ଜଳେଶ୍ଵର, ୧୮/୧୦ : ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ। ଗୁରୁବାର ରାତିରେ ରାଇବଣିଆର ଲୁହାପଡା ଜଙ୍ଗଲରୁ ୫୫ଟି ହାତୀ ନିକଟସ୍ଥ କେନ୍ଦୁ ଖୁଣ୍ଟା ଗ୍ରାମ ସହିତ ଆଖପାଖ ଗ୍ରାମରେ ପଶି ଉପଦ୍ରବ କରିଛନ୍ତି। ଚାଷ ଜମିରେ ପଶି ଫସଲ ନଷ୍ଟ କରିଛନ୍ତି। ଫଳରେ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ଖବର ପାଇ ବନ ବିଭାଗର କର୍ମଚାରୀମାନେ ପହଞ୍ଚି ହାତୀମାନଙ୍କୁ ଘଉଡାଇ ଦେଇଛନ୍ତି।
ସୂଚନା ଅନୁଯାୟୀ, କିଛି ମାସ ହେବ ଝାଡ଼ଖଣ୍ଡ ଏବଂ ଶିମିଳିପାଳ ଅଞ୍ଚଳରୁ ପାଖାପାଖି ୭୦ଟି ହାତୀ ରାଇବଣିଆ ଏବଂ ପଶ୍ଚିମବଙ୍ଗ ସୀମାନ୍ତ ଅଞ୍ଚଳରେ ଡେରା ପକାଇଛନ୍ତି। ହାତୀମାନେ ଦିନ ତମାମ ଜଙ୍ଗଲରେ ରହୁଥିବା ବେଳେ ରାତିରେ ଜଙ୍ଗଲରୁ ବାହାରି ଗାଁରେ ପଶି ଉପଦ୍ରବ କରୁଛନ୍ତି। ଅନେକ ସମୟରେ ଲୋକଙ୍କୁ ଆକ୍ରମଣ କରି ଜୀବନ ନେଉଛନ୍ତି। ଘର ଭାଙ୍ଗିବା ସହିତ ବାଡି ବଗିଚା ଏବଂ ଚାଷ ଜମିରେ ପଶି ଫସଲ ନଷ୍ଟ କରୁଥିବା ଅଭିଯୋଗ ହେଉଛି।