ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ନିମାପଡ଼ାରୁ ନକଲି ପରୀକ୍ଷାର୍ଥୀ ଗିରଫ, ଆଡମିଟ୍ କାର୍ଡରେ ଫଟୋ ମ୍ୟାଚ୍ ନହେବାରୁ ଧରାପଡ଼ିଲେ

Published By : Rasmita Pradhan | February 25, 2025 1:09 PM

ପୁରୀ, ୨୫/୦୨ : ପୁରୀ ଜିଲ୍ଲା ନିମାପଡ଼ାରୁ ନକଲି ପରୀକ୍ଷାର୍ଥୀ ଗିରଫ। ନହନ୍ତରା ହାଇସ୍କୁଲରେ ପରୀକ୍ଷା ଦେବା ବେଳେ ଧରାପଡ଼ିଲେ ନକଲି ଛାତ୍ର। ଆଡମିଟ୍ କାର୍ଡରେ ଫଟୋ ମ୍ୟାଚ୍ ନହେବାରୁ ଧରାପଡ଼ିଛନ୍ତି। ପରୀକ୍ଷାର୍ଥୀ ଜଣଙ୍କ ସାକ୍ଷୀଗୋପାଳ ଡାଙ୍ଗୁରାର ରାଜା ଭୋଇ ବୋଲି ଜଣାପଡ଼ିଛି। 

ସୂଚନା ଅନୁଯାୟୀ, ନିମାପଡ଼ା ବ୍ଲକ ସଲଙ୍ଗ ପଞ୍ଚାୟତ ମଧୁବନ ଶିକ୍ଷାଶ୍ରମରେ ଅଧ୍ୟୟନରତ ଜଣେ ସଂଖ୍ୟାଲଘୁ ଶ୍ରେଣୀର ଛାତ୍ର ଶେଖ୍ ମୁସଲଉଦିନଙ୍କ ସ୍ଥାନରେ ରାଜା ଭୋଇ ପରୀକ୍ଷା ଦେଉଥିଲେ। ନହନ୍ତରା ହାଇସ୍କୁଲରୁ ପରୀକ୍ଷା ଦେଉଥିବା ସମୟରେ ତାଙ୍କୁ ନେଇ ପରୀକ୍ଷା କେନ୍ଦ୍ରର ଅଧିକ୍ଷକ ପୁଷ୍ପାଞ୍ଜଳି ସେଠୀଙ୍କ ସନ୍ଦେହ ହୋଇଥିଲା। ଏହାପରେ ସେ ରାଜା ଭୋଇଙ୍କୁ ଆଡମିଟ୍ କାର୍ଡ ମାଗି ଦେଖିଥିଲେ। ଦୀର୍ଘ ସମୟ ଧରି ପଚରାଉଚରା କରିବା ପରେ ସେ ନକଲି ପରୀକ୍ଷାର୍ଥୀ ବୋଲି ଜାଣି ପାରିଥିଲେ। ଶେଷରେ ଗତକାଲି ରାତିରେ ଛାତ୍ର ଜଣଙ୍କୁ ପୋଲିସ ଜିମା ଦେବା ସହ ଥାନାରେ ଲିଖିତ ଅଭିଯୋଗ କରିଥିଲେ। 

ଏବେ ରାଜ୍ୟରେ ମାଟ୍ରିକ ପରୀକ୍ଷା ଚାଲିଥିବା ବେଳେ ନିମାପଡ଼ା ଅଞ୍ଚଳର ଏହି ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ତେବେ ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏଭଳି ଆହୁରି ନକଲି ପରୀକ୍ଷାର୍ଥୀ ପରୀକ୍ଷା ଦେଉଥାଇ ପାରନ୍ତି ବୋଲି ସନ୍ଦେହ ବଢିଛି। ଏପଟେ ମଧୁବନ ଶିକ୍ଷାଶ୍ରମର ପ୍ରଧାନ ଶିକ୍ଷକ ଏବାବଦରେ କିଛି ଜାଣିନାହାନ୍ତି ବୋଲି କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.