ପ୍ରମୂଖ ଖବର
  • ଜଗତସିଂହପୁର ପିଏନ୍‌ବି ବ୍ୟାଙ୍କରେ ଅଗ୍ନିକାଣ୍ଡ, ନିଆଁ ଆୟତ୍ତ କରିବାକୁ ଉଦ୍ୟମ ଜାରି
  • ||
  • ହେଲିକପ୍ଟର ଯୋଗେ କଟକ ଯିବେ ମୁଖ୍ୟମନ୍ତ୍ରୀ, ବାରବାଟୀରେ ଭାରତ- ଇଂଲଣ୍ଡ ଲଢ଼େଇ ଦେଖିବେ
  • ||
  • ବାରବାଟୀ ଲଢ଼େଇ: ସୁପର ସନ୍‌ଡେ'ରେ ଭାରତ-ଇଂଲଣ୍ଡ ଦ୍ୱିତୀୟ ଦିନିକିଆ, ଟିମ୍‌କୁ ଫେରିବେ କୋହଲି, ରିଷଭ
  • ||
  • ରବିବାରଠୁ ଉପରମୁହାଁ ହେବ ପାରଦ,୨ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||

ବାଣ ଭିଡୁଥିବାବେଳେ ବିସ୍ଫୋରଣ, ୩ ଗୁରୁତର

Published By : Prameya | October 31, 2024 10:56 PM

ପୁରୀ,୩୧/୧୦ : ପୁରୀରେ ଅଭାବନୀୟ ଘଟଣା। ବାଣ ଭିଡୁଥିବା ବେଳେ ପ୍ରଚଣ୍ଡ ବିସ୍ଫୋରଣ ହୋଇ ୩ ଜଣ ଗୁରୁତର ଆହତ ହେଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବାବେଳେ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । 

ପୁରୀ ସଦର ଥାନା ଅନ୍ତର୍ଗତ ବାଟ ଗାଁ ରାଉତ ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ବାଣ ଭିଡୁଥିବା ବେଳେ ଏଭଳି ବିସ୍ଫୋରଣ ହୋଇଥିବାବେଳେ ଦୁଇ ଜଣ ପୁରୁଷ ଓ ଜଣେ ମହିଳା ଗୁରୁତର ଆହତ ହେଇଛନ୍ତି। ଗୁରୁତର ଆହତମାନେ ହେଲେ ଲିପା ରାଉତ୍, ଗୁଲା ରାଉତ୍ ଓ ସଞ୍ଜୟ ଜେନା। ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ବୋଲି କହିଛନ୍ତି ସିଟି ଡିଏସପି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.