ପ୍ରମୂଖ ଖବର
  • ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ, ଗୁଜୁରାଟ, ପଞ୍ଜାବ, ରାଜସ୍ଥାନ ସିଏମ୍‌ଙ୍କ ସହ ଆଲୋଚନା
  • ||
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ତଦନ୍ତରେ ସଂଘାତିକ ତ୍ରୁଟି: ସାକ୍ଷ୍ୟ ଶୁଭେନ୍ଦୁ ପଟ୍ଟନାୟକଙ୍କ ସାର୍ଟ ରଙ୍ଗକୁ ନେଇ ବିବାଦ

Published By : Prameya | January 20, 2025 10:40 AM

ଝାରସୁଗୁଡ଼ା,୨୦/୦୧: ବହୁ ଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ କିଶୋର ଦାସଙ୍କ ହତ୍ୟା ମାମଲାକୁ ନେଇ ରାଜନୈତିକ ତମ୍ବିତୋଫାନ ଥମିବାର ନାଁ ନେଉନାହିଁ । ଏହାରି ଭିତରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟ କର ତଥ୍ୟ। ହତ୍ୟା ତଦନ୍ତରେ ସଂଘାତିକ ତ୍ରୁଟି ଦେଖିବାକୁ ମିଳିଛି। କ୍ରାଇମବ୍ରାଞ୍ଚ ତଦନ୍ତରେ ବଦଳିଯାଇଛି ସାକ୍ଷୀର ସାକ୍ଷ୍ୟ। ଧଳା ହୋଇଯାଇଛି  ସାକ୍ଷୀଙ୍କ ହଳଦିଆ ସାର୍ଟର ରଙ୍ଗ।  ଏନେଇ ମୁଖ୍ୟ ସାକ୍ଷୀ ଥିବା ଶୁଭେନ୍ଦୁ ପଟ୍ଟନାୟକଙ୍କ ଗଣମାଧ୍ୟମ ସମ୍ମୁଖରେ ବିସ୍ଫୋରକ ବୟାନ ଦେଇଛନ୍ତି । 

ଶୁଭେନ୍ଦୁ ପଟ୍ଟନାୟକଙ୍କ ବୟାନ ଅନୁସାରେ, ଯେଉଁ ଦିନ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ସେଦିନ ମୁଁ ଘଟଣାସ୍ଥଳରେ ଉପସ୍ଥିତ ହିଁ ଥିଲି । ମୁଁ ନବ ଦାସଙ୍କୁ ଉଠାଇ ଗାଡିରେ ରଖିଥିଲେ । ହେଲେ ସେଦିନ ମୁଁ ହଳଦିଆ ସାର୍ଟ ପିନ୍ଧିଥିଲି । କିନ୍ତୁ ଚାର୍ଜ ସିଟ୍‌ରେ  ଭୁଲ୍ ତଥ୍ୟ ରହିଛି  ଯେ, ମୁଁ ଏକ ଧଳା ରଙ୍ଗର ସାର୍ଟ ପିନ୍ଧିଛି ବୋଲି କୁହାଯାଇଛି ।

ପ୍ରକାଶଯୋଗ୍ୟ ପୂର୍ବତନ ମନ୍ତ୍ରୀ ତଥା ଝାରସୁଗୁଡ଼ାର ପୂର୍ବତନ ବିଧାୟକ ନବ  କିଶୋର ଦାସଙ୍କୁ ଗତ ୨୯ ଜାନୁଆରୀ ୨୦୨୩ ଦିନ ପୁଲିସ୍‌ ଏଏସ୍‌ଆଇ ଗୋପାଳ ଦାସ  ଗୁଳି କରି ହତ୍ୟା କରିବା ଅଭିଯୋଗରେ ଗିରଫ ହୋଇଥିଲା । ଏହି ଘଟଣାର ଗୁରୁତ୍ୱକୁ  ଦେଖି ତତ୍କାଳୀନ ରାଜ୍ୟ ସରକାର କ୍ରାଇମବ୍ରାଞ୍ଚକୁ ତଦନ୍ତ ଦାୟିତ୍ୱ ପ୍ରଦାନ କରିଥିଲେ ।  ଏହି ଘଟଣାକୁ ଦୁଇ ବର୍ଷ ପୂରିବାକୁ ବସିଛି । ଏହାରି ଭିତରେ ଝାରସୁଗୁଡ଼ା କୋର୍ଟରେ  ଏହି ମାମଲାର ଶୁଣାଣି ଜାରି ରହିବା ସହ ସାକ୍ଷ୍ୟ ଗ୍ରହଣ ଆଗେଇଛି ।  ଏଭଳି ପରିସ୍ଥିତିରେ କ୍ରାଇମବ୍ରାଞ୍ଚର ତଦନ୍ତ ଉପରେ ବିରୋଧୀ ତଥା ପ୍ରତିପକ୍ଷ  ଗୋଷ୍ଠୀ ପ୍ରଶ୍ନ ଉଠାଇବା ସହ ସିବିଆଇ ତଦନ୍ତ ଉପରେ ଗୁରୁତ୍ୱାରୋପ କରିବା ପରେ  ପରିବାର ସିବିଆଇ ତଦନ୍ତ ନେଇ ନିଜ ଆଡ଼ୁ ସବୁଜ ସଂକେତ ଦେଇଥିବାରୁ ଏବେ ନବ  ଦାସ ପରିବାରର ସମାଲୋଚକ କେଉଁ ଆଭିମୁଖ୍ୟ ଗ୍ରହଣ କରୁଛନ୍ତି ତାହାକୁ ଅପେକ୍ଷା ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.