ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ଡିସେମ୍ବର ୧୫ରୁ କୋଣାର୍କରେ ଇକୋ ରିଟ୍ରିଟ୍

ପୁରୀ ୫/୧୦ : କୋଣାର୍କ ମେରାଇନ ଡ୍ରାଇଭଠାରେ  ଇକୋ ରିଟ୍ରିଟ୍ ଚଳିତ ବର୍ଷ ଡିସେମ୍ବର ୧୫ ତାରିଖରୁ ଆରମ୍ଭ  ହେବ। ତେବେ ସମସ୍ତ ବିଭାଗ ସେମାନଙ୍କୁ ନ୍ୟସ୍ତ ଦାୟିତ୍ୱକୁ ତ୍ୱରାନ୍ୱିତ କରିବା ଡିସେମ୍ବର ୧ ସୁଦ୍ଧା ଭିତ୍ତିଭୂମି ପ୍ରସ୍ତୁତ ପାଇଁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଶନିବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଶ୍ରୀ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ପୂର୍ବ ବର୍ଷର ଅଭିଜ୍ଞତା ଓ ଅନୁଭବକୁ ଆଧାର କରି ଚଳିତ ବର୍ଷର ଇକୋ ରିଟ୍ରିଟକୁ ଅଧିକ ଆକର୍ଷଣୀୟ ଓ ମନୋଜ୍ଞ ଭାବେ ଆୟୋଜନ କରିବାକୁ ଜିଲ୍ଲାପାଳ କହିଥିଲେ। ଯେଉଁ ବିଭାଗର ଯାହା ଦାୟିତ୍ୱ ତାହାକୁ ନିଷ୍ଠାପର ଓ ଧାର୍ଯ୍ୟ ସମୟ ପୂର୍ବରୁ ସାରିବାକୁ ସେ ପରାମର୍ଶ ଦେଇଥିଲେ। ପ୍ରତ୍ୟେକ ବିଭାଗ ପ୍ରତ୍ୟେକଙ୍କ ସହ ସମନ୍ବୟ ରଖି କାମ କରି ବାହାରୁ ଆସୁଥିବା ପର୍ଯ୍ୟଟକମାନଙ୍କୁ ସହଯୋଗ କରିବାକୁ ଜିଲ୍ଲାପାଳ କହିଥିଲେ। 

ପର୍ଯ୍ୟଟନ ବିଭାଗ ଜିଲ୍ଲା ପ୍ରଶାସନ ଓ ଇ-ଫାକ୍ଟର ଏଜେନ୍ସି ର ମିଳିତ ସହଯୋଗରେ ଇକୋ ରିଟ୍ରିଟ୍ ଚଳିତ ବର୍ଷ ଡିସେମ୍ବର ୧୫ ରୁ ୩ ମାସ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଲକଜରି  ଟେଣ୍ଟ ବ୍ୟବସ୍ଥା କରାଯିବ ଯେଉଁଥିରେ ତାରକା ହୋଟେଲ ଅନୁରୂପ ସୁବିଧା ଯୋଗାଇ ଦିଆଯିବ। ଇକୋ ରିଟ୍ରିଟ୍ ସମୟରେ ଜଳକ୍ରିଡା, ବିଚ ସ୍ପୋର୍ଟସ, ଇଣ୍ଡୋର ଗେମ ଇତ୍ୟାଦି ବ୍ୟବସ୍ଥା ମଧ୍ୟ ଉପଲବ୍ଧ ହେବ। ନିରବଛିନ୍ନ ବିଦ୍ୟୁତ ଯୋଗାଣ, ପାଣି ଯୋଗାଣ, ଚନ୍ଦ୍ରଭାଗା ଠାରୁ ରାମଚଣ୍ଡୀ ପର୍ଯ୍ୟନ୍ତ ରାସ୍ତା ଆଲୋକୀକରଣ, ମୋବାଇଲ ନେଟୱାର୍କ ସହ ସ୍ୱାସ୍ଥ୍ୟ ଚିକିତ୍ସା ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ଟ୍ରାଫିକ ବ୍ୟବସ୍ଥା, ପାର୍କିଂ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା,୨୪ ଘଣ୍ଟିଆ ଲାଇଫ ଗାର୍ଡ ବ୍ୟବସ୍ଥା କରାଯିବ। ପର୍ଯ୍ୟଟକମାନଙ୍କ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯିବ ବୋଲି ସ୍ଥିର ହୋଇଛି। ସମସ୍ତ କାର୍ଯ୍ୟକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେବା ସହ ଆସୁଥିବା ପର୍ଯ୍ୟଟକମାନେ ଯେପରି ଏକ ସୁଖଦ ଅନୁଭବ ନେଇ ଫେରିବେ ସେଥିପ୍ରତି ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ। ସେହିପରି ଆଲୋକୀକରଣ ପାଇଁ ବ୍ୟବହୃତ ସିଷ୍ଟମ ଗୁଡିକ କୋଣାର୍କ ଏନଏସି ପକ୍ଷରୁ ଇକୋ ରିଟ୍ରିଟ ପରେ ଖୋଲି ଦାୟିତ୍ୱରେ ରଖାଯିବା ଓ ପରବର୍ତ୍ତୀ ବର୍ଷମାନଙ୍କରେ ଉପଯୋଗ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। 

ଏହି ବୈଠକରେ ଡିଏଫଓ ବିବେକ କୁମାର, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ,ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ   ପ୍ରିୟରଞ୍ଜନ ପୃଷ୍ଟି, ଅତିରିକ୍ତ ଏସପି ବିଷ୍ଣୁ ପ୍ରସାଦ ପତି, ସିଡ଼ିଏମଓ ଡା ରୂପଭାନୁ ମିଶ୍ର, ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା, ପର୍ଯ୍ୟଟନ ସହକାରୀ ନିର୍ଦ୍ଦେଶକ ସରୋଜ କାନ୍ତ ପ୍ରଧାନ,ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, କୋଣାର୍କ ପର୍ଯ୍ୟଟନ ଅଧିକାରୀ  ଅମୀୟ କୁମାର ସେଠୀ ଅନ୍ୟାନ୍ୟ ବିଭାଗ,ଲାଇନ ଡିପାର୍ଟମେଣ୍ଟର ଅଧିକାରୀ ଓ ଇକୋ ରିଟ୍ରିଟ୍ ର ଆୟୋଜନ କରୁଥିବା ଇ ଫାକ୍ଟର ର ପ୍ରତିନିଧି  ପ୍ରମୁଖ ଯୋଗ ଦେଇଥିଲେ। ଇକୋ ରିଟ୍ରିଟ ପାଇଁ ବର୍ତ୍ତମାନ ଠାରୁ ବୁକିଂ bookodisha.com ଓ odishaecoretreats.com ରେ ଆରମ୍ଭ ହୋଇଛି ବୋଲି ପର୍ଯ୍ୟଟନ ସହକାରୀ ନିର୍ଦ୍ଦେଶକ ଶ୍ରୀ ପ୍ରଧାନ ସୂଚନା ଦେଇଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.