ପ୍ରମୂଖ ଖବର
  • ମିନାକ୍ଷୀ ବାହିନୀପତି ହେଲେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ
  • ||
  • ଦିଗପହଣ୍ଡି : ଝାଡାବାନ୍ତିରେ ଜଣେ ମୃତ, ୯ ଗୁରୁତର
  • ||
  • ନୂଆପଡ଼ା : ଲଗାଣ ବର୍ଷାରେ ଭୁଶୁଡ଼ିଲା ନିର୍ମାଣାଧୀନ କୁକୁଡ଼ା ଫାର୍ମ କାନ୍ଥ, ଚାପି ହୋଇ ଦୁଇ ମହିଳା ମୃତ
  • ||
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଇସି ସଦସ୍ୟାଙ୍କ ବିକ୍ଷୋଭ

Published By : Rasmita Pradhan | March 14, 2025 1:23 PM

ଭୁବନେଶ୍ଵର, ୧୪/୦୩ : ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗର୍ଜିଲେ ଇସି ସଦସ୍ୟା। ସଭାନେତ୍ରୀ ଏବଂ ସମ୍ପାଦିକାଙ୍କ ପୁନଃଗଠନ ପ୍ରକ୍ରିୟା ପାଇଁ ରାଜ୍ୟ ସରକାର ଦେଇଥିବା ନିର୍ଦ୍ଦେଶକୁ ଭଦ୍ରକ ସ୍ଵୟଂସହାୟିକା ଗୋଷ୍ଠୀ ମହାମଞ୍ଚର ବିରୋଧ। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲେ ୩ ହଜାରରୁ ଉର୍ଦ୍ଧ୍ଵ ଇସି ସଦସ୍ୟା। 

ସୂଚନାନୁଯାୟୀ, ଶୁକ୍ରବାର ଭଦ୍ରକ ଜିଲ୍ଲାର ହଜାର ହଜାର ସଂଖ୍ୟାରେ ଇସି ସଦସ୍ୟା ଏକତ୍ରିତ ହୋଇ ଏକ ବିରାଟ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ। ଏହାପରେ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ପହଞ୍ଚି ଜିଲ୍ଲାପାଳଙ୍କ ସହ ଆଲୋଚନା କରିବାକୁ ଦାବି କରିଥିଲେ। ତେବେ ଜିଲ୍ଲାପାଳ ସେମାନଙ୍କୁ ନଭେଟିବାରୁ ଇସି ସଦସ୍ୟାମାନେ ବ୍ୟାରିକେଡ ଚଢି କାର୍ଯ୍ୟାଳୟ ଭିତରୁ ପଶିବାକୁ ଚେଷ୍ଟା କରିଥିଲେ। ଏପରିକି ମହିଳାମାନେ ଭଦ୍ରକ ସହରର ମୁଖ୍ୟ ରାସ୍ତା ଦୀର୍ଘ ସମୟ ପର୍ଯ୍ୟନ୍ତ ବନ୍ଦ କରି ଦେଇଥିଲେ। ପରେ ପୋଲିସ ବୁଝାସୁଝା କରିବାରୁ ସଦସ୍ୟାମାନେ ଜିଲ୍ଲାପାଳଙ୍କୁ ଭେଟି ୧୦ ଦଫା ଦାବିପତ୍ର ପ୍ରଦାନ କରିଛନ୍ତି। 

ସଙ୍ଘର ସଭାନେତ୍ରୀ ଓ ସମ୍ପାଦିକାଙ୍କୁ ପୁନଃଗଠନ ନକରି ବାଇଲ ଓ ଗାଇଡଲାଇନ୍ ଅନୁଯାୟୀ ନିର୍ବାଚିତ କରି ପ୍ରତିନିଧି ବାଛିବା, ପୌରାଞ୍ଚଳ ଓ ବିଜ୍ଞାପିତ ଅଞ୍ଚଳରେ ସିଏଲଏଫ ଗଠନ ଭଳି ସଙ୍ଘ ପକ୍ଷରୁ ୧୦ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ରାଜ୍ୟ ସରକାର ଏଥିପ୍ରତି ଧ୍ୟାନ ନଦେଲେ ଆନ୍ଦୋଳନକୁ ଆହୁରି ବ୍ୟାପକ କରାଯିବ ବୋଲି ମହାମଞ୍ଚ ପକ୍ଷରୁ ଚେତାବନୀ ଦିଆଯାଇଛି। 


ଏହି ଖବରଟିକୁ ପଢନ୍ତୁ-ଭିଜିଲାନ୍ସ ଜାଲରେ ଛନ୍ଦି ହେଲେ ସବ୍‌ରେଜିଷ୍ଟର୍‌, ୨ଟି ସ୍ଥାନରେ ଏକକାଳୀନ ଚଢାଉ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.