ପ୍ରମୂଖ ଖବର
  • ଖରାପ ପାଗ ଏବଂ ଚିକୁନଗୁନିଆ ସଂକ୍ରମଣ ଯୋଗୁଁ ମହିଳା ଏସିଆ କପ୍‌ ସ୍ଥଗିତ
  • ||
  • ବିଶ୍ୱ ସାଇକେଲ ଦିବସ; ପେଁ ପାଁରେ ହଜିନି କ୍ରିଂ କ୍ରିଂ କ୍ରିଂ...ଫିଟନେସ୍‌ ପାଇଁ ପାଲଟିଛି ପ୍ରଥମ ପସନ୍ଦ
  • ||
  • ଛେଣ୍ଡିପଦା: ବିପଦରେ ଗଜରାଜ, ସୋଲାର କରେଣ୍ଟରେ ହାତୀ ମୃତ
  • ||
  • ଚନ୍ଦନେଶ୍ଵର: ୧୫ ଲକ୍ଷ ଟଙ୍କାର ବ୍ରାଉନ ସୁଗର ଜବତ, ୨ ଗିରଫ
  • ||
  • ବାଙ୍କୀ: ବାଲି ବୋଝେଇ ହାଇୱା ଧକ୍କାରେ ଯୁବକଙ୍କ ମୃତ୍ୟୁ, ରାସ୍ତାରୋକ କଲେ ଗ୍ରାମବାସୀ
  • ||
  • ପାଶ୍ଚାତ୍ୟ ରାଷ୍ଟ୍ରଙ୍କୁ ବିଶ୍ୱଯୁଦ୍ଧ ଭୟ: ଦୀର୍ଘ ୮୦ ବର୍ଷ ପରେ ଘାରିଛି ଆଶଙ୍କା, ଋଷ-ଆମେରିକା, ପରମାଣୁ ଅସ୍ତ୍ର ମୁଖ୍ୟ କାରଣ
  • ||
  • IPL 2025 ମହାଲଢ଼େଇ: ଆଜି ମୁହାଁମୁହିଁ ହେବେ ପଞ୍ଜାବ -ବେଙ୍ଗାଲୁରୁ, ପ୍ରଥମ ଟାଇଟଲ ଆଶାରେ ଉଭୟ ଟିମ୍
  • ||
  • ରାଜ୍ୟରେ ପୁଣି ଉପରମୁହାଁ ତାତି : ଆଗାମୀ ୪ ଦିନ ଯାଏ ଭୀଷଣ ଗରମ ସହ ଗୁଳୁଗୁଳି, ସପ୍ତାହ ଯାଏ ବର୍ଷା ନାହିଁ
  • ||

ବିଦ୍ୟୁତ୍ ଆଘାତରେ ଦନ୍ତା ହାତୀ ମୃତ

Published By : Rasmita Pradhan | May 31, 2025 9:33 AM

ବନ୍ତଳା, ୩୧/୦୫ : ବିଦ୍ୟୁତ୍ ଆଘାତରେ ଦନ୍ତା ହାତୀ ମୃତ। ଅନୁଗୁଳ ବନଖଣ୍ଡ ବନ୍ତଳା ରେଞ୍ଜ ଅନ୍ତର୍ଗତ ତଳସୀରା ଗାଁରେ ଏଭଳି ଘଟଣା ଘଟିଛି। ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଜଣକୁ ଅଟକ ରଖି ପଚାର ଉଚରା କରୁଥିବା ସୂଚନା ମିଳିଛି। 

ସୂଚନା ଅନୁଯାୟୀ, ଶୁକ୍ରବାର ମଧ୍ୟରାତିରେ ଖାଦ୍ୟ ଅନ୍ଵେଷଣରେ ବନ୍ତଳା ରେଞ୍ଜ ଅନ୍ତର୍ଗତ ତଳସୀରା ଗାଁକୁ ଏକ ଦନ୍ତା ହାତୀ ଚାଲି ଆସିଥିଲା। ଗାଁରେ ଥିବା ଏକ ବଗିଚାରେ ଫସଲ ସୁରକ୍ଷା ପାଇଁ ଘେରା ହୋଇଥିବା ବିଦ୍ୟୁତ୍ ତାରରେ ହାତୀ ଶୁଣ୍ଢ ଲାଗିବାରୁ ତାର ମୃତ୍ୟୁ ହୋଇଥିଲା। ଆଜି ସକାଳୁ ସ୍ଥାନୀୟ ଲୋକେ ଦେଖି ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଜଣକୁ ଅଟକ ରଖି ପଚରାଉଚରା କରୁଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.