ିଥିବା ସୂଚନା ରହିଛି । ଏହାସହ ଏହି ବଡ଼ ଭୂମିକମ୍ପ ଯୋଗୁଁ ଅନେକ କୋଠା ଘର ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି। ବ୍ୟାଙ୍କକକ୍‌ରେ ଉଚ୍ଚ ମହଲା ବିଶିଷ୍ଟ ଅଟ୍ଟାଳିକାରେ ରହୁଥିବା ଲୋକମାନେ ଭୟଭୀତ ହୋଇ ଘରୁ ବାହାରି ଆସିଥିଲେ।

ମିଆଁମାରର ଆଖପାଖ ଅଞ୍ଚଳରେ ଭୂକମ୍ପ କମ୍ପନ ଦ୍ରୁତ ଗତିରେ ଅନୁଭୂତ ହୋଇଥିଲା। ହେଲେ ଏପର୍ଯ୍ୟନ୍ତ କୌଣସି ଜୀବନ ଏବଂ ସମ୍ପତ୍ତି ନଷ୍ଟ ହେବା ସୂଚନା ମିଳିନାହିଁ। ତଥାପି ଏହି ତୀବ୍ରତାର ଭୂକମ୍ପ ବଡ଼ ଧ୍ୱଂସ ଘଟାଇପାରେ । ସମ୍ଭାବ୍ୟ କ୍ଷୟକ୍ଷତିର ଆକଳନ କରିବାକୁ ଆଞ୍ଚଳିକ କର୍ତ୍ତୃପକ୍ଷ ତୁରନ୍ତ ଉଦ୍ଧାର ଓ ରିଲିଫ କାର୍ଯ୍ୟ ଆରମ୍ଭ କରିଛନ୍ତି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.