ପ୍ରମୂଖ ଖବର
  • କଟକ : ଲାଞ୍ଚ ନେବା ହେଲା କାଳ, ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ, ଅମିନ
  • ||
  • ମାଲକାନଗିରି : ଅବୁଝମାଡ଼ ଜଙ୍ଗଲରେ ଏନ୍‌କାଉଣ୍ଟର, ପୁଲିସ ଗୁଳିରେ ୨ ମହିଳା ମାଓବାଦୀ ନିହତ
  • ||
  • ବାଲେଶ୍ୱର : ପାନ ଦୋକାନୀ ମାଡ଼ରେ ଚାଲିଗଲା ଯୁବକଙ୍କ ଜୀବନ, ଧାର ଟଙ୍କାକୁ ନେଇ ଉଭୟଙ୍କ ମଧ୍ୟରେ ଥିଲା ବିବାଦ
  • ||
  • କଟକ: ନରସିଂହପୁର ପଞ୍ଚମୁଖୀ ଛକରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ବଦଳିବ ଓଡ଼ିଶା ପର୍ଯ୍ୟଟନର କାୟାକଳ୍ପ, କେରଳ ଏବଂ ରାଜସ୍ଥାନ ମଡେଲ୍‌କୁ କରାଯିବ ଅନୁକରଣ, ଏସିଆର ଶ୍ରେଷ୍ଠ ପାଞ୍ଚରେ ରହିବ ରାଜ୍ୟ
  • ||
  • ପୁରୀ : ଭଗବାନ ଓ ଭକ୍ତଙ୍କ ମଧ୍ୟରୁ ହଟିଲା ଦୂରତା, ଦୁର୍ଲଭ ନବଯୌବନ ବେଶରେ ଦର୍ଶନ ଦେଲେ ଦାରୁବ୍ରହ୍ମ
  • ||
  • ପୁରୀ : ୨୯ରୁ ରତ୍ନଭଣ୍ଡାର ମରାମତି, ପ୍ରତିଦିନ ଦୁଇଟି ସିଫ୍ଟରେ ହେବ କାମ
  • ||
  • ଭୁବନେଶ୍ୱର : ତାରିଣୀ ବସ୍ତ୍ରାଳୟ ଗୋଦାମରେ ଅଗ୍ନିକାଣ୍ଡ, ଜଳିଗଲା କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ
  • ||
  • ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||

ଅବୁଝମାଡ଼ ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ; ଏନ୍‌କାଉଣ୍ଟରରେ ୨ ମହିଳା ମାଓବାଦୀ ନିହତ

Published By : Harapriya Sethi | June 26, 2025 11:20 AM

ମାଲକାନଗିରି, ୨୬/୦୬: ମାଲକାନଗିରି ସୀମାନ୍ତ ଛତିଶଗଡ଼ ଅବୁଝମାଡ଼ ଜଙ୍ଗଲରେ ଏନ୍‌କାଉଣ୍ଟର । ସୁରକ୍ଷାକର୍ମୀ-ମାଓବାଦୀ ମଧ୍ୟରେ ହୋଇଛି ଗୁଳି ବିନିମୟ। ଏଥିରେ ୨ ଜଣ ହାର୍ଡକୋର ମହିଳା ମାଓବାଦୀ ନିହତ ହୋଇଛନ୍ତି । ଏହାସହ ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ମଧ୍ୟ ଜବତ ହୋଇଛି । 

ସୂଚନା ମୁତାବକ, ଛତିଶଗଡ଼ ଅବୁଝମାଡ ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବାର ପୁଲିସକୁ ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ସୁରକ୍ଷାକର୍ମୀ ଓ ପୁଲିସ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ସୁରକ୍ଷାକର୍ମୀ ପୁରା ଅଞ୍ଚଳକୁ ଘେରିଥିବା ଦେଖି ମାଓବାଦୀମାନେ ଗୁଳିଚାଳନା କରିଥିଲେ । ଯାହାର ଦୃଢ ଜବାବ ଦେଇଥିଲେ ସୁରକ୍ଷାକର୍ମୀ । ଶେଷରେ ସୁବିଧା ଦେଖି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ ମାଓବାଦୀ । ଘଟଣାସ୍ଥଳରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ ପରେ ଦୁଇ ମହିଳା ହାର୍ଡକୋର ମାଓବାଦୀଙ୍କ ମୃତଦେହ ମିଳିଛି । ଏହାପରେ ପୁଲିସ ପକ୍ଷରୁ ପୁରା ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.