ପ୍ରମୂଖ ଖବର
  • ନବୀନ ନିବାସରେ ରାଜ୍ୟପାଳ, ବିରୋଧୀ ଦଳ ନେତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ
  • ||
  • କେନ୍ଦୁଝର :ବିଦ୍ୟୁତ୍ ଜନିତ ଅଘଟଣ; ଝିଆରୀ ବଞ୍ଚିଗଲା, ବଞ୍ଚାଇବାକୁ ଯାଇ ବଡ଼ବାପା ଚାଲିଗଲେ
  • ||
  • ସୁନ୍ଦରଗଡ଼ : ଗଛରେ ପିଟିହୋଇ ଓଲଟିଲା ପିକଅପ୍ ଗାଡ଼ି; ଜଣେ ମୃତ, ୩୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଭୁବନେଶ୍ଵର ; ଭିଜିଲାନ୍ସ ଜାଲରେ ପୁଲିସ ବାବୁ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ ବିଜେପୁର ଥାନା ଏସଆଇ
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ଓଲଟିଲା କ୍ଷୀର ବୋଝେଇ ଟ୍ୟାଙ୍କର, ଲକ୍ଷାଧିକ ଟଙ୍କର କ୍ଷୀର ନଷ୍ଟ
  • ||
  • ଭଦ୍ରକ : ଧାମନଗରରେ ବନ୍ୟା, ୪ ପଞ୍ଚାୟତରେ ୨୫ ସ୍କୁଲ ଓ ଦୁଇ ପଞ୍ଚାୟତର ଅଙ୍ଗନବାଡ଼ି ୨ ଦିନ ଛୁଟି
  • ||
  • ଯାଜପୁର : କାଣୀ ନଦୀରେ ୩୦ ଫୁଟର ଘାଇ, ଏକାଧିକ ପଞ୍ଚାୟତରେ ପଶିଲା ପାଣି
  • ||
  • ସଡ଼କ ଦୁର୍ଘଟଣା; ଟ୍ରାକ୍ଟରକୁ ଧକ୍କା ଦେଲା ଟ୍ରକ୍, ୮ ମୃତ, ୪୦ ଆହତ
  • ||
  • ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ ପରଲୋକ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ରାଜ୍ୟ ବିଜେପି ସଭାପତିଙ୍କ ଶୋକ
  • ||
  • ଆସୁଛି ଆଉ ଏକ ଲଘୁଚାପ;୨୯ ଯାଏ ପ୍ରବଳ ବର୍ଷା ଆଶଙ୍କା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||

ସାମାନ୍ୟ ବଚସାରୁ ଗଡ଼ିଲା ମୁଣ୍ଡ; ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ ଭାଇ ମୃତ

Published By : Harapriya Sethi | August 20, 2025 1:00 PM

ଚମ୍ପୁଆ,୨୦/୦୮: ସମ୍ପର୍କରେ ଲାଗିଲା ରକ୍ତ ଛିଟା । ସାମାନ୍ୟ ବଚସାରୁ ଗଡ଼ିଲା ମୁଣ୍ଡ । ସାନ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ବଡ ଭାଇର ଜୀବନ। କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ରିମୁଳି ଗାଁ ଇନ୍ଦିରା କଲୋନୀ ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକ ଇନ୍ଦିରା କଲୋନୀ ସାହିର ନବ ନାଏକଙ୍କ ବଡ଼ ପୁଅ ରାହୁଲ ନାଏକ (୨୨ ବର୍ଷ) ବୋଲି ଜଣାପଡ଼ିଛି । ହତ୍ୟାକାରୀ ଧନୁ ନାଏକ (୧୫ ବର୍ଷ)କୁ ପୁଲିସ ଗିରଫ କରିଛି ।  

ମିଳିଥିବା ସୂଚନା ଅନୁସାରେ, ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୭ଟା ୩୦ରେ ମଦ ନିଶାରେ କୌଣସି କଥାକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ ବଚସା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ନିଶାସକ୍ତ ଧନୁ ନାଏକ ଏକ ଟାଙ୍ଗିଆରେ ବଡ ଭାଇ ରାହୁଲ ନାଏକର କାନ ଓ ମୁଣ୍ଡାକୁ ଚୋଟ ପକାଇଥିଲେ । ଫଳରେ ଘଟଣା ସ୍ଥଳରେ ରାହୁଲ ନାଏକର ମୃତ୍ୟୁ ଘଟିଥିଲା । ଏସମ୍ପର୍କରେ ଖବର ପାଇ ଚମ୍ପୁଆ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି । ଏହା ସହ ଅଭିଯୁକ୍ତ ଧନୁକୁ ଗିରଫ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.