ପ୍ରମୂଖ ଖବର
  • ନବୀନ ନିବାସରେ ରାଜ୍ୟପାଳ, ବିରୋଧୀ ଦଳ ନେତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ
  • ||
  • କେନ୍ଦୁଝର :ବିଦ୍ୟୁତ୍ ଜନିତ ଅଘଟଣ; ଝିଆରୀ ବଞ୍ଚିଗଲା, ବଞ୍ଚାଇବାକୁ ଯାଇ ବଡ଼ବାପା ଚାଲିଗଲେ
  • ||
  • ସୁନ୍ଦରଗଡ଼ : ଗଛରେ ପିଟିହୋଇ ଓଲଟିଲା ପିକଅପ୍ ଗାଡ଼ି; ଜଣେ ମୃତ, ୩୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଭୁବନେଶ୍ଵର ; ଭିଜିଲାନ୍ସ ଜାଲରେ ପୁଲିସ ବାବୁ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ ବିଜେପୁର ଥାନା ଏସଆଇ
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ଓଲଟିଲା କ୍ଷୀର ବୋଝେଇ ଟ୍ୟାଙ୍କର, ଲକ୍ଷାଧିକ ଟଙ୍କର କ୍ଷୀର ନଷ୍ଟ
  • ||
  • ଭଦ୍ରକ : ଧାମନଗରରେ ବନ୍ୟା, ୪ ପଞ୍ଚାୟତରେ ୨୫ ସ୍କୁଲ ଓ ଦୁଇ ପଞ୍ଚାୟତର ଅଙ୍ଗନବାଡ଼ି ୨ ଦିନ ଛୁଟି
  • ||
  • ଯାଜପୁର : କାଣୀ ନଦୀରେ ୩୦ ଫୁଟର ଘାଇ, ଏକାଧିକ ପଞ୍ଚାୟତରେ ପଶିଲା ପାଣି
  • ||
  • ସଡ଼କ ଦୁର୍ଘଟଣା; ଟ୍ରାକ୍ଟରକୁ ଧକ୍କା ଦେଲା ଟ୍ରକ୍, ୮ ମୃତ, ୪୦ ଆହତ
  • ||
  • ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ ପରଲୋକ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ରାଜ୍ୟ ବିଜେପି ସଭାପତିଙ୍କ ଶୋକ
  • ||
  • ଆସୁଛି ଆଉ ଏକ ଲଘୁଚାପ;୨୯ ଯାଏ ପ୍ରବଳ ବର୍ଷା ଆଶଙ୍କା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀ ପଲ

Published By : Suraj Kumar | August 23, 2025 6:12 PM

ତେଲକୋଇ,୨୩।୮ - ତେଲକୋଇ ବନାଞ୍ଚଳ ବିମଳା ଫରେଷ୍ଟ ବିଟ ଗୋପୀନାଥପୁର ଗ୍ରାମରେ ହାତୀ ଆତଙ୍କ । ହାତୀ ପଲ ଗ୍ରାମର ମିନତି ମହାନ୍ତଙ୍କ ଘର ଭାଙ୍ଗିବା ସହିତ ଧାନ ଚାଉଳ ଖାଇ ଦେଇଥିବା ଅଭିଯୋଗ ହୋଇଛି। ସେହି ଘରେ ମିନତି ଓ ତାଙ୍କ ପୁଅ ଶୋଇଥିବା ବେଳେ ହାତୀ କବଳରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।

ମିନତି ଶୁକ୍ରବାର ରାତିରେ ପରିବାର ସହ ଘରେ ଶୋଇଥିବା ବେଳେ ମଧ୍ୟ ରାତ୍ରିରେ ହାତୀ ପଲ ଗୋପୀନାଥପୁର ଗାଁ କୁ ପଶି ଆସି ମୀନତିଙ୍କ ଘର ଭାଙ୍ଗିଥିଲେ । ଘରେ ଥିବା ଧାନ ଓ ଚାଉଳକୁ ଖାଇବା ସହିତ ବାଡି ବଗିଚା ବ୍ୟାପକ ନଷ୍ଟ କରିଥିଲେ । ଘରେ ଶୋଇଥିବା ମା’- ପୁଅ ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତି ଯାଇଥିଲେ। ପାଟି ଶୁଣି ସ୍ଥାନୀୟ ଲୋକେ ଏକତ୍ରିତ ହୋଇ ହାତୀକୁ ଘଉଡାଇ ଥିଲେ । ତେବେ ହାତୀ ଉତ୍ପାତକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.