ପ୍ରମୂଖ ଖବର
  • ନାଗପୁର-ମୁମ୍ବାଇ ଏକ୍ସପ୍ରେସୱେରେ ଭୟଙ୍କର ସଡ଼କ ଦୁର୍ଘଟଣା, ୭ ମୃତ, ୩ ଗୁରୁତର...
  • ||
  • ପୁଣି ବଢିଲା କେଜ୍ରିଓ୍ବାଲଙ୍କ ଅଡୁଆ, ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଇଲେ ସିବିଆଇ ସ୍ବତନ୍ତ୍ର କୋର୍ଟ...
  • ||
  • ନିଅଣ୍ଟିଆ ସ୍ଥିତିରେ ହୀରାକୁଦ ଜଳସ୍ତର, ଗତବର୍ଷଠାରୁ ୭ ଫୁଟ୍‌ ପାଣି କମ୍‌
  • ||
  • ୟୁଜିସି ନେଟ୍‌ ତାରିଖ ଘୋଷଣା କଲା ଏନ୍‌ଟିଏ, ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ମଧ୍ୟରେ ପରୀକ୍ଷା
  • ||
  • ଅମରନାଥ ଯାତ୍ରା ଆରମ୍ଭ, ଅଗଷ୍ଟ ୧୯ ଯାଏ ଚାଲିବ, ପ୍ରଥମେ ଗଲେ ୪ ହଜାରରୁ ଅଧିକ ଯାତ୍ରୀ
  • ||
  • ବାରବାଡୋସ୍‌ରେ ଭାରତ-ଦକ୍ଷିଣ ଆଫ୍ରିକା ଫାଇନାଲ୍‌ ଫାଇଟ୍,ସଫଳ ହେବ ୧୭ ବର୍ଷର ଅପେକ୍ଷା
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ସୀମାନ୍ତରେ ସୁରକ୍ଷାବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ଜଣେ ଏସଓଜି ଯବାନ ଗୁରୁତର

ନୂଆପଡ଼ା,୨୦।୫ : ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲ୍ଲା କୋମନା ଥାନା ଶିବନାରାୟଣପୁର ନିକଟରେ ସୁରକ୍ଷାବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ଏସଓଜି ଜବାନଙ୍କୁ ଗୁଳି ଲାଗିଥିବାରୁ ସେ ଗୁରୁତର ଆହତ ହୋଇଛନ୍ତି। ଏବେ ଆହତ ଯବାନ ରାୟପୁରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ହୋଇଛନ୍ତି। 

ଗତ କିଛି ଦିନ ହେବ ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ ମାଓବାଦୀଙ୍କ ଗତିବିଧି ପରିଲକ୍ଷିତ ହେଉଛି। ସୁନାବେଡା ଅଭୟାରଣ୍ୟ ଅଞ୍ଚଳରେ ମାଓବାଦୀମାନେ ଚଳପ୍ରଚଳ ହେଉଥିବା ପୁଲିସକୁ ଗୁଇନ୍ଦା ସୂତ୍ରରୁ ଖବର ମିଳିଥିଲା। ଗତ ୧୮ ତାରିଖରେ ଦୁଇ ରାଜ୍ୟ ସୀମାନ୍ତ ଅଞ୍ଚଳକୁ ଏସଓଜି ଯବାନଙ୍କ ଟିମ୍ ନକ୍ସଲ ବିରୋଧୀ କମ୍ବିଂ ଅପରେସନ ପାଇଁ ଯାଇଥିଲା। ଏହି ଯବାନମାନେ କୋମନା ଥାନା ଭାଓସିଲ, ଝରଲାଆମ, ଶିବନାରାୟଣପୁର ଅଞ୍ଚଳରେ ଘଞ୍ଚ ଜଙ୍ଗଲ ମଧ୍ୟରେ ଦୁଇ ଦିନ ଧରି କମ୍ବିଂ ଅପରେସନ ଜାରି ରଖିଥିଲେ।

ସୂଚନାନୁଯାୟୀ, ରବିବାର ରାତି ପ୍ରାୟ ୩ଟାରେ ଏସଓଜି ଯବାନମାନେ ଶିବନାରାୟଣପୁର ଗାଁ ନିକଟ ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ଘଞ୍ଚ ଜଙ୍ଗଲରେ କମ୍ବିଂ ଅପରେସନ କରୁଥିଲେ। ଏହି ସମୟରେ ମାଓବାଦୀଙ୍କ ସହ ଯବାନମାନେ ମୁଁହାମୁହିଁ ହୋଇଥିଲେ। ଯବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଆଖିବୁଜା ଗୁଳି ଚାଳନା କରିଥିଲେ । ଏହି ସମୟରେ ଜଣେ ଏସଓଜି ଯବାନଙ୍କୁ ମାଓବାଦୀଙ୍କ ଗୁଳି ଲାଗିଥିଲା। ତେବେ ଯବାନଙ୍କ ତଣ୍ଟିରେ ଗୁଳି ଲାଗିବା ସହ ଗଳା ଭିତରେ ଫସି ଯାଇଥିଲା। ଫଳରେ ଏସଓଜି ଯବାନ ଜଣକ ଗୁରୁତର ଆହତ ହୋଇଛନ୍ତି । ଆଜି ଭୋର ସକାଳୁ ସାଥୀ ଏସଓଜି ଯବାନମାନେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଗରିଆବନ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା କରିଥିଲେ । ସେଠି ଯବାନଙ୍କ ସ୍ଵାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ରାୟପୁରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରିଛନ୍ତି । ବର୍ତ୍ତମାନ ସୁଦ୍ଧା ଯବାନଙ୍କ ତଣ୍ଟିରୁ ଗୁଳି କଢା ଯାଇନଥିବା ସୂଚନା ମିଳିଛି । ଏବେବି ଶିବନାରାୟଣପୁର ଅଞ୍ଚଳରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଚାଲିଥିବା ସୂଚନା ମିଳିଛି। ଏନେଇ ଏସପି ଜିଆର ରାଘବେନ୍ଦ୍ରଙ୍କ ଯୋଗାଯୋଗ ହୋଇ ପାରିନାହିଁ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.