ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ବଦଳିବ ରାଜଧାନୀ ଚେହେରା: ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ନିର୍ମାଣ ହେବ ଏଲିଭେଟେଡ୍‌ କରିଡର୍‌

Published By : Prameya | March 13, 2025 10:12 AM

ଭୁବନେଶ୍ୱର,୧୩/୦୩:  ରାଜଧାନୀ ଭୁବନେଶ୍ୱରର ଚେହେରା ବଦଳିବ । ରାଜଧାନୀରେ  ଭିଡ଼ କମାଇବାକୁ ନୂଆ ରାସ୍ତା, ପୋଲ, ଫ୍ଲାଇ ଓଭର ବ୍ରିଜ୍‌ ଓ ରୋଡ୍‌ ଓଭରବ୍ରିଜ୍‌ ନିର୍ମାଣ କରାଯିବ । ଏହା ସହିତ ଏକାମ୍ର କ୍ଷେତ୍ରର ଐତିହ୍ୟ ସମୂହର ବିକାଶ ପାଇଁ ଚଳିତ  ଆର୍ଥିକ ବର୍ଷରେ ୫୦ କୋଟି ଟଙ୍କାର  ବ୍ୟୟବରାଦ କରାଯାଇଛି ବୋଲି  ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ  ସୂଚନା ଦେଇଛନ୍ତି ।   

ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି, ରାଜଧାନୀର ରାଜରାସ୍ତାରେ ଯିବା ଆସିବା ପାଇଁ ଆଉ ଘଣ୍ଟା ଘଣ୍ଟା ଧରି  ଅପେକ୍ଷା କରିବାକୁ ପଡ଼ିବ ନାହିଁ । ସହର ମୁଖ୍ୟ ରାସ୍ତାକୁ ଭିଡ଼ ହ୍ରାସ ଯୋଜନା (ଡିକଞ୍ଜେସନ୍‌ ପ୍ଲାନ୍‌)  ପ୍ରସ୍ତାବ ପ୍ରସ୍ତୁତ କରାଯାଇଛି ।  ସଡ଼କ ନେଟୱାର୍କକୁ ବ୍ୟାପକ  କରିବା ପାଇଁ ରାଜଧାନୀ ରାସ୍ତାର  ଉନ୍ନତୀକରଣ କାର୍ଯ୍ୟକ୍ରମ ଆରମ୍ଭ  କରାଯାଇଛି । ଏ ବାବଦରେ ଚଳିତ  ଆର୍ଥିକ ବର୍ଷ(୨୦୨୫-୨୬)ରେ  ୨୦୦ କୋଟି ଟଙ୍କା ବ୍ୟୟବରାଦ  କରାଯାଇଛି । ଏହି ଯୋଜନାରେ ୨୦  କିଲୋମିଟର ରାସ୍ତାର ଉନ୍ନତୀକରଣ  ପାଇଁ ପ୍ରସ୍ତାବ ଅଛି । 

ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ  ଏଲିଭେଟେଡ୍‌ କରିଡର୍‌ ନିର୍ମାଣ  କରାଯିବ । ଏହା ସହିତ ବାରଙ୍ଗରୁ  ପଟିଆ ଷ୍ଟେସନ୍‌ ଛକ ତଥା ଜାତୀୟ ରାଜପଥ-୧୬ ଓ ସୁଆଙ୍ଗ ମୌଜା ଦେଇ ଜଟଣୀକୁ ସଂଯୋଗ କରୁଥିବା  କେନାଲ ବନ୍ଧ ରାସ୍ତା(ଦୟା ୱେଷ୍ଟ କେନାଲ୍‌) ର ଉନ୍ନତୀକରଣ କରାଯିବ । କଳ୍ପନା ଛକ ଓ  ମ୍ୟୁଜିୟମ ଛକରେ ଫ୍ଲାଇ ଓଭର୍‌ ନିର୍ମାଣ ହେବ । ଶିଶୁ ଭବନ ଛକରୁ ମ୍ୟୁଜିୟମ ରାସ୍ତାରେ ରୋଡ୍‌ ଓଭରବ୍ରିଜ୍‌(ଆରଓବି) ନିର୍ମାଣ ହେବ । ଏଜି ଛକରେ  ଭୂତଳ ରାସ୍ତା ନିର୍ମାଣ ହେବ । କଳାରାହାଙ୍ଗରୁ ବରିମୁଣ୍ଡ  ଓ ଗୁରୁ କେଳୁଚରଣ ପାର୍କରୁ ଫୁଲନଖରା ପର୍ଯ୍ୟନ୍ତ  ଗୋଟିଏ ନୂଆ ରାସ୍ତା ହେବ । ଏହି ରାସ୍ତାରେ ଏକ ନୂଆ  ରେଳ ଓଭରବ୍ରିଜ୍‌ ନିର୍ମାଣ କରାଯିବ । ଭୁବନେଶ୍ୱର  ଭିତରେ ଓ ବାହାରେ ରିଂ ରୋଡ୍‌ ନିର୍ମାଣ ହେବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.