ପ୍ରମୂଖ ଖବର
  • ମୟୂରଭଞ୍ଜ : ବାଙ୍ଗିରିପୋଷିରୁ ଚୋରି ଗାଡି ଝାଡଖଣ୍ଡରୁ ଉଦ୍ଧାର, ଜଣେ ଗିରଫ
  • ||
  • 'ଆମେ କଥା ହେଲୁ ଯୁଦ୍ଧ ରୋକିଲା'; ଭାରତ-ପାକିସ୍ତାନ ସିଜଫାୟାରକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ
  • ||
  • ଗଞ୍ଜାମ : ଗୁହାଳରେ ଅଗ୍ନିକାଣ୍ଡ, ୧୫ ରୁ ଉର୍ଦ୍ଧ୍ୱ ଛେଳି ଏବଂ ମେଣ୍ଢା ଜୀବନ୍ତ ଦଗ୍ଧ
  • ||
  • ଟ୍ରମ୍ପଙ୍କ ବଡ଼ ଘୋଷଣା; ଚୀନ୍‌ ଷ୍ଟିଲ ଉପରେ ଡବଲ୍ ଟାରିଫ୍‌, ଜୁନ୍‌ ୪ରୁ ଲାଗୁ
  • ||
  • ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହ ମା' ପାର୍ବତୀଙ୍କ ବିବାହ ସମ୍ପନ୍ନ, ଆଜି ରାତି ୧୦ଟାରେ ଶୀତଳ ଷଷ୍ଠୀ ଶୋଭାଯାତ୍ର
  • ||
  • କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି, ବେକରେ ଫାଶୀ ଲଗାଇ ଝୁଲିପଡ଼ିଲେ ଦମ୍ପତି
  • ||
  • ଦୁର୍ବଳ ହେଉଛି ଅବପାତ: ଆଜି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସପ୍ତାହେ ଯାଏ ବିଶେଷ ବର୍ଷା ନାହିଁ
  • ||

ଭାଙ୍ଗିଲା ଟ୍ରମ୍ପ ଓ ମସ୍କ ଯୋଡ଼ି, ଟ୍ରମ୍ପ ପ୍ରଶାସନରୁ ଇସ୍ତଫା ଦେଲେ ମସ୍କ

Published By : Prameya | May 29, 2025 8:22 AM

ନୂଆଦିଲ୍ଲୀ,୨୯/୦୫: ଡୋନାଲ୍ଡ ଟ୍ରମ୍ପ ଓ ଏଲନ ମସ୍କଙ୍କ ସମ୍ପର୍କରେ ଫାଟ। ଭାଙ୍ଗିଲା ଟ୍ରମ୍ପ ଓ ମସ୍କ ଯୋଡ଼ି । ଟ୍ରମ୍ପ ପ୍ରଶାସନରୁ ଇସ୍ତଫା ଦେଲେ ମସ୍କ। ଟ୍ରମ୍ପ ସରକାରରେ ଡିଓଜିଇ ମୁଖ୍ୟ ଭାବେ ଦାୟିତ୍ବ ସମ୍ଭାଳୁଥିବା ମସ୍କ ଅଚାନକ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ନିଜ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା ଦେଇଛନ୍ତି ମସ୍କ ।

ତେବେ ଏଲନ ମକ୍ସ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା  ଦେଇ କହିଛନ୍ତି ଯେ, ଆମେରିକା ସରକାରରେ ସର୍ବୋଚ୍ଚ ପରାମର୍ଶଦାତା କର୍ମଚାରୀ ଭାବେ ମୋର କାର୍ଯ୍ୟକାଳ ଶେଷ ହୋଇଛି । ଅଯଥା ଖର୍ଚ୍ଚ କମାଇବାକୁ ସୁଯୋଗ ଦେଇଥିବାରୁ ଟ୍ରମ୍ପଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛି । ସମୟ ସହ ଡିଓଜିଇ ବିଭାଗ ଆହୁରି ଶକ୍ତିଶାଳୀ ହେବ”।



ତେବେ ଟ୍ରମ୍ପ ଦ୍ବିତୀୟଥର ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଏଲନ ମସ୍କଙ୍କୁ ଡିଓଜିଇର ମୁଖ୍ୟ ଭାବେ ନିଯୁକ୍ତ କରିଥିଲେ । ଏହି ବିଭାଗର କାର୍ଯ୍ୟ ଥିଲା ସରକାରୀ ଖର୍ଚ୍ଚ ଅର୍ଥ କମ୍ କରିବା ଏବଂ ଅଯଥା ନିଯୁକ୍ତିକୁ କମାଇବା । ମସ୍କ ଏହି ବିଭାଗର ଦାୟିତ୍ବ ନେବା ପରେ ଅନେକ ବିଭାଗରୁ ଛଟେଇ କରାଯାଇଥିବା ବେଳେ ସରକାରୀ ଖର୍ଚ୍ଚ କାଟ କରାଯାଇଥିଲା । ହେଲେ ଏବେ ଉକ୍ତ ପଦବୀକୁ ଛାଡ଼ିଛନ୍ତି ମସ୍କ । ତେବେ ଗତ କିଛି ଦିନ ହେବ ଟ୍ରମ୍ପଙ୍କ ବିବାଦୀୟ ନିଷ୍ପତି ଯୋଗୁଁ ମସ୍କ ତାଙ୍କ ପଦରୁ ଇସ୍ତଫା ଦେଇଥିବା ନେଇ ଜୋର ଧରିଛି ଚର୍ଚ୍ଚା ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.