ପ୍ରମୂଖ ଖବର
  • ପୁରୀ : ଏଥର ମିଳିବନି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ୧୦ରେ ମିଳିବ ଆଡ଼ପ ଅବଢ଼ା
  • ||
  • ଭୁବନେଶ୍ଵର : କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ, ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା
  • ||
  • ଭୁବନେଶ୍ଵର : ସ୍କୁଲରେ ପଢ଼ାଇବେ ଅତିଥି ଶିକ୍ଷକ, ନିଯୁକ୍ତ ହେବେ ୪୫୮୦ ଅବସରପ୍ରାପ୍ତ ଶିକ୍ଷକ
  • ||

ସରଣ୍ଡା ଜଙ୍ଗଲରେ ଏନକାଉଣ୍ଟର, ୪ ନକ୍ସଲ ନିହତ

ରାଉରକେଲା, ୧୭/୦୬ : ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମି ଜିଲ୍ଲାର ସରଣ୍ଡା ଜଙ୍ଗଲରେ ଏନକାଉଣ୍ଟର। ସୁରକ୍ଷାବାହିନୀ ଗୁଳିରେ ଟଳିଲେ ୪ ନକ୍ସଲ। ମାଓବାଦୀ କ୍ୟାମ୍ପରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ। 

ସୂଚନାନୁଯାୟୀ, ଝାଡଖଣ୍ଡ ସରଣ୍ଡା ଜଙ୍ଗଲରେ ନକ୍ସଲ ଲୁଚି ରହିଥିବା ନେଇ ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଥିଲା। ଏହାପରେ ସୁରକ୍ଷାବାହିଣି ପକ୍ଷରୁ ସର୍ଚ୍ଚ ଅପରେସନ କରାଯାଇଥିଲା। ଏହି ସମୟରେ ନକ୍ସଲମାନେ ଗୁଳି ଚଳାଇଥିଲେ। ଫଳରେ ସୁରକ୍ଷାବାହିନୀ ଏହାର ପ୍ରତିଜବାବ ଦେଇଥିଲା। ସୁରକ୍ଷା ବାହିନୀ ଗୁଳିରେ ୪ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ମହିଳା ମାଓବାଦୀ ସାମିଲ ଅଛନ୍ତି। ଏତଦ୍ ବ୍ୟତୀତ ୨ ଜଣଙ୍କୁ ଜୀବନ୍ତ ଗିରଫ କରାଯାଇଛି। ଘଟଣାସ୍ଥଳରେ ଏବେବି ସର୍ଚ୍ଚ ଅପରେସନ ଜାରି ରହିଛି। ପ୍ରାଣ ହରାଇଥିବା ମାଓବାଦୀମାନେ ନକ୍ସଲ ସଙ୍ଗଠନର ଜଣେ ଏରିଆ କମାଣ୍ଡର, ସବ୍ ଜୋନାଲ କମାଣ୍ଡର ଓ ଜୋନାଲ୍ କମାଣ୍ଡର ଥଲେ। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.