ପ୍ରମୂଖ ଖବର
  • ୨୧ରେ ଛତିଶା ନିଯୋଗ ବୈଠକ, ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରିବିଜେ ନୀତିକାନ୍ତିରେ ଲାଗିବ ମୋହର
  • ||
  • ଟିମ ଇଣ୍ଡିଆର ଇଂଲଣ୍ଡ ଗସ୍ତ: ଆସନ୍ତା୨୩ରେ ହୋଇପାରେ ଦଳ ଘୋଷଣା
  • ||
  • ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୭ ସ୍ଥାନରେ ଚଢାଉ
  • ||
  • ଲକ୍ଷ୍ନୌ: ଚଳନ୍ତା ସ୍ଲିପର୍‌ ବସ୍ ଭୟଙ୍କର ଅଗ୍ନିକାଣ୍ଡ, ୫ ଯାତ୍ରୀଙ୍କ ଚାଲିଗଲା ଜୀବନ,ଏକାଧିକ ଗୁରୁତର, ଦିଲ୍ଳୀରୁ ବିହାରକୁ ୬୦ ଯାତ୍ରୀଙ୍କୁ ନେଇ ଯାଉଥିଲା
  • ||
  • ଘଟଗାଁରେ ବନ ବିଭାଗର ଚଢ଼ାଉ ଜାରି, ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ ଫୋର୍ସ ମୁତୟନ
  • ||
  • ପ୍ରକାଶ ପାଇଲା ପ୍ରାଥମିକ, ମାଧ୍ୟମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର: ଆଜିଠୁ ଆବେଦନ, ଜୁନ୍‌ରେ ବଦଳି ନିର୍ଦ୍ଦେଶ
  • ||
  • ଜଳେଶ୍ୱର : ଚଢାଉ ବେଳେ ପୋଲିସ ଗାଡ଼ିକୁ ପିଟିଲା ବାଲି ବୋଝେଇ ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ୩ ପୋଲିସ କର୍ମଚାରୀ
  • ||
  • କାଶ୍ମୀର ପୁଲୱାମାରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିପାତ
  • ||
  • ଭାରତ-ମିଆଁମାର ସୀମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା,୧୦ ଉଗ୍ରବାଦୀ ନିପାତ
  • ||
  • ଓୟୋରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ: ରାସ୍ତାରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କୁ ଅଟକ ରଖିଛି ପୁଲିସ
  • ||
  • ଆଜିଠୁ ବଢ଼ିବ କାଳବୈଶାଖୀ, ୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ: ୨୧ରୁ କମିପାରେ ତାତି
  • ||

ବଜ୍ରାଘାତରେ ବଡଭାଇ ମୃତ, ସାନ ଭାଇ ଆହତ

Published By : Prameya | May 15, 2025 6:25 PM

ରାଜଗାଙ୍ଗପୁର,୧୫/୫ ; ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ଘୋଘର ଗ୍ରାମରେ  ବଜ୍ରାଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଥିସହ ଜଣେ ଆହତ ହୋଇଛନ୍ତି । ମୃତକ ଜଣକ ଛତିଶଗଡ଼ ସାରଙ୍ଗଗଡ଼ ଅଞ୍ଚଳର ସେମେରାଡ଼ିହି ଗ୍ରାମର  ସହଦେଵ ବନଜାରୀ । ଆହତ ଜଣକ ରାହୁଲ ବନଜାରୀ (୨୩ )। ଉଭୟ ସମ୍ପର୍କରେ ଭାଈ ବୋଲି ଜଣାପଡିଛି । 

ଛତିଶଗଡ଼ ଅଞ୍ଚଳରୁ ପରିବାର ସହ ଆସି ରାଜଗାଙ୍ଗପୁର   ଘୋଘର ଗ୍ରାମ ନିକଟରେ  ଥିବା ଏକ ଇଟା ଭାଟିରେ ସେମାନେ  କାମ କରୁଥିଲେ। ଅପରାହ୍ନରେ  ହଠାତ ରାଜଗାଙ୍ଗପୁର ଓ ଏହାର ଆଖପାଖ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା । ଝଡ଼ ବର୍ଷା ଦେଖି ଇଟା ଭାଟିରେ କାମ କରୁଥିବା ସହଦେଵ  ଓ ସାନ ଭାଇ ରାହୁଲ ଭାଟି ପରିସରରେ ଥିବା  ଅସ୍ଥାୟୀ ବାସ ଗୃହକୁ ପଳାଇ ଯାଇଥିଲେ । ବଜ୍ରପାତରେ  ସହଦେଵ ଅଚେତ ହୋଇଯାଇଥିଲେ।  ଅନ୍ୟ ଘରେ ଥିବା ତାଙ୍କ ସାନ ଭାଈ ରୋହିତ ମଧ୍ୟ ଆହତ ହୋଇଥିଲେ। ସେମାନଙ୍କୁ ଚିକିତ୍ସା ପାଇଁ ରାଜଗାଙ୍ଗପୁର ସିଏଚସି ଅଣାଯାଇଥିଲା । ସେଠାରେ ଡାକ୍ତର ସହଦେଵ ଙ୍କୁ ମୃତ ଘୋଷଣା କରିଥିବା ବେଳେ ଆହତ ରାହୁଲଙ୍କ ଚିକିତ୍ସା ଜାରି ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.