ପ୍ରମୂଖ ଖବର
  • ଭାରତ ଉପରେ ଟ୍ରମ୍ପଙ୍କ ଟାରିଫ୍ ବମ୍ : ୨୫% ଶୁଳ୍କ ସହ ଜରିମାନା ଲଗାଇଲା ଆମେରିକା, ୧ ଅଗଷ୍ଟରୁ ହେବ ଲାଗୁ
  • ||
  • ଗଲୱାନର ଚାରବାଗ ଅଞ୍ଚଳରେ ସେନା ଗାଡ଼ି ଉପରେ ଖସିଲା ପଥର; ୨ ଅଧିକାରୀ ସହିଦ, ୩ ଗୁରୁତର
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ୬ ଜଣ ଗିରଫ
  • ||
  • ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଏବଂ ସ୍ୱତନ୍ତ୍ର ରିଲିଫ୍ କମିଶନର
  • ||
  • ନଦୀରେ ଖସିଲା ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ବସ୍‌, ଉଦ୍ଧାରକାର୍ଯ୍ୟ ଜାରି
  • ||
  • କନ୍ଧମାଳ : ସାପ କାମୁଡ଼ାରେ ଚାଲିଗଲା ୨ ଜଣଙ୍କ ଜୀବନ
  • ||
  • ଇସ୍ରୋ-ନାସାର ମିଶନ୍ 'ନିସାର'; ଅପରାହ୍ନ ୫ଟା ୪୦ରେ ଶ୍ରୀହରିକୋଟ୍ଟାରୁ ଲଞ୍ଚ, ୧୨ ଦିନରେ ପୃଥିବୀକୁ କରିବ ସ୍କାନ
  • ||
  • ଖୋର୍ଦ୍ଧାରେ ବାର୍ଡ ଫ୍ଲୁ ଚିହ୍ନଟ ପରେ ବଢ଼ିଲା ଚିନ୍ତା, ଚିଲିକା ଓ ନନ୍ଦନକାନନକୁ ସତର୍କତା ଜାରି
  • ||
  • ଆହୁରି କଲବଲ କରିବ ବର୍ଷା, ଆଜି ୧୫ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ
  • ||
  • ଶୁକ୍ରବାର ଭୁବନେଶ୍ୱରରେ ସମ୍ପୂର୍ଣ୍ଣ ବନ୍ଦ ରହିବ ଜଳ ଯୋଗାଣ,ଆଗୁଆ ସଂରକ୍ଷିତ କରି ରଖନ୍ତୁ ପାଣି
  • ||
  • ଜମ୍ମୁ-କାଶ୍ମୀର ପୁଞ୍ଚରେ ଏନ୍‌କାଉଣ୍ଟର, ୨ ଆତଙ୍କୀ ନିହତ, ସର୍ଚ୍ଚ ଅପରେସନ୍ ଜାରି
  • ||
  • 'ନିସାର' କାଉଣ୍ଟଡାଉନ୍‌, ଇସ୍ରୋ-ନାସାର ମିଳିତ ମହାମିଶନ୍, ଅପରାହ୍ନ ୫ଟା୪୦ର ଲଞ୍ଚ ହେବ ମହଙ୍ଗା ସାଟେଲାଇଟ୍‌ ନିସାର
  • ||
  • ଭୂକମ୍ପ ଝଟକାରେ ଥରିଲା ଋଷ, ୮.୭ ତୀବ୍ରତା ରେକର୍ଡ, ଜାପାନରୁ ଆମେରିକା ଯାଏ ପ୍ରଭାବ, ସୁନାମୀ ଆଲର୍ଟ
  • ||
  • ଗାଜାରେ ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ, ୬୨ ମୃତ,ଶତାଧିକ ଆହତ,
  • ||

ଆସିଲାନି ବନ ବିଭାଗ, ଦଳି ଦେଲା ଦନ୍ତା; ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

Published By : Anindita Ratha | July 30, 2025 11:03 AM

ତେଲକୋଇ,୩୦/୦୭: ଥମୁନି ହାତୀ ଉପଦ୍ରବ। ଦନ୍ତା ନେଲା ଜୀବନ । ଦନ୍ତା ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି ।  ଘରେ ଶୋଇଥିବା ବେଳେ ବୃଦ୍ଧାଙ୍କୁ ହାତୀପଲ ବାହାରକୁ ଘୋଷାଡି ନେଇ ଦଳିଦେଇଛି । କେନ୍ଦୁଝର ଜିଲ୍ଲା ବନଖଣ୍ଡ ତେଲକୋଇ ବନାଞ୍ଚଳର କାଳିଆହତା ଫରେଷ୍ଟ ସେକ୍ସନ ଗଳଦା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକ ଜଣକ ୬୦ ବର୍ଷୀୟା ବନିତା ମାଝୀ । ଏନେଇ ଖବରପାଇ ତେଲକୋଇ ବନ ବିଭାଗ ଓ କାଳିଆହତା ଫାଣ୍ଡି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି । 

ସୂଚନା ମୁତାବକ, ଉକ୍ତ ଅଞ୍ଚଳରେ ଦୀର୍ଘଦିନ ହେଲା ୯ ଟିକିଆ ହାତୀପଲ ଡେରା ପକାଇ ଉପଦ୍ରବ ଚଳାଇଛନ୍ତି । ମଙ୍ଗଳବାର ବିଳମ୍ବିତ ରାତିରେ ହାତୀପଲ ଖାଦ୍ୟ ଅନ୍ୱେଷଣରେ ଗଳଦା ଗ୍ରାମକୁ ପଶି ଆସିଥିଲେ । ଅସହାୟ ବନିତା ମାଝୀଙ୍କ ଘରକୁ ଭାଙ୍ଗି ଧାନ ଚାଉଳ ଖାଇବା ସହିତ ବନିତାଙ୍କୁ ଶୁଣ୍ଢରେ ଟେକି ନେଇ ଦଳି ମାରି ଦେଇଛି । ହେଲେ ପାଖରେ ଶୋଇଥିବା ନାତୁଣୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଅନ୍ୟପଟେ ସ୍ଥାନୀୟ ଲୋକେ ଘଟଣା ସମ୍ପର୍କରେ ବନ ବିଭାଗକୁ ଜଣାଇଥିଲେ ସୁଦ୍ଧା କର୍ମଚାରୀମାନେ ବିଳମ୍ବରେ ପହଞ୍ଚିଥିଲେ । ଯାହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ସେପଟେ ହାତୀ ଘଉଡେଇବାରେ ବନ ବିଭାଗ ଫେଲ୍ ମାରିଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ । ଲୋକଙ୍କୁ ସୁରକ୍ଷା ମଧ୍ୟ ଦେଇ ପାରୁନାହାନ୍ତି । ଗଳଦା ଗାଁରେ ଗତକାଲି ବନ ବିଭାଗ ହାତୀ ସମ୍ପର୍କରେ କୌଣସି ସୂଚନା ଦେଇନଥିଲା ବୋଲି ଅଭିଯୋଗ ହୋଇଛି ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.