ପ୍ରମୂଖ ଖବର
  • ମାଲକାନଗିରି ସୀମାନ୍ତରେ ଲ୍ୟାଣ୍ଡ ମାଇନ୍‌ ବିସ୍ଫୋରଣ, ଜଣେ ଯବାନ ଗୁରୁତର
  • ||
  • କଟକ: କ୍ୟାଣ୍ଟନମେଣ୍ଟ ଥାନାରୁ ଚମ୍ପଟ ମାରିଲେ ୨ ମହିଳା ଅଭିଯୁକ୍ତ,ବାଲିଯାତ୍ରାରେ ମୋବାଇଲ ଓ ଚେନ୍‌ ଲୁଟ୍‌ ବେଳେ ଧରିଥିଲା ପୋଲିସ
  • ||
  • ବଣାଇ : ଗ୍ରେଡରରେ ଚାପି ହୋଇ ଚାଲିଗଲା ଶ୍ରମିକଙ୍କ ଜୀବନ
  • ||
  • କେନ୍ଦ୍ରାପଡ଼ା : ରେଳ ଲାଇନରେ କଟି ଚାଲିଗଲା ଯୁବକଙ୍କ ଜୀବନ, ପରିଚୟ ଅସ୍ପଷ୍ଟ
  • ||
  • ଅନୁଗୁଳ : ମାଆକୁ ପିଟି ପିଟି ହତ୍ୟା କଲା ପୁଅ, ଅଭିଯୁକ୍ତ ଗିରଫ
  • ||
  • ଜାଡରେ ଥରୁଛି ଲମତାପୁଟ, ୬ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଶୀତରେ ଥରୁଛି ଦାରିଙ୍ଗବାଡି, ବଣ ଭୋଜି କରି ମଜା ନେଉଛନ୍ତି ପର୍ଯ୍ୟଟକ
  • ||
  • ପାଟଣା : ଭାରସାମ୍ୟ ହରାଇ ଓଲଟିଲା ପିକଅପ୍‌ ଭ୍ୟାନ୍, ଗାଡ଼ିରୁ କୁକୁଡ଼ା ବୋହିନେଲେ ଲୋକେ
  • ||
  • ସରିଲା ଐତିହାସିକ କଟକ ବାଲିଯାତ୍ରା, ଅନ୍ତର୍ଜାତୀୟ ଛୁଙ୍କ ଦେବାରେ ଆୟୋଜକଙ୍କୁ ସଫଳତା
  • ||
  • ଲକ୍ଷ୍ମଣନାଥ ଟୋଲ ପ୍ଲାଜାକୁ ଧକ୍କା ଦେଇ ଜଳିଗଲା କଣ୍ଟେନର, ଜୀବନ୍ତ ଦଗ୍ଧ ହେଲେ ଡ୍ରାଇଭର
  • ||
  • ୧୫ ଡିଗ୍ରୀ ତଳେ ୧୩ ସହର ତାପମାତ୍ରା, ଆହୁରି ଖସିବ ପାରଦ: ରାଉରକେଲାରେ ଘନ କୁହୁଡ଼ି
  • ||

ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ

ବାସୁଦେବପୁର,୦୬/୧୦: ବାସୁଦେବପୁର ବ୍ଲକର ଅଢୁଆଁ, ପଢ଼ୁଆଁ, କୁମାରପୁର ଆଦି ପଞ୍ଚାୟତରେ ଚଢ଼ାଉ କରିଛି ଅବକାରୀ ବିଭାଗ । ଏହି ଚଢ଼ାଉରେ ବିପୁଳ ପରିମାଣରେ ଦେଶୀ ଓ ବିଦେଶୀ ମଦ ସହ ବ୍ୟବହୃତ ହେଉଥିବା ଗୋଟିଏ ମୋଟର ସାଇକେଲକୁ ଜବତ କରାଯାଇଛି । ଏହା ସହ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଅବକାରୀ ବିଭାଗ । ଅନୁଗୁଳ ଜିଲ୍ଲା ବାସୁଦେବପୁର ବ୍ଲକରେ ଏଭଳି ଘଟଣା ଘଟିିଛି । 

ସୂଚନା ମୁତାବକ, ବାସୁଦେବପୁର ବ୍ଲକରେ ଦିନକୁ ଦିନ ଚୋରା ମଦ କାରବାର ବଢ଼ିବାରେ ଲାଗିଛି । ବାରମ୍ବାର ଚଢ଼ାଉ ପରେ ମଧ୍ୟ ଚୋରା ମଦ ବିକ୍ରି ବନ୍ଦ ହେଉ ନାହିଁ । ତେବେ ଏହି ବ୍ଲକର ଅଢୁଆଁ, ପଢ଼ୁଆଁ, କୁମାରପୁର ଆଦି ପଞ୍ଚାୟତରେ ଚୋରା ମଦ ବିକ୍ରି ହେଉଥିବା ନେଇ ଅବକାରୀ ବିଭାଗରେ ଅଭିଯୋଗ ହେଇଥିଲା । ଉକ୍ତ ଅଭିଯୋଗ ଆଧାରରେ ଅଚାନକ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ ହୋଇଥିଲା । ଏହି ଚଢ଼ାଉ ସମୟରେ ଜଣେ ଚୋରା ମଦ ବେପାରୀ ଗାଡି ଛାଡି ଫେରାର ହେଇଯାଇଥିବା ବେଳେ ୫ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି ଅବକାରୀ ବିଭାଗ । ଅନ୍ୟପଟରେ ପ୍ରତିଦିନ ଏହି ଚଢ଼ାଉ ଜାରି ରହିବ ବୋଲି ସୂଚନା ଦେଇଛନ୍ତି ଅବକାରୀ ଅଧିକାରୀ । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.