ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୧୯/୦୯: ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା । ଚୁଡଙ୍ଗପୁର ଗ୍ରାମ ଦେଈ ଯାଇଥିବା ଘୋଡ଼ାହାଡ କେନାଲରେ ଭାସି ଯାଇ ପ୍ରାଣ ହରାଇଲେ ବୃଦ୍ଧା । ବୃଦ୍ଧା ଜଣକ ଚୁଡଙ୍ଗପୁର ଗ୍ରାମର ଏମ୍ ଅରାଲୁ ପାତ୍ର ବୋଲି ଜଣା ପଡ଼ିଛି । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ଚୁଡଙ୍ଗପୁର ଗାଁରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ବୃଦ୍ଧା ଜଣକ ତାଙ୍କର ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇଥିଲେ । ଯିବା ବେଳେ ଭାରସାମ୍ୟ ହରାଇ ଚୁଡଙ୍ଗପୁର ଗ୍ରାମ ଦେଇ ଯାଇଥିବା ଘୋଡ଼ାହାଡ କେନାଲରେ ପଡ଼ି ଭାସି ଯାଇଥିଲେ ବୃଦ୍ଧା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଅଗ୍ନିଶମ ବାହୀନି ଏବଂ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ । ନିଖୋଜ ବୃଦ୍ଧାଙ୍କୁ ସାରା ରାତି ଖୋଜାଖୋଜି କରି ୧୦ ଘଣ୍ଟା ପରେ ତାଙ୍କ ମୃତଦେହ ଉଦ୍ଧାର କରିଥିଲେ । ମୃତଦେହ ଉଦ୍ଧାର କରି ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ମେଡିକାଲ ପଠାଇଥିଲା ପୋଲିସ । ଏହା ସହ ଘଟଣାସ୍ଥଳରେ ଉପସ୍ଥିତ ରହି ଘଟଣାର ତଦନ୍ତ ଚଳାଇଛି ପୋଲିସ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.